Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ

ଭୁବନେଶ୍ୱର: ସମ୍ବଲପୁର ଜିଲ୍ଲା ଅନ୍ତର୍ଗତ ରେଙ୍ଗାଲି ନିର୍ବାଚନମଣ୍ଡଳୀର ବିଜେପି ନେତା ଓ କର୍ମୀ ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି । ଦଳରେ ସାମିଲ୍ ହୋଇଥିବା ସମସ୍ତ ବିଜେପି ନେତା ଓ କର୍ମୀଙ୍କୁ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି ବିଜେପି କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ରେଙ୍ଗାଲି ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର କହିଥିଲେ ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବିଜେପି ନେତାମାନେ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲୁ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଆମକୁ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବୁ।ଦଳରେ ଆମକୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଉତ୍ପଳା ଧାରୁଆ, ବିଜେପି ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ବିଦ୍ୟୁତ୍‌ପ୍ରଭା ଜୋଷୀ, ପ୍ରେମାନନ୍ଦ ବ୍ରିହେଡ, ଆଶିଷ କୁମାର ପଣ୍ଡା, ସୁରେଶୀନୀ ଓରାମ, ବିରେନ୍ଦ୍ର ରାଉତ, ଓମପ୍ରକାଶ ସା ଓ ଅନିରୁଦ୍ଧ ମାଝୀଙ୍କ ସହ ଶତାଧିକ ବିଜେପି କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ରୋବେଲ କଡମ

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଶେମିଳିଗୁଡା ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବିଜେପି ନେତା ରୋବେଲ କଡମଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମକର୍ତ୍ତା ଏବଂ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ର ଓ ପଟ୍ଟାଙ୍ଗୀର ପୂର୍ବତନ ବିଧାୟକ ତଥା ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଫୁଲ୍ଲ କୁମାର ପାଙ୍ଗୀଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ରୋବେଲ କଡମଙ୍କ ସହ ଶତାଧିକ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଡକ୍ଟର ପାତ୍ର ଓ ଶ୍ରୀ ପାଙ୍ଗୀ ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ। ଆଜି ବିଜେପି ଓ କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ପଟ୍ଟାଙ୍ଗୀ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଡକ୍ଟର ପାତ୍ର ଓ ଶ୍ରୀ ପାଙ୍ଗୀ କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ରୋବେଲ କଡମ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି । ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି ।

ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ ବିଜେପି ଓ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ ।

ଏହି ମିଶ୍ରଣ ପର୍ବରେ ପ୍ରତାପ କୁମାର ଚୌଧୁରୀ, ରଂଜିତ କୁମାର ପାଙ୍ଗୀ, ସୀତାକାନ୍ତ ନାୟକ, ଗୋପାଳ ଚନ୍ଦ୍ର ସାହୁ, ହରି ଗନ୍ଦାରୀ, ପୂର୍ଣ୍ଣ ଗୁନ୍ଥା, ପରମେଶ ପାଙ୍ଗୀ, ରଂଜନ ଖାରା, ଉଧବ ମୁଦୁଲି, ରଂଜୁ ଜାନି, ପୁରବ କୁଲଦୀପ, ସୁକୁମାର ବିଶ୍ୱାଳ, ନରସିଂହ ପଣ୍ଡା, ଟୁଲା ଲୁଲୁରା, ମାମିନା ଖୀନବୁଡି, ମୋହନ ରାୟ ଖୁନବୁଡି, ଦାମୋଦର କିଶାନୀ, ଲାଇଚନ ପାଙ୍ଗୀ, ରବିନ୍ଦ୍ର ପାଙ୍ଗୀ ଓ ଲବ ହନ୍ତାଲଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ ।

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗଦେଲେ ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଚଳି ପିଡିକା

ଭୁବନେଶ୍ୱର: କୋରାପୁଟ ଜିଲ୍ଲା ଅନ୍ତର୍ଗତ ଲକ୍ଷ୍ମୀପୁର ନିର୍ବାଚନମଣ୍ଡଳୀର ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମକର୍ତ୍ତା ଓ ନିର୍ବାଚିତ ପ୍ରତିନିଧି ଆଜି ଶଙ୍ଖଭବନ ଠାରେ ଲକ୍ଷ୍ମୀପୁର ବିଜେଡି ବିଧାୟକ ପ୍ରାର୍ଥୀ ପ୍ରଭୁ ଜାନି, ବିଜେଡି ସାଧାରଣ ସମ୍ପାଦକ ତଥା ନବରଙ୍ଗପୁର ଜିଲ୍ଲା ପର୍ଯ୍ୟବେକ୍ଷକ ଇଶ୍ୱର ପାଣିଗ୍ରାହୀ, ପୂର୍ବତନ ସାଂସଦ ଝିନ ହିକ୍କକା ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକାଙ୍କ ସହ ଶତାଧିକ କଂଗ୍ରେସ କର୍ମୀଙ୍କୁ ଶ୍ରୀ ଜାନି, ଶ୍ରୀ ପାଣିଗ୍ରାହୀ, ଶ୍ରୀ ହିକ୍କକା ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ । ଆଜି କଂଗ୍ରେସ କର୍ମୀମାନଙ୍କ ଯୋଗଦାନ ଫଳରେ ବିଶେଷକରି ଲକ୍ଷ୍ମୀପୁର ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଜାନି, ଶ୍ରୀ ପାଣିଗ୍ରାହୀ, ଶ୍ରୀ ହିକ୍କକା ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ବନ୍ଧୁଗାଁ ବ୍ଲକ ଉପାଧ୍ୟକ୍ଷା ଗୀତାଞ୍ଜଳି ପିଡିକା ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ବିଜେଡିରେ ମହିଳାମାନଙ୍କୁ ଉପଯୁକ୍ତ ସମ୍ମାନ ଦିଆଯାଏ। ନୂତନ ଓଡ଼ିଶା ଗଠନ ଦିଗରେ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ସମିତିସଭ୍ୟ ନିଦ୍ରାବତୀ ପିଡିକା, ପ୍ରଦୀପ ବେନ୍ତ, ବଳରାମ ମାଣ୍ଡିଗୀ, ବାଙ୍ଗ୍ରୁ ଜାମ୍ବେକା, ଶୁଶୀଲ ଗରଡା, ପଣ୍ଡୁ ମେଲେକା, ମକରା ଗଦାରୀ, ଜଗା କୁଲେଶିକା, ନଗେଶ କଦ୍ରକା, ଲକ୍ଷ୍ମୀ ସୌନ୍ତା, ଜାମା ପିଡିକା, କ୍ରୁମା କନ୍ଦ୍ରକା, ସାମୁଳା କଦ୍ରାକା, କୁମାରା ଜାକକା, ସୁନୀଲ କୁନ୍ତିଶ, ମନୋଜ ମୁଦୁଲି, ସୁଶାନ୍ତ ମୁଦୁଲି, ଲୋକନାଥ ମୁଦୁଲିିଙ୍କ ସହ ଶତାଧିକ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ନିର୍ବାଚନ ଖବର ରାଜ୍ୟ ଖବର

ବିଜେଡ଼ିରେ ଯୋଗ ଦେଲେ ବୌଦ୍ଧର କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁ

ଭୁବନେଶ୍ୱର: ବୌଦ୍ଧ ଜିଲ୍ଲା ଅନ୍ତର୍ଗତ ବୌଦ୍ଧ ନିର୍ବାଚନମଣ୍ଡଳୀର ୨୦୧୪ ସାଧାରଣ ନିର୍ବାଚନର କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁଙ୍କ ସମେତ ଶତାଧିକ କଂଗ୍ରେସ ଓ ସିପିଆଇ କର୍ମୀ ଆଜି ଶଙ୍ଖଭବନ ଠାରେ ମନ୍ତ୍ରୀ ତଥା ବୌଦ୍ଧ ବିଧାୟକ ପ୍ରଦୀପ ଅମାତ ଓ ରାଜ୍ୟସଭା ସାଂସଦ ଡକ୍ଟର ସସ୍ମିତ ପାତ୍ରଙ୍କ ଉପସ୍ଥିତିରେ ବିଜେଡିରେ ଯୋଗ ଦେଇଛନ୍ତି।

ଦଳରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ଏବଂ ଶତାଧିକ କଂଗ୍ରେସ ଓ ସିପିଆଇ କର୍ମୀଙ୍କୁ ଶ୍ରୀ ଅମାତ ଓ ଡକ୍ଟର ପାତ୍ର ଉପଢୌକନ ଦେଇ ଦଳକୁ ସ୍ୱାଗତ କରିଥିଲେ।ଆଜି କଂଗ୍ରେସ କର୍ମୀ ଓ ସିପିଆଇ କର୍ମୀଙ୍କ ଯୋଗଦାନ ଫଳରେ ବିଶେଷକରି ବୌଦ୍ଧ ନିର୍ବାଚନ ମଣ୍ଡଳୀରେ ଦଳୀୟ ସଂଗଠନ ଆହୁରି ମଜଭୂତ ହେବ ବୋଲି ଶ୍ରୀ ଅମାତ ଓ ଡକ୍ଟର ପାତ୍ର କହିଥିଲେ।

ଏହି ଅବସରରେ ବିଜେଡ଼ିରେ ସାମିଲ୍ ହୋଇଥିବା ପୂର୍ବତନ କଂଗ୍ରେସ ବିଧାୟକ ପ୍ରାର୍ଥୀ ଅବକାଶ ସାହୁ ନିଜ ପ୍ରତିକ୍ରିୟାରେ କହିଥିଲେ ଯେ, ମାନ୍ୟବର ମୁଖ୍ୟମନ୍ତ୍ରୀ ତଥା ବିଜେଡ଼ି ସୁପ୍ରିମୋ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଲୋକାଭିମୁଖୀ କାର୍ଯ୍ୟ, ସ୍ୱଚ୍ଛ ଶାସନ, ନିର୍ମଳ ଭାବମୂର୍ତ୍ତି ଓ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ ଆଜି ବିଧିବଦ୍ଧ ଭାବେ ବିଜେଡିରେ ଯୋଗ ଦେଲି।

ନୂତନ ଓଡ଼ିଶା ଗଠନ ଦିଗରେ ମୁଖ୍ୟମନ୍ତ୍ରୀ ମୋତେ ଯାହା ଦାୟିତ୍ୱ ଦେବେ ତାକୁ ସୂଚାରୁ ରୂପେ ତୁଲାଇବି। ଦଳରେ ମୋତେ ଏବଂ ମୋ ସହ ଯୋଗ ଦେଇଥିବା ସମସ୍ତ କଂଗ୍ରେସ ଓ ସିପିଆଇ କର୍ମୀଙ୍କୁ ଗ୍ରହଣ କରିଥିବାରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ଦଳର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଏବଂ ସମସ୍ତ ନେତୃବୃନ୍ଦଙ୍କୁ କୃତଜ୍ଞତା ଜ୍ଞାପନ କରୁଛୁ।

ଏହି ମିଶ୍ରଣ ପର୍ବରେ ଅଲ ଇଣ୍ଡିଆ ୟୁଥ୍ ଫେଡେରେସନର ବୌଦ୍ଧ ଜିଲ୍ଲା ସଭାପତି ସୁଧାଂଶୁ ପ୍ରଧାନ, ସମ୍ପାଦକ ପ୍ରଦୀପ ବେହେରା, ବୌଦ୍ଧ ଜିଲ୍ଲା ସିପିଆଇ ସମ୍ପାଦକ ଭୀମସେନ ଘିବିଲା, ବୌଦ୍ଧ ଜିଲ୍ଲା ସିପିଆଇ ଜୋନ ସମ୍ପାଦକ ସତ୍ୟନାରାୟଣ ସାହୁ, ବୌଦ୍ଧ ଜିଲ୍ଲା ମହିଳା କଂଗ୍ରେସ ସାଧାରଣ ସମ୍ପାଦିକା ମମତା ପଣ୍ଡାଙ୍କ ସହ ଶତାଧିକ କଂଗ୍ରେସ ଓ ସିପିଆଇ କର୍ମୀ ବିଜେଡ଼ିରେ ସାମିଲ ହୋଇଥିଲେ। ଶେଷରେ ବିଜେଡ଼ି ମୁଖପାତ୍ର ଡଃ ପ୍ରିୟବ୍ରତ ମାଝୀ ଧନ୍ୟବାଦ ଅର୍ପଣ କରିଥିଲେ।