Categories
ଆଜିର ଖବର

ବିଜେପିରେ ଯୋଗ ଦେଲେ ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି

ମଙ୍ଗଳବାର ଦିନ ବିଜେଡିରୁ ଇସ୍ତଫା ଦେଇଥିବା ନବରଙ୍ଗପୁର ସାଂସଦ ବଳଭଦ୍ର ମାଝି ବିଜେପିରେ ଯୋଗ ଦେଇଛନ୍ତି। ଆଜି ନୂଆଦିଲ୍ଲୀରେ ବିଧିବଦ୍ଧ ଭାବେ ସେ ବିଜେପିରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ବିଜେପି ମୁଖ୍ୟ କାର୍ଯ୍ୟାଳୟରେ ଆୟୋଜିତ ଏହି ମିଶ୍ରଣ କାର୍ଯ୍ୟକ୍ରମରେ ଦୁଇ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଜୁଏଲ ଓରାମଙ୍କ ସହିତ ରାଷ୍ଟ୍ରୀୟ ଉପ-ସଭାପତି ବୈଜୟନ୍ତ ପଣ୍ଡା, ଓଡ଼ିଶା ପ୍ରଭାରୀ ଅରୁଣ ସିଂହ ଓ ରାଜ୍ୟ ସଭାପତି ବସନ୍ତ ପଣ୍ଡା ପ୍ରମୁଖ ଉପସ୍ଥିତ ରହିଥିଲେ। ବିଜେଡ଼ିରେ ପ୍ରତାରିତ ହେଉଥିବାର ଅଭିଯୋଗ କରି ଇସ୍ତଫା ଦେଇଥିଲେ। ବଳଭଦ୍ରଙ୍କୁ ଦଳକୁ ସ୍ବାଗତ କରିବା ସହ ପ୍ରଶଂସା କରିଛନ୍ତି ଜୁଏଲ୍‌।