Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ 50 ହଜାର ଟପିଲା କରୋନା ଟେଷ୍ଟ

ଭୁବନେଶ୍ବର : ରାଜ୍ୟରେ ଗୋଟିଏ ଦିନରେ ରେକର୍ଡ ସଂଖ୍ୟକ କରୋନା ଟେଷ୍ଟ ହୋଇଥିବାର ସୂଚନା ରହିଛି । 24 ଘଣ୍ଟାରେ 52 ହଜାର 795 କରୋନା ଟେଷ୍ଟ ହୋଇଥିବାର ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗର ଅତିରିମୁକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତମହାପାତ୍ର ।  ଆର୍‌ଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟ୍ରୁନୁଟ୍‌‌ ମାଧ୍ୟମରେ ଏହି ପରୀକ୍ଷା କରାଯାଇଛି । ଆର୍‌ଟିପିସିଆର୍‌ ଜରିଆରେ 10 ହଜାର 240ଟି ଟେଷ୍ଟ ହୋଇଥିବାବେଳେ ଆଣ୍ଟିଜେନ୍‌ରେ 42 ହଜାର 414ଟି ଓ ଟୁନଟ୍‌ ଜରିଆରେ 141ଟି କରୋନା ପରୀକ୍ଷା ହୋଇଛି  । ଆଗାମୀ ସମୟରେ ଏହି ଟେଷ୍ଟିଂ ଅଧିକ ହେବ ବୋଲି ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

୨୪ ଘଣ୍ଟାରେ ରାଜ୍ୟରେ ହୋଇଛି ସର୍ବାଧିକ କରୋନା ଟେଷ୍ଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ କରୋନା ଟେଷ୍ଟ ହୋଇଥିବାର ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର। ଗୋଟିଏ ଦିନରେ ସର୍ବାଧିକ ୪୦ ହଜାର ୭୧୧ଟି ଟେଷ୍ଟ କରାଯାଇଛି। ଆରଟିପିସିଆର୍‌, ଆଣ୍ଟିଜେନ୍‌ ଓ ଟୁନ୍‌ଟ ମାଧ୍ୟମରେ ଏହି ଟେଷ୍ଟ କରାଯାଇଛି। ସେହିପରି ତିନୋଟି ସରକାରୀ ମେଡିକାଲ କଲେଜରେ ଅତିରିକ୍ତ ଆରଟି-ପିସିଆର ମେସିନ(RT-PCR Machine) ସ୍ଥାପନ କରିବା ସହିତ ରାଜ୍ୟରେ ଲାବ୍‌ ସଂଖ୍ୟା ବୃଦ୍ଧି କରାଯିବ ବୋଲି ସୂଚନା ରହିଛି। ସବ୍-ଡିଭିଜନ ଓ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରସ୍ତରରେ ଟେଷ୍ଟିଂ ସୁବିଧା ପ୍ରଦାନ କରାଯିବ। ଲୋକମାନେ ଯେପରି ସ୍ବେଚ୍ଛାରେ ଟେଷ୍ଟିଂ ପାଇଁ ଆଗଭର ହେବ ସେଥିପାଇଁ ପଞ୍ଚାୟତସ୍ତରରେ ସଚେତନତା ଅଭିଯାନ ଆରମ୍ଭ କରାଯିବ ବୋଲି ସୂଚନା ରହିଛି।