Categories
ଜାତୀୟ ଖବର ନିର୍ବାଚନ ଖବର ବିଶେଷ ଖବର ରାଜ୍ୟ ଖବର

ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ BSKY ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି। ନିୟମିତ ସରକାରୀ କର୍ମଚାରୀ ଓ ଆୟକର ଦେଉଥିବା ଲୋକଙ୍କୁ ଛାଡି ଗାଁର ସବୁ ଲୋକ ଏହି ସୁବିଧା ପାଇବେ । ଆଜିଠାରୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲା ଠାରୁ ହିତାଧିକାରୀମାନେ ଏହାର ସୁବିଧା ପାଇବେ। ରାଜ୍ୟ ସରକାରଙ୍କ 5T ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ କରାଯାଉଛି।

ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ସାଢେ ୪ କୋଟି ଓଡିଶାବାସୀ ହେଉଛନ୍ତି ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି। ଆପଣମାନଙ୍କ ଖୁସି ମୋ ଖୁସି ।

ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି।

ସୂଚନାଯୋଗ୍ୟ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ, cashless ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍‌ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହା ଦ୍ୱାରା ଆହୁରି ଅଧିକ ପରିବାର ଏହି ଯୋଜନାରେ ସାମିଲ ହୋଇପାରିବେ।

କାର୍ଯ୍ୟକ୍ରମରେ ସମ୍ବଲପୁର ଜିଲ୍ଲା ରେଙ୍ଗାଲୀ ବ୍ଲକରେ ରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନିରଞ୍ଜନ ପୁଜାରୀ ଯୋଗ ଦେଇ କହିଲେ ଯେ 5T ରେ କାର୍ଯ୍ୟକାରୀ ହେଉଥିବା BSKY ହେଉଛି ମୁଖ୍ୟମନ୍ତ୍ରୀଙ୍କ ଐତିହାସିକ ନିଷ୍ପତ୍ତି। ଆଜି ଗ୍ରାମାଞ୍ଚଳର ସବୁ ବଞ୍ଚିତ ହିତାଧିକାରୀ ଏଥିରେ ସାମିଲ ହେଲେ। 5T ହେଉଛି ମୁଖ୍ୟମନ୍ତ୍ରୀଙ୍କ ଓଡିଶାର ଉନ୍ନତି କଳ୍ପନା। ଲୋକଙ୍କୁ ସେବା ଦେବାର କଳ୍ପନା। ଆଜି 5T ମନ୍ତ୍ର ଉପରେ ରାଜ୍ୟାବାସୀଙ୍କ ଆସ୍ଥା ବଢିଛି। ରାଜ୍ୟବାସୀଙ୍କୁ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ସବୁଠାରୁ ଅଧିକ ଗୁରୁତ୍ୱ ଦିଅନ୍ତି ବୋଲି ସେ କହିଥିଲେ।

5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ କହିଲେ ଯେ ରାଜ୍ୟର ପ୍ରତ୍ୟେକ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟ ସୁରକ୍ଷା ଯୋଗାଇଦେବା ମୁଖ୍ୟମନ୍ତ୍ରୀଙ୍କ ଲକ୍ଷ୍ୟ, ଏହି ପରିପ୍ରେକ୍ଷୀରେ ପରବର୍ତ୍ତୀ ପର୍ଯ୍ୟାୟରେ ସହରାଞ୍ଚଳର ପ୍ରାୟ ସମସ୍ତଙ୍କୁ BSKY Nabin card ରେ ସାମିଲ କରାଯିବ ବୋଲି ସେ କହିଥିଲେ। ଏହି ଯୋଜନାକୁ ରେକର୍ଡ ସମୟ ମଧ୍ୟରେ କାର୍ଯ୍ୟକାରୀ କରିଥିବାରୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓ ସୂଚନା ପ୍ରଯୁକ୍ତି ବିଭାଗକୁ ସେ ଧନ୍ୟବାଦ ଜଣାଇଥିଲେ।

ସୂଚନାଯୋଗ୍ୟ ଯେ 5T ଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଗ୍ରାମାଞ୍ଚଳର BSKY Card ପାଇବାରୁ ବହୁ ବଞ୍ଚିତ ଲୋକ ସେମାନଙ୍କୁ ଏହି ଯୋଜନାରେ ସାମିଲ କରିବା ପାଇଁ ଅନୁରୋଧ କରିଥିଲେ। ପ୍ରତିଟି ଜୀବନ ମୂଲ୍ୟବାନ ଆଦର୍ଶରେ ଅନୁପ୍ରାଣିତ ମୁଖ୍ୟମନ୍ତ୍ରୀ ଏ ବିଷୟରେ ଅବଗତ ହେବା ପରେ ଏହି ନବୀନ କାର୍ଡ ଆରମ୍ଭ କରିବା ପାଇଁ ନିଷ୍ପତ୍ତି ନେଇଥିଲେ।

ଅନ୍ୟମାନଙ୍କ ମଧ୍ୟରେ ଭୁବନେଶ୍ୱର ବ୍ଲକରେ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା, ସମ୍ବଲପୁର ବାମଡା ବ୍ଲକରେ ଜିଲ୍ଲା ପରିଷଦ ସଭାପତି କୁମୁଦିନୀ ନାୟକ, କୁଚିଣ୍ଡାରେ ବିଧାୟକ ଶ୍ରୀ କିଶୋର ଚନ୍ଦ୍ର ନାୟକ, ରେଢାଖୋଲରେ ବିଧାୟକ ଶ୍ରୀ ରୋହିତ ପୁଜାରୀ, ଖୋର୍ଦ୍ଧା ଜିଲ୍ଲା ଟାଙ୍ଗୀ ବ୍ଲକରେ ‘ଆମ ଓଡିଶା, ନବୀନ ଓଡିଶା’ ସଂଯୋଜିକା ଶ୍ରୀମୟୀ ଶ୍ୱେତସ୍ନିଗ୍ଧା ମିଶ୍ର, ବୋଲଗଡରେ ବିଧାୟକ ଶ୍ରୀ ରାଜେନ୍ଦ୍ର କୁମାର ସାହୁ, ଖୋର୍ଦ୍ଧାରେ ଜିଲ୍ଲା ପରିଷଦ ସଭାପତି ଶ୍ରୀମତୀ ରୁପଶ୍ରୀରାଣୀ ଗୁମାନ ସିଂ ଯୋଗ ଦେଇ କହିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଆଜି ସବୁ କ୍ଷେତ୍ରରେ ଆମ ରାଜ୍ୟ ଆଗକୁ ବଢିଛି। ସମାଜର ସବୁଠାରୁ ତଳ ଧାଡିରେ ରହୁଥିବା ବ୍ୟକ୍ତିର କଲ୍ୟାଣ ବିଷୟରେ ମୁଖ୍ୟମନ୍ତ୍ରୀ ସ୍ୱତନ୍ତ୍ର ଧ୍ୟାନ ଦେଇଥାନ୍ତି। BSKY ଆଜି ରାଜ୍ୟବାସୀଙ୍କ ପାଇଁ ସଞ୍ଜିବନୀ ସଦୃଶ୍ୟ ହୋଇଛି। ସ୍ୱାସ୍ଥ୍ୟସେବା ଓ ରାଜ୍ୟର ବିକାଶ କ୍ଷେତ୍ରରେ ମୁଖ୍ୟମନ୍ତ୍ରୀଙ୍କ ପଦକ୍ଷେପକୁ ଓଡିଶାବାସୀ ସବୁବେଳେ ମନେ ରଖିବେ ବୋଲି ସେମାନେ କହିଥିଲେ।

କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର କମିଶନର ତଥା ଶାସନ ସଚିବ ଶାଳିନୀ ପଣ୍ଡିତ ସ୍ୱାଗତ ଭାଷଣ ଦେଇଥିଲେ ଏବଂ BSKY Societyର CEO ଧନ୍ୟବାଦ ଅର୍ପଣ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ବିଏସକେୱାଇ ନବୀନ କାର୍ଡ ପଂଜୀକରଣ ସମୟ ବଢିଲା, ଜାଣନ୍ତୁ ଶେଷ ତାରିଖ କେବେ

ଭୁବନେଶ୍ବର: ରାଜ୍ୟ ସରକାର ବିଏସକେୱାଇ ନବୀନ କାର୍ଡର ପଂଜୀକରଣ ସମୟ ସୀମା ବୃଦ୍ଧି କରିଛନ୍ତି। ଆଜି ଏ ନେଇ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ପୂର୍ବରୁ ଏହା ଆଜି ଅର୍ଥାତ 16 ତାରିଖ ଶେଷ ଦିନ ଧାର୍ଯ୍ୟ କରାଯାଇଥିଲା। ହେଲେ ଅନେକ ଏହା ପୂରଣ କରିବାରେ ସମର୍ଥ ହୋଇ ନ ଥିବାରୁ ସରକାର ଏହାର ସମୟସୀମା ବୃଦ୍ଧି କରିଛନ୍ତି। ସେହି ଅନୁସାରେ ଆସନ୍ତା 26 ତାରିଖ ପର୍ଯ୍ୟନ୍ତ ଏହାର ସମୟ ବୃଦ୍ଧି କରାଯାଇଛି।

ଏହା ହେଉଛି ରାଜ୍ୟ ସରକାରଙ୍କ ଆଉ ଏକ ଯୋଜନା। ଯେଉଁଥିରେ ଗ୍ରାମାଞ୍ଚଳ ଲୋକେ ବିଏସକେୱାଇରୁ ବଞ୍ଚିତ ହୋଇଛନ୍ତି ସେମାନଙ୍କୁ ଏହି ନୂଆ ଯୋଜନାରେ ସାମିଲ କରାଯାଇଛି। ତେବେ ଏହି ଯୋଜନାରେ ଯେଉଁମାନେ କର ଦେଉଛନ୍ତି କିମ୍ବା ସରକାରୀ ଚାକିରୀ କରିଛନ୍ତି ସେମାନଙ୍କୁ ବାଦ ଦିଆଯାଇଛି। ଏପରିକି ଯେଉଁମାନେ ପେନସନ ପାଉଛନ୍ତି ସେମାନଙ୍କୁ ମଧ୍ୟ ବାଦ ଦିଆଯାଇଛି।

ଏହି ଯୋଜନା ପାଇଁ ଯିଏ ଉପଯୁକ୍ତ ସେମାନେ www.bskynabin.odisha.gov.in ରେ ଲଗଅନ କରି ଆବେଦନ କରିପାରିବେ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଏଣିକି ଗ୍ରାମାଞ୍ଚଳର ସମସ୍ତ ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା, ଆଜିଠାରୁ ପଂଜୀକରଣ, ଜାଣନ୍ତୁ କେମିତି କରିବେ

ଭୁବନେଶ୍ବର: ଏଣିକି ସମସ୍ତ ଗ୍ରାମାଞ୍ଚଳର ସବୁ ଲୋକଙ୍କୁ ମିଳିବ ମାଗଣା ଚିକିତ୍ସା। ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ଅନୁସାରେ ରାଜ୍ୟ ସରକାର ଲାଗୁ କରିଛନ୍ତି ନବୀନ କାର୍ଡ। ଏହି ଯୋଜନାରେ ଯେଉଁମାନେ ବିଏସକେୱାଇ ରେ ସୁବିଧା ପାଇ ନାହାଁନ୍ତି ସେମାନେ ଏହି ନୂଆ କାର୍ଡରେ ସୁବିଧା ପାଇପାରିବେ।

ଏହି ନୂଆକାର୍ଡ ପାଇଁ ଆଜିଠାରୁ ପଂଜୀକରଣ ଆରମ୍ଭ ହେଉଛି। ଏହା ଆସନ୍ତା 16 ତାରିଖ ପର୍ଯ୍ୟନ୍ତ ଚାଲିବ। ସେଥିପାଇଁ ଯେଉଁମାନେ ଆବେଦନ କରିବେ ସେମାନେ www.bskynabin.odisha.gov.in ରେ ଲଗଅନ କରି ଆବେଦନ କରିପାରିବେ।

ତେବେ ଏହି ଯୋଜନାରେ ଯେଉଁମାନେ କର ଦେଉଛନ୍ତି କିମ୍ବା ସରକାରୀ ଚାକିରୀ କରିଛନ୍ତି ସେମାନଙ୍କୁ ବାଦ ଦିଆଯାଇଛି। ଏପରିକି ଯେଉଁମାନେ ପେନସନ ପାଉଛନ୍ତି ସେମାନଙ୍କୁ ମଧ୍ୟ ବାଦ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

BSKY-ନବୀନ କାର୍ଡ ଶୁଭାରମ୍ଭ ପରେ ସ୍ବାସ୍ଥ୍ୟବୀମା ଯୋଜନାରେ ସାମିଲ୍ ପାଇଁ ଦାବି କଲେ ସରକାରୀ କର୍ମଚାରୀ

ଭୁବନେଶ୍ବର: ରାଜ୍ୟ ସରକାରଙ୍କ ଅଧିନରେ କାମ କରୁଥିବା ସବୁ ବର୍ଗର କର୍ମଚାରୀଙ୍କ ସ୍ବାସ୍ଥ୍ୟର ସୁରକ୍ଷା ନିମନ୍ତେ ତୁରନ୍ତ ସ୍ବାସ୍ଥ୍ୟବୀମା ଲାଗୁ କରିବା ପାଇଁ ଶୁକ୍ରବାର ଦିନ ୯ ତାଲା ପରିସରରେ ବିଭିନ୍ନ ସଂଘର ନେତୃମଣ୍ଡଳୀଙ୍କ ସମାବେଶରେ ଦୃଢ ଦାବି କରାଯାଇଛି।
ଓଡିଶାର ଅନ୍ୟତମ କର୍ମଚାରୀ ନେତା ତଥା ପୁରୁଣା ପେନସନ ଆନ୍ଦୋଳନର ସଭାପତି ବିଜୟ ମଲ୍ଲ, ସଚିବାଳୟ ସେବା ସଂଘର ସାଧାରଣ ସମ୍ପାଦକ ପ୍ରଯତ୍ନ ବରାଳ, କର୍ମଚାରୀ ନେତା ପ୍ରଭାତ ମହାନ୍ତି, ସୁଧାଂଶୁ ପାତ୍ରରଶ୍ମି ରଞ୍ଜନ ପାଢ଼ୀ, ଗ୍ରାମ୍ୟ କୃଷି କର୍ମଚାରୀ ସଂଘ ସଭାପତି ପ୍ରଦୀପ ପ୍ରଧାନ, ଚତୁର୍ଥ ଶ୍ରେଣୀ କର୍ମଚାରୀ ନେତା ଗଙ୍ଗାଧର ସ୍ବାଇଁ, ଶିକ୍ଷକନେତା ରାଜେନ୍ଦ୍ର ମଲ୍ଲିକ, ସୁନୀଲ ପ୍ରଧାନ ପ୍ରମୁଖ ତୁରନ୍ତ କ୍ୟାସଲେସ୍ ସ୍ବାସ୍ଥ୍ୟବୀମା ପ୍ରଚଳନ ପାଇଁ ମୁଖ୍ୟମନ୍ତ୍ରୀଙ୍କ ନିକଟରେ ଦାବି ଜଣାଇଛନ୍ତି।

ପ୍ରକାଶ ଥାଉକି ରାଜ୍ୟରେ କାମ କରୁଥିବା କର୍ମଚାରୀ ମାନେ ଦୂରାରୋଗ୍ୟର ଶୀକାର ହୋଇ ଅର୍ଥାଭାବରୁ ଅକାଳରେ ମୃତ୍ୟୁବରଣ କରୁଛନ୍ତି। କିନ୍ତୁ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟର ସରକାରୀ କର୍ମଚାରୀ ଏବଂ ଆୟକରଦାତା ମାନଙ୍କୁ ବାଦ୍‌ ଦେଇ ଗ୍ରାମାଞ୍ଚଳର ସବୁ ପରିବାର, ଯେଉଁମାନେ ବର୍ତ୍ତମାନ BSKY ଯୋଜନା ଅଧୀନରେ ନାହାନ୍ତି ସେମାନଙ୍କ ପାଇଁ ନୂଆ BSKY-ନବୀନ କାର୍ଡ ଲାଗୁ କରିଛନ୍ତି। ଦୀର୍ଘଦିନ ଧରି ସ୍ୱାସ୍ଥ୍ୟ କାର୍ଡ ପାଇଁ ରାଜ୍ୟ ସରକାରୀ କର୍ମଚାରୀ ଅପେକ୍ଷାରତ ଥିଲେ ମଧ୍ୟ ଆଜି ସରକାରଙ୍କ ନିଷ୍ପତ୍ତି ନିମନ୍ତେ କର୍ମଚାରୀ ମହଲରେ ଅସନ୍ତୋଷର ବାତାବରଣ ଦେଖାଯାଇଛି।

ରାଜ୍ୟର ୯୦ ପ୍ରତିଶତ ଲୋକ ସ୍ୱାସ୍ଥ୍ୟ କାର୍ଡ ଯୋଜନାରେ ଲାଭବାନ ହୋଇଥିଲେ ମଧ୍ୟ, ଅଳ୍ପ ସଂଖ୍ୟକ ସରକାରୀ କର୍ମଚାରୀ ବାଦ୍ ପଡିଛନ୍ତି। ମାନ୍ୟବର ମୁଖ୍ୟମନ୍ତ୍ରୀ ସବୁବେଳେ କର୍ମଚାରୀଙ୍କୁ ଆଶୀର୍ବାଦ ଦେଇଛନ୍ତି ତେଣୁ ମିଳିତ କର୍ମଚାରୀ ମଞ୍ଚର ସମ୍ପୂର୍ଣ୍ଣ ବିଶ୍ବାସ ଆସନ୍ତା ନୂତନ ବର୍ଷରେ ମାନ୍ୟବର ମୁଖ୍ୟମନ୍ତ୍ରୀ ସରକାରୀ କର୍ମଚାରୀଙ୍କ ପାଇଁ ସ୍ୱାସ୍ଥ୍ୟ କାର୍ଡ ଯୋଜନା ଲାଗୁକରିବା ସହ ନିଜର ଉଦାରତା ଦେଖାଇବେ। ଏଥି ସହ ବିଜୟ ମଲ୍ଲ ୫ଟି ଅଧକ୍ଷଙ୍କ ଦ୍ରୁଷ୍ଟି ଆକର୍ଷଣ କରି ଚୁଡାନ୍ତ ନିଷ୍ପତ୍ତି ନିମନ୍ତେ ଗଣମାଧ୍ୟମ ଜରିଆରେ ରାଜ୍ୟ ସରକାରଙ୍କୁ ଅନୁରୋଧ କରିଛନ୍ତି।