Categories
ଆଜିର ଖବର ରାଜ୍ୟ ଖବର

ସ୍ମାର୍ଟ ହେଲଥ କାର୍ଡର ଶୁଭାରମ୍ଭ ପାଇଁ ଆଜି ବରଗଡ ଯିବେ ମୁଖ୍ୟମନ୍ତ୍ରୀ, ସୁରକ୍ଷା ବ୍ୟବସ୍ଥା କଡାକଡି

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବରଗଡ ଜିଲ୍ଲା ଗସ୍ତରେ ଯିବେ। ସେଠାରେ ସେ ଜିଲ୍ଲାବାସୀଙ୍କ ପାଇଁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାର ସ୍ମାର୍ଟ କାର୍ଡ ବଣ୍ଟନର ଶୁଭାରମ୍ଭ କରିବେ। ମୁଖ୍ୟମନ୍ତ୍ରୀ ବିଜେପୁରରେ ଆୟୋଜିତ ଏହି ସମାରୋହରେ ଯୋଗ ଦେବେ। ମନ୍ତ୍ରୀ ସୁଶାନ୍ତ ସିଂ ଏବଂ ବିଜେଡି ସାଂଗଠନିକ ସଂପାଦକ ପ୍ରଣବ ପ୍ରକାଶ ଦାସ କାର୍ଯ୍ୟକ୍ରମର ସଫଳତା ପାଇଁ ତଦାରଖ କରୁଛନ୍ତି।

ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦେଖି ବରଗଡରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି।  ପ୍ରାୟ 18 ପ୍ଲାଟୁନ ପୋଲିସ ଫୋର୍ସ, 6 ଜଣ ଡିଏସପି, 15 ଜଣ ଇନ୍ସପେକ୍ଟର, 20 ଜଣ ସବ ଇନ୍ସପେକ୍ଟର, 40 ଜଣ ଏଏସଆଇ ମୁତୟନ ହୋଇଥିବା ବେଳେ ଏସଓଜି ଟିମ ଯବାନଙ୍କୁ ମଧ୍ୟ ମୁତୟନ କରାଯାଇଛି ।