ମୁମ୍ବାଇ : ମହାରାଷ୍ଟ୍ରରେ ଏକ ପରିତ୍ୟକ୍ତ କୂଅ ମଧ୍ୟକୁ ବସ୍ ଖସି ପଡିବାରୁ 7 ଜଣ ଲୋକଙ୍କର ମୃତ୍ୟୁ ଘଟିଛି । ନାସିକ ସ୍ଥିତ ମାଲେଗାଓଁରେ ଏହି ଦୁର୍ଘଟଣା ଘଟିଛି । ଏହି ଘଟଣାରେ 25ରୁ ଅଧିକ ଲୋକ ଆହତ ହୋଇଛନ୍ତି । ଏକ ଅଟୋ ସହିତ ଧକ୍କା ଫଳରେ ଭାରସାମ୍ୟ ହରାଇ ବସ୍ଟି କୂଅ ମଧ୍ୟକୁ ଖସି ପଡିଥିଲା । ଆହତଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିବା ବେଳେ ଆହତଙ୍କ ମଧ୍ୟରୁ ଏକାଧିକ ଗୁରୁତର ଅଛନ୍ତି । ବସ୍ଟିକୁ କ୍ରେନ୍ ଯୋଗେ ବାହାର କରାଯାଇଛି ।
