Categories
ଆଜିର ଖବର ରାଜ୍ୟ ଖବର

ବାଲେଶ୍ୱର ରେମୁଣାଠାରେ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହେଲେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: କେନ୍ଦ୍ର ରେଳ, ଯୋଗାଯୋଗ, ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ବାଲେଶ୍ୱର ଜିଲ୍ଲା ରେମୁଣା ବ୍ଲକ୍‌ ହନୁମାନ କଲ୍ୟାଣ ମଣ୍ଡପରେ ଆୟୋଜିତ ବିକଶିତ ଭାରତ ସଂକଳ୍ପ ଯାତ୍ରାରେ ସାମିଲ ହୋଇଛନ୍ତି। କେନ୍ଦ୍ର ମନ୍ତ୍ରୀ ଶ୍ରୀ ବୈଷ୍ଣବ ସଂକଳ୍ପ ଯାତ୍ରାର ହିତାଧିକାରୀଙ୍କ ସହ ମତବିନିମୟ କରିଥିଲେ ଏବଂ ସେମାନଙ୍କୁ ମିଳୁଥିବା ବିଭିନ୍ନ କେନ୍ଦ୍ରୀୟ ଯୋଜନାର ସୁଫଳ ସମ୍ପର୍କରେ ପଚାରି ବୁଝିଥିଲେ। ଶ୍ରୀ ବୈଷ୍ଣବ ଜଣେ ପିଏମ ସ୍ୱନିଧି ଯୋଜନାର ହିତାଧିକାରୀ ବିଜୟ ଗିରିଙ୍କ ସହ କଥା ହୋଇଥିଲେ । ଶ୍ରୀ ଗିରି ଜଣେ ଉଠାଦୋକାନୀ ଭାବେ ପରିବା ବିକ୍ରି କରୁଛନ୍ତି। ପିଏମ୍‌ ସ୍ୱନିଧି ଯୋଜନାରେ ମିଳିଥିବା ଋଣ ସହାୟତା ତାଙ୍କୁ ବ୍ୟବସାୟ ବଢ଼ାଇବାରେ ସହାୟକ ହୋଇଛି ବୋଲି ସେ କହିଥିଲେ। କେନ୍ଦ୍ର ମନ୍ତ୍ରୀ ଶ୍ରୀ ବୈଷ୍ଣବ କହିଥିଲେ, ଶ୍ରୀ ଗିରିଙ୍କ ଭଳି ସ୍ୱାଭିମାନୀ ଭାଇମାନଙ୍କ ବିଷୟରେ କେହି କେବେ ଚିନ୍ତା କରିନଥିଲେ। କିନ୍ତୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସେମାନଙ୍କ ପାଇଁ ସହଜରେ ବନ୍ଧକମୁକ୍ତ ଋଣ ସୁବିଧା ଯୋଗାଇ ଦେଇଛନ୍ତି।

ବିକଶିତ ଭାରତ ସଂକଳ୍ପ ଯାତ୍ରା କାର୍ଯ୍ୟକ୍ରମକୁ ସମ୍ବୋଧିତ କରି ଶ୍ରୀ ବୈଷ୍ଣବ କହିଥିଲେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗତ ୧୦ ବର୍ଷ ମଧ୍ୟରେ ଗରିବ କଲ୍ୟାଣ ପାଇଁ ଏକାଧିକ ଯୋଜନା କାର୍ଯ୍ୟକାରୀ କରିଛନ୍ତି। ସେସବୁ ଯୋଜନା ଦ୍ୱାରା ଦେଶର କୋଟି କୋଟି ଗରିବ ଲୋକ ଲାଭ ପାଉଛନ୍ତି। ଗରିବ କଲ୍ୟାଣ ଅନ୍ନ ଯୋଜନାର ଉଦାହରଣ ଦେଇ ସେ କହିଥିଲେ, ପ୍ରଧାନମନ୍ତ୍ରୀ ମୋଦୀଙ୍କ ସରକାର ଗରିବ ଲୋକଙ୍କ ପାଇଁ ବ୍ୟକ୍ତି ପିଛା ମାସିକ ୫ କିଲୋଗ୍ରାମ ଲେଖାଏଁ ଚାଉଳ ଯୋଗାଇ ଦେଉଛନ୍ତି। ଆହୁରି ପାଞ୍ଚ ବର୍ଷ ପର୍ଯ୍ୟନ୍ତ ଦେଶର ଗରିବ ଲୋକମାନଙ୍କୁ ମାଗଣା ଖାଦ୍ୟଶସ୍ୟ ଯୋଗାଇ ଦେବାକୁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି । ଗରିବଙ୍କ ଦୁଃଖ ବୁଝିଥିବା ଜଣେ ବ୍ୟକ୍ତି କେବଳ ଏଭଳି ନିଷ୍ପତ୍ତି ନେଇପାରିବେ ବୋଲି କେନ୍ଦ୍ର ମନ୍ତ୍ରୀ କହିଥିଲେ।

ଶ୍ରୀ ବୈଷ୍ଣବ ଆହୁରି କହିଥିଲେ, ମହିଳାଙ୍କୁ ଉଜ୍ଜ୍ୱଳା ଗ୍ୟାସ, ସବୁ ଘରେ ପିଇବା ପାଣି, ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର, ପ୍ରତି ଗାଁରେ ସଡ଼କ, ସବୁ ଗାଁରେ ବିଦ୍ୟୁତ ସେବା, ୪-ଜି, ୫-ଜି ଦୂରସଞ୍ଚାର ସେବା, ଏସବୁ ସୁବିଧା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗାଇ ଦେଉଛନ୍ତି। ସବୁ ପରିବାରର ଦୁଃଖ ଦୂର କରିବା ପାଇଁ ପ୍ରଧାନମନ୍ତ୍ରୀ ମୋଦୀ ଗ୍ୟାରେଣ୍ଟି ଦେଉଛନ୍ତି ବୋଲି ସେ କହିଥିଲେ। ପୂର୍ବରୁ ରାଜନୈତିକ ଇଚ୍ଛାଶକ୍ତି ଅଭାବ ଯୋଗୁ ରେଳ ଭିତ୍ତିଭୂମିର ଆଶାନୁରୂପ ବିକାଶ ହୋଇପାରୁନଥିଲା। ଏବେ ଦେଶର ରେଳ ସେବାରେ ଯଥେଷ୍ଟ ସୁଧାର ଆସିଛି। ଏହି କାର୍ଯ୍ୟକ୍ରମରେ ବାଲେଶ୍ୱର ସାଂସଦ ପ୍ରତାପ ଷଡ଼ଙ୍ଗୀଙ୍କ ସମେତ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଆମ୍ପାନ୍‌ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ : ସୁନ୍ଦରବନରେ ହେବ ଲ୍ୟାଣ୍ଡଫଲ୍‌

ଭୁବନେଶ୍ବର : ପଶ୍ଚିମବଙ୍ଗରେ ସାମୁଦ୍ରିକ ବାତ୍ୟା ଆମ୍ପାନ୍‌ର ଲ୍ୟାଣ୍ଡଫଲ ପ୍ରକ୍ରିୟା ଆରମ୍ଭ ହୋଇଛି । ଏହି ଲ୍ୟାଣ୍ଡଫଲ ପ୍ରକ୍ରିୟା ପ୍ରାୟ 4 ଘଣ୍ଟା ଧରି ଚାଲିବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି । ସୁନ୍ଦରବନରେ ଏହା ଲ୍ୟାଣ୍ଡଫଲ କରିବା ନେଇ ପୂର୍ବାନୁମାନ କରାଯାଇଛି । ଏହି ପ୍ରକିୟା ପ୍ରାୟ ସନ୍ଧ୍ୟା 6.30 ପର୍ଯ୍ୟନ୍ତ ଜାରି ରହିବ । ଲ୍ୟାଣ୍ଡଫଲର ପ୍ରାୟ 30 ମିନିଟ୍‌ ପର୍ଯ୍ୟନ୍ତ ଏହି ବାତ୍ୟା ବ୍ୟାପକ କ୍ଷତି ଘଟାଇବ ବୋଲି ଆଇଏମ୍‌ଡି ପକ୍ଷରୁ କୁହାଯାଇଛି । ଏହି ବାତ୍ୟା ପ୍ରଭାବରେ ଉତ୍ତର ଓଡିଶା ସର୍ବାଧିକ କ୍ଷତିଗ୍ରସ୍ତ ହୋଇଥିବା ବେଳେ ରାତି 9ଟା ସୁଦ୍ଧା ବାଲେଶ୍ବରରେ ବର୍ଷା କମିଯିବା ନେଇ ମଧ୍ୟ ପୂର୍ବାନୂମାନ ଲଗାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ବାଲେଶ୍ବରକୁ ପ୍ରବାସୀଙ୍କ ପ୍ରବେଶ ଉପରେ ରୋକ୍‌ ଲଗାଇଲେ ଜିଲ୍ଲାପାଳ

ଭୁବନେଶ୍ବର : ଆଜି ସନ୍ଧ୍ୟାରୁ ବାଲେଶ୍ବର ଜିଲ୍ଲାକୁ ପ୍ରବେଶ ଉପରେ କଟକଣା ଲଗାଯାଇଛି । ବାତ୍ୟା ଆମ୍ଫାନ୍‌ ପାଇଁ 20 ତାରିଖ ଯାଏଁ କଟକଣା ଲଗାଇଛନ୍ତି ଜିଲ୍ଲାପାଳ । ଜିଲ୍ଲା ବାହାରେ ରହୁଥିବା ତଥା ପ୍ରବାସୀଙ୍କ ଉପରେ କଟକଣା ଲଗାଯାଇଛି । ଫଳରେ ରାଜ୍ୟ ବାହାରେ ରହିଥିବା ପ୍ରବାସୀ ମାନେ ବର୍ତ୍ତମାନ ବାଲେଶ୍ବରକୁ ଫେରିପାରିବେ ନାହିଁ ।

ବାତ୍ୟା ଆମ୍ଫାନ୍‌ ପାରାଦୀପର ଦକ୍ଷିଣକୁ 780 କିମି ଦୂରରେ ଅଛି ‘ଆମ୍ଫାନ୍‌’ । ମେ’ ୨୦ରେ ଅମ୍ପନ୍‌ ପଶ୍ଚିମବଙ୍ଗର ଦୀଘା ଓ ବାଂଲାଦେଶର ହାତିଆ ଦ୍ୱୀପ ଭିତରେ ଭେରି ସିଭିୟର ସାଇକ୍ଲୋନିକ୍ ଷ୍ଟର୍ମ ଭାବେ ସ୍ଥଳଭାଗ ଛୁଇଁବ ବୋଲି ଭାରତୀୟ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ଏହି ସମୟରେ ସତର୍କ ରହିବା ସହିତ ଭୟଭୀତ ନହେବା ପାଇଁ ଏସ୍‌ଆରସି ପ୍ରଦୀପ ଜେନା କହିଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ଜଣେ କରୋନା ଆକ୍ରାନ୍ତ । ଏହି ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ସମୁଦାୟ କରୋନା ସୁସ୍ଥଙ୍କ ସଂଖ୍ୟା 61ରେ ପହଞ୍ଚିଛି । ଏହି ଆକ୍ରାନ୍ତ ଜଣକ ବାଲେଶ୍ବରର ବୋଲି ଜଣାପଡିଛି । ଆଜି ତିନି ଜଣ ନୂତନ ଆକ୍ରାନ୍ତ ଆସିବା ପରେ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 180ରେ ପହଞ୍ଚିଥିବା ବେଳେ ତନ୍ମଧ୍ୟରୁ 61 ଜଣ ସୁସ୍ଥ ହୋଇଥିବା ବେଳେ 2 ଜଣଙ୍କର ପ୍ରାଣହାନି ଘଟିଛି ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ ତିନି ଜଣ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଉ ତିନି ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବାଲେଶ୍ବରରୁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ କଟକର ତିଗିରିଆରୁ ଆଉ ଜଣେ ଯୁବକ କରୋନା ପଜିଟିଭ ସାବ୍ୟସ୍ତ ହୋଇଛନ୍ତି । ଏହା ସହିତ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 173ରେ ପହଞ୍ଚିଛି । ଏହି ଦୁଇ ଆକ୍ରାନ୍ତଙ୍କୁ ମିଶାଇ ବାଲେଶ୍ବରରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 23ରେ ପହଞ୍ଚିଛି । ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 50 ବର୍ଷୀୟ ମହିଳା ଏବଂ ଜଣେ 26 ବର୍ଷୀୟ ଯୁବକ ରହିଥିବା ବେଳେ ଉଭୟଙ୍କର ପଶ୍ଚିମବଙ୍ଗ ଲିଙ୍କ ରହିଛି । କଟକରେ ଚିହ୍ନିତ ଆକ୍ରାନ୍ତ ଜଣକ 34 ବର୍ଷୀୟ ଯୁବକ ଏବଂ ସେ ସୁରତ ଫେରନ୍ତା ବୋଲି ଜଣାପଡିଛି । ସମସ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଥିବା ଜଣାପଡିଛି ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବାଲେଶ୍ବରରୁ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରୁ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ବାଲେଶ୍ବରରୁ ଚିହ୍ନଟ ହୋଇଥିବା ଏହି ନୂତନ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 161ରେ ପହଞ୍ଚିଛି । ଚିହ୍ନଟଙ୍କ ବୟସ 34 ବର୍ଷ ଏବଂ ସେ ପଶ୍ଚିମବଙ୍ଗ ଫେରନ୍ତା ବୋଲି ଜଣାପଡିଛି । ଯୁବକ ଜଣଙ୍କୁ କ୍ବାରେଣ୍ଟାଇନ୍‌ରେ ରଖାଯାଇଥିବା ବେଳେ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବାଲେଶ୍ବରରୁ ଆଉ ତିନି କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ବାଲେଶ୍ବରରୁ ଚିହ୍ନଟ ହୋଇଛନ୍ତି ରାଜ୍ୟର ଆଉ ତିନି କରୋନା ଆକ୍ରାନ୍ତ । ଏହି ତିନି ଆକ୍ରାନ୍ତକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 125ରେ ପହଞ୍ଚିଛି । ଏହି ତିନି ଜଣକୁ ମିଶାଇ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା 19ରେ ପହଞ୍ଚିଛି । ତିନି ଆକ୍ରାନ୍ତ ପୁରୁଷ ହୋଇଥିବା ବେଳେ ବୟସ 44, 61 ଏବଂ 63 ରହିଛି । ଏହି ତିନି ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଲିଙ୍କ ରହିଥିବା ଜଣାପଡିଛି । ଏହି ତିନି ବ୍ୟକ୍ତିଙ୍କ ନିକଟରେ କରୋନାର କୌଣସି ଲକ୍ଷଣ ନଥିବା ବେଳେ ସମସ୍ତେ କ୍ବାରେଣ୍ଟାଇନ୍‌ରେ ରହିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବାଲେଶ୍ବରରୁ ଆଉ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ଦୁଇ କରୋନା ଆକ୍ରାନ୍ତ। ବାଲେଶ୍ବର ଜିଲ୍ଲାରୁ ଏହି ଦୁଇ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଦୁଇଜଣଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ ଛୁଇଁଥିବା ବେଳେ ବାଲେଶ୍ବରରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦ରେ ପହଞ୍ଚିଛି। ଏହି ଦୁଇ ଆକ୍ରାନ୍ତଙ୍କ ପଶ୍ଚିମବଙ୍ଗ ଲିଙ୍କ ରହିଛି କି ନାହିଁ ତାର ତଦନ୍ତ ସହିତ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି। ଆକ୍ରାନ୍ତଙ୍କ ମଧ୍ୟରେ ଜଣେ 55 ବର୍ଷୀୟ ମହିଳା ଏବଂ 36 ବର୍ଷୀୟ ପୁରୁଷ ରହିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୮୯ରେ ପହଞ୍ଚିଥିବା ବଳେ ତନ୍ମଧ୍ୟରୁ ୩୩ ଜଣ ସୁସ୍ଥ ହୋଇଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ନୂତନ କରୋନା ଆକ୍ରାନ୍ତଙ୍କ ସୂଚନା ଜାରି : ବାଲେଶ୍ବର ଜିଲ୍ଲାରୁ ପ୍ରଥମ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ଆଜି ରାଜ୍ୟରେ ଜଣେ ନୂତନ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏହି ଆକ୍ରାନ୍ତ ଜଣକ ବାଲେଶ୍ବର ଜିଲ୍ଲାର ବୋଲି ସୂଚନା ମିଳିଛି । ତେବେ ଆକ୍ରାନ୍ତଙ୍କ ଯାତ୍ରା ଇତିହାସ ଏବଂ ଅନ୍ୟାନ୍ୟ ସୂଚନା ପ୍ରଦାନ କରାଯାଇନାହିଁ । ବାଲେଶ୍ବର ଜିଲ୍ଲାର ଏହି ପ୍ରଥମ କରୋନା ଆକ୍ରାନ୍ତ ଜଣକ 58 ବର୍ଷ ବୟସର ପୁରୁଷ ବୋଲି ଜଣାପଡିଛି । ତେବେ ଏହି ବ୍ୟକ୍ତିଙ୍କ ଯାତ୍ରା ଇତିହାସ ଏବଂ କଣ୍ଟାକ୍ଟ ଟ୍ରେସିଂ ଜାରି ରହିଛି । ଉଲ୍ଲେଖଯୋଗ୍ୟ ଯେ, ନୂତନ ଆକ୍ରାନ୍ତକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା 61 ପହଞ୍ଚିଛି । 61 ଆକ୍ରାନ୍ତଙ୍କ ମଧ୍ୟରୁ 24 ଜଣ ସୁସ୍ଥ ହୋଇଥିବା ବେଳେ ଜଣଙ୍କର ଦେହାନ୍ତ ଘଟିଛି ।

Categories
ଆଜିର ଖବର ରାଜ୍ୟ ଖବର

ବାଲେଶ୍ବର ନେସ୍କୋ କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବାଲେଶ୍ବରର ବାଲିଆରେ ରହିଥିବା ନେସ୍କୋର କାର୍ଯ୍ୟାଳୟରେ ଭୟାବହ ଅଗ୍ନିକାଣ୍ଡ ଘଟିଛି । ବିଦ୍ୟୁତ ଅଫିସ୍‌ର ଗୋଦାମ ଗୃହରେ ଏହି ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଏହି ଅଗ୍ନିକାଣ୍ଡରେ କେହି ଆହତ ହୋଇନଥିଲେ ମଧ୍ୟ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡି ପାଉଁଶ ହୋଇଛି । ଅଗ୍ନିକାଣ୍ଡ ସମ୍ପର୍କରେ ଅଗ୍ନିଶମ ବିଭାଗକୁ ଖବର ଦିଆଯିବା ପରେ ଦୁଇଟି ଦମକଳ ଗାଡି ଘଟଣା ସ୍ଥଳରେ ନିଆଁ ଲିଭା କାର୍ଯ୍ୟରେ ବ୍ୟସ୍ତ ଅଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

400 ଗ୍ରାମ୍‌ର ବ୍ରାଉନ୍‌ ସୁଗାର ଜବତ : 3 ଗିରଫ

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବାଲେଶ୍ବରର ଜଳେଶ୍ବରରୁ 400 ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ କରାଯାଇଛି । ସେକ୍‌ବାଡରୁ ଏହି ଧଳା ଜହର ଜବତ କରାଯିବା ସହିତ 3 ଜଣଙ୍କୁ ଗିରଫ କରାଯାଇଛି । ଜଳେଶ୍ବରର ସେକ୍‌ ସିଦ୍ଦିକି ସମେତ ପଶ୍ଚିମବଙ୍ଗର ଦୁଇ ବେପାରୀଙ୍କୁ ଗିରଫ କରାଯାଇଛି । ଜବତ କରାଯାଇଥିବା ଧଳାଜହରର ମୂଲ୍ୟ ଅନ୍ତର୍ଜାତୀୟ ବଜାରରେ 40 ଲକ୍ଷ ଟଙ୍କା ହେବ ବୋଲି ଜଣାପଡିଛି ।

Categories
ଆଜିର ଖବର ରାଜ୍ୟ ଖବର

ବାଲେଶ୍ବରର ବିଭିନ୍ନ ପର୍ଯ୍ୟଟନ ସ୍ଥଳରେ 5ଟି ସଚିବ

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : 5ଟି ସଚିବ ଭିକେ ପାଣ୍ଡିଆନ ବାଲେଶ୍ବର ଗସ୍ତ କରିଛନ୍ତି । ସୋମବାର ବାଲେଶ୍ବର ଗସ୍ତ କରିଥିବା ପାଣ୍ଡିଆନ୍‌ ସହରର ବିଭିନ୍ନ ପର୍ଯ୍ୟଟନ ସ୍ଥଳ ଭ୍ରମଣ କରିଛନ୍ତି । ଏହି ଅବସରରେ ପାଣ୍ଡିଆନ୍‌ ତଲସାରୀ ଏବଂ ଉଦୟପୁର ସମୁଦ୍ର ତଟ ଭ୍ରମଣ କରିବା ସହିତ ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଦୁଇ ସମୁଦ୍ର ତଟର ନକ୍ସା ଦେଖିବା ସହିତ ବିଭିନ୍ନ ସ୍ଥାନକୁ ସ୍ବୟଂ ଅନୁଧ୍ୟାନ କରିଥିଲେ 5ଟି ସଚିବ । ଏହି ଦୁଇ ସ୍ଥାନର ବିକାଶ କରାଇବା ସହିତ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବା ପାଇଁ ପାଣ୍ଡିଆନ ଅଧିକାରୀଙ୍କ ସହିତ ଆଲୋଚନା କରିଥିଲେ ।

Categories
ଆଜିର ଖବର

ଅପହର୍ତ୍ତା ଚମ୍ପଟ : 3 ପୋଲିସ ଅଧିକାରୀ ନିଲମ୍ବିତ

ସମୀକ୍ଷା ବ୍ୟୁରୋ
ବାଲେଶ୍ବର,18/12 : ଦାୟିତ୍ବରେ ଅବହେଳା ପାଇଁ ବାଲେଶ୍ବରରେ ତିନି ଜଣ ପୋଲିସ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି । ନିଲମ୍ବିତ ଅଧିକାରୀଙ୍କ ମଧ୍ୟରେ ଜଣେ ଏଏସ୍‌ଆଇ, ଜଣେ ହାବିଲଦାର ଏବଂ ଜଣେ କନେଷ୍ଟବଳ ରହିଛନ୍ତି । ଜମର୍ଦ୍ଦା ଥାନା ଏଏସ୍‌ଆଇ ଭକ୍ତହରି ପଟ୍ଟନାୟକ, ହାବିଲଦାର ଅରୁଣ ଧଳ ଏବଂ ମହିଳା କନେଷ୍ଟବଳ ମମତା ପାତ୍ରଙ୍କୁ ନିଲମ୍ବନ କରାଯାଇଛି । ଜଣେ ଅପହର୍ତ୍ତାଙ୍କୁ ଉତ୍ତର ପ୍ରଦେଶରୁ ଅଣାଯାଉଥିବା ତିନି ଜଣଙ୍କ ଅବହେଳା କାରଣରୁ ଅଭିଯୁକ୍ତ ଜଣକ ଖସି ପଳାଇବାରେ ସକ୍ଷମ ହୋଇଥିଲେ । ନାବାଳିକା ଅପହରଣ ମାମଲାରେ ଉକ୍ତ ଯୁବକଙ୍କୁ ୟୁପିରୁ ଗିରଫ କରି ଆଣିବା ସମୟରେ ସେ ଖସିଯିବାରେ ସମର୍ଥ ହୋଇଥିଲେ । ଉକ୍ତ ଘଟଣାର ତଦନ୍ତ କରି ବାଲେଶ୍ବର ଏସ୍‌ପି ତିନି ଜଣଙ୍କୁ ନିଲମ୍ବନ କରିଛନ୍ତି ।

Categories
ଆଞ୍ଚଳିକ

ଦୁର୍ଘଟଣାରେ ପ୍ରାଣ ହରାଇଲେ ଦୁଇ ବାଇକ୍‌ ଆରୋହୀ

ସମୀକ୍ଷା ବ୍ୟୁରୋ,26/11 : ଭଦ୍ରକର ଚାନ୍ଦବାଲିରେ ଏକ ଦୁର୍ଘଟଣାରେ ଦୁଇ ବାଇକ୍‌ ଆରୋହୀ ପ୍ରାଣ ହରାଇଛନ୍ତି । ଭଦ୍ରକ ଜିଲ୍ଲା ବାଂଶଡା ଥାନା ଅନ୍ତର୍ଗତ ନୂଆଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି । ମୃତକ ଦ୍ବୟ ହେଉଛନ୍ତି ନଳଗୋହିରା ଗ୍ରାମର ଅଶୋକ ଦାସ ଓ ବଳରାମ ନାୟକ । ଦୁଇ ଜଣଙ୍କ ବ୍ୟତିତ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି । ତିନିଜଣ ଏକ ବାଇକ୍‌ରେ ଆସୁଥିବା ବେଳେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଥିଲେ । ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ଚାନ୍ଦବାଲି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସେଠାରେ ଅଶୋକଙ୍କ ମୃତ୍ୟୁ ଘଟିଥିଲା । ବଳରାମ ଓ ଆନନ୍ଦଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା । ତେବେ ଚିକିତ୍ସାଧୀନ ଅବସ୍ଥାରେ ବଳାରାମଙ୍କ ମୃତ୍ୟୁ ଘଟିଛି ।

Categories
ଆଜିର ଖବର

ବାଲେଶ୍ବରରେ ମୋଦିଙ୍କୁ ଟାର୍ଗେଟ୍‌ କଲେ ରାହୁଲ, ଦାରିଦ୍ର୍ୟ ବିରୋଧରେ ସର୍ଜିକାଲ୍‌ ଷ୍ଟ୍ରାଇକ୍‌ କରିବ ‘ନ୍ୟାୟ’

ବାଲେଶ୍ୱର ରେମୁଣାରେ ପରିବର୍ତନ ସଂକଳ୍ପ ସଭାରେ ଯୋଗ ଦେଇଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଏହି ପରିପ୍ରେକ୍ଷୀରେ ସେ କେନ୍ଦ୍ର ସରକାର ଏବଂ ବିଜେପିକୁ ସମାଲୋଚନା କରିଛନ୍ତି। ଏହା ସହିତ ଚଳିତ ନିର୍ବାଚନରେ କଂଗ୍ରେସର ଇସ୍ତାହାର ନ୍ୟାୟ ଦାରିଦ୍ର୍ୟ ବିପକ୍ଷରେ ଦଳର ସର୍ଜିକାଲ ଷ୍ଟ୍ରାଇକ୍‌ ବୋଲି ରାହୁଲ କହିଛନ୍ତି। ରାହୁଲ କହିଛନ୍ତି ଯେ, ଦେଶର ସବୁଠାରୁ ବଡ ସମସ୍ୟା ହେଉଛି ବେରୋଜଗାରୀ। ଏହା ଉପରେ କଂଗ୍ରେସ ସର୍ଜିକାଲ ଷ୍ଟ୍ରାଇକ କରିବ। ଗରିବଙ୍କ ବ୍ୟାଙ୍କ ଖାତାକୁ ମାସକୁ ନ୍ୟାୟ ଯୋଜନାରେ ୭୨ହଜାର ଟଙ୍କା ଦିଆଯିବ। ୫ କୋଟି ଗରିବ ପରିବାରର ପ୍ରାୟ ୨୫ କୋଟି ଲୋକ ଏଥିରେ ଉପକୃତ ହେବେ। ବେରୋଜଗାରୀ ପାଇଁ ଜିଏସଟି ଏବଂ ନୋଟବନ୍ଦୀ ଦାୟୀ। ଦେଶର ଧନୀ ଲୋକେ ଟଙ୍କା ନେଇ ବିଦେଶ ପଳାଇଛନ୍ତି। ଅନିଲ ଅମ୍ବାନୀ, ମେହୁଲ ଚୌକସୀ, ନୀରବ ମୋଦୀ, ମାଲ୍ୟାଙ୍କୁ କେନ୍ଦ୍ର ସରକାର ଜେଲ ପଠାଇ ପାରୁନାହାନ୍ତି। ସେମାନଙ୍କ ପକେଟକୁ ଜନତାଙ୍କ ଟଙ୍କା ଯାଉଛି। କଂଗ୍ରେସ ସରକାର ହେଲେ ସେମାନଙ୍କ ପକେଟରୁ ଟଙ୍କା ଅଣାଯିବ। କଂଗ୍ରେସ ସରକାରକୁ ଆସିଲେ ଧାନର ସର୍ବନିମ୍ନ କ୍ରୟ ମୂଲ୍ୟ ୨୬୦୦ ଟଙ୍କା ହେବ ବୋଲି ସେ କହିଛନ୍ତି। ସେ ଆହୁରି କହିଛନ୍ତି ଯେ, ନରେନ୍ଦ୍ର ମୋଦୀ ୨ କୋଟି ରୋଜଗାର ଦେବେ ବୋଲି କହିଥିଲେ। କିନ୍ତୁ ତାହା ହେଲା ନାହିଁ। କଂଗ୍ରେସ ସର୍ବଦା ଆଦିବାସୀଙ୍କ ସହ ରହିଛି। ଜମି ଅଧିଗ୍ରହଣ ଆଇନ ୟୁପିଏ ସରକାର ଆଣିଥିଲା। ମୋଦୀ ଏ ସବୁ ବିଲ ରବ୍ଦ କରିବାକୁ ଚେଷ୍ଟା କରୁଛନ୍ତି। ସରକାର ଆସିଲେ ଆଦିବାସୀଙ୍କ ଜଙ୍ଗଲ ଜମି ରକ୍ଷା କରାଯିବ। ଦେଶରେ ୨୨ ଲକ୍ଷ ସରକାରୀ ଚାକିରୀ ଖାଲି ପଡିଛି।