Categories
ଆଜିର ଖବର ଜାତୀୟ ଖବର

ଅବନ୍ତୀପୁରାରେ ଦୁଇ ଆତଙ୍କୀ ନିହତ

ଶ୍ରୀନଗର : ଜମ୍ମୁ କାଶ୍ମୀରର ଅବନ୍ତୀପୁରାରେ ସୁରକ୍ଷା ବଳଙ୍କୁ ବଡ ସଫଳତା । ଦୁଇ ଆତଙ୍କୀଙ୍କୁ ନିପାତ କରିବାରେ ସଫଳ ହୋଇଛି ଭାରତୀୟ ସେନା । ଦକ୍ଷିଣ କାଶ୍ମୀରର ଅବନ୍ତୀପୁରା ଏବଂ ଶାହରାହଲିରେ ଏନ୍‌କାଉଣ୍ଟର ସଙ୍ଗଠିତ ହେବା ସହିତ ଦୁଇ ଆତଙ୍କୀ ପ୍ରାଣ ହରାଇଛନ୍ତି । ସେନା ଏବଂ ଜମ୍ମୁ କାଶ୍ମୀର ପୋଲିସ୍‌ ପକ୍ଷରୁ ମିଳିତ ଭାବରେ କରାଯାଇଥିବା ଏହି ଅପରେସନ୍‌କୁ ବଡ ସଫଳତା ମିଳିଥିବା କୁହାଯାଉଛି । ମୃତ ଆତଙ୍କୀଙ୍କ ମଧ୍ୟରେ ଜଣେ ହିଜବୁଲ କମାଣ୍ଡର ରହିଥିବା ନେଇ ସେନ ପକ୍ଷରୁ ସୂଚନା ଦିଆଯାଇଛି । ଏହି ଏନକାଉଣ୍ଟର ପରେ ଜମ୍ମୁ କାଶ୍ମୀରରେ ଇଣ୍ଟରନେଟ ସେବା ବନ୍ଦ କରି ଦିଆଯାଇଛି । ମଙ୍ଗଳବାର ରାତିରୁ ଶାହରାହଲିରେ ଏନ୍‌କାଉଣ୍ଟର ଚାଲିଥିବା ବେଳେ ବୁଧବାର ସକାଳୁ ଅବନ୍ତୀପୁରାରେ ଏନକାଉଣ୍ଟର ଆରମ୍ଭ ହୋଇଥିଲା । (ଏଜେନ୍ସି)