Categories
ଆଜିର ଖବର ରାଜ୍ୟ ଖବର

ବାଲେଶ୍ୱରଠାରେ ନାଗରିକତା ସଂଶୋଧନ ଆଇନ ସଚେତନତା ରାଲି ଏବଂ ବିଶାଳ ଜନସମାବେଶ

ବାଲେଶ୍ୱର : ଦେଶର ବିଭାଜନ ଧର୍ମ ଆଧାରରେ ହେବା କଥା ନୁହେଁ କିନ୍ତୁ କଂଗ୍ରେସ ଧର୍ମ ଆଧାରରେ ଦେଶକୁ ବିଭାଜନ କରିଛି। ଆଉ ଏବେ କ୍ଷମତା ହାସଲ କରିବା ପାଇଁ ନାଗରିକତା ସଂଶୋଧନ ଆଇନ ନାଁରେ ହୀନ ରାଜନୀତି କରି ଦେଶର ଜନତାଙ୍କୁ ବିଭ୍ରାନ୍ତ କରିଚାଲିଛି। ନାଗରିକତା ପ୍ରଦାନ କରିବା ପାଇଁ ହୋଇଛି ନାଗରିକତା ସଂଶୋଧନ ଆଇନ। କିନ୍ତୁ ବିରୋଧୀ କଂଗ୍ରେସ ସମେତ କିଛି ଆଂଚଳିକ ଦଳ ଦେଶର ଜନତାଙ୍କୁ ବିଭ୍ରାନ୍ତ କରି ହିଂସା ସୃଷ୍ଟି କରୁଛନ୍ତି। ବାଲେଶ୍ବରରେ ଆୟୋଜିତ ସିଏଏ ରାଲିକୁ ସମ୍ବୋଧିତ କରି ଏହା କହିଛନ୍ତି ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି।

ଭାରତର ପଡୋଶୀ ଦେଶ ପାକିସ୍ତାନ, ଆଫଗାନିସ୍ତାନ ଏବଂ ବାଂଲାଦେଶରୁ ଧାର୍ମିକ ନିର୍ଯ୍ୟାତନାର ଶିକାର ହୋଇ ଭାରତକୁ ଆସିଥିବା ସଂଖ୍ୟା ଲଘୁବର୍ଗର ଶରଣାର୍ଥୀମାନଙ୍କୁ ନାଗରିକତା ପ୍ରଦାନ କରାଯିବାର ବ୍ୟବସ୍ଥା ଏହି ଆଇନରେ ରହିଛି ବୋଲି ବାଲେଶ୍ୱରଠାରେ ଆୟୋଜିତ ନାଗରିକତା ସଂଶୋଧନ ଆଇନ ସଚେତନତା ରାଲିରେ ଯୋଗ ଦେଇ କହିଛନ୍ତି ରାଜ୍ୟ ସଭାପତି ସମୀର ମହାନ୍ତି।ସେହିପରି କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡଙ୍ଗୀ ଏହି ରାଲିରେ ଯୋଗଦେଇ କେନ୍ଦ୍ର ସରକାରଙ୍କ ସଫଳତା ଉପରେ ଉଲ୍ଲେଖ କରିଥିଲେ।