ଭୁବନେଶ୍ୱର, 16/12: ରାଜ୍ୟରେ ସ୍ୱାସ୍ଥ୍ୟସେବାରେ ଉନ୍ନତି ନେଇ ହୃଦରୋଗୀଙ୍କ ପାଇଁ କ୍ୟାପିଟାଲ ହସ୍ପିଟାଲରେ ଖୋଲିଲା ସ୍ୱତନ୍ତ୍ର ୱାର୍ଡ଼। ରାଜ୍ୟରେ ହୃଦରୋଗୀଙ୍କ ସଂଖ୍ୟା ବଢୁଥିବାବେଳେ ସେହି ଅନୁପାତରେ ଚିକିତ୍ସା ହୋଇପାରୁନାହିଁ। ତେଣୁ ଏହି ଦିଗରେ ଏକ ପଦକ୍ଷେପ ନେଇଛନ୍ତି ରାଜ୍ୟସରକାର। ଭୁବନେଶ୍ୱରସ୍ଥିତ କ୍ୟାପିଟାଲ ହସ୍ପିଟାଲରେ ହୃଦରୋଗୀଙ୍କ ଚିକିତ୍ସା ପାଇଁ ଏକ ସ୍ୱତନ୍ତ୍ର ୱାର୍ଡ଼ ଆଜି ଖୋଲାଯାଇଛି। ସ୍ୱତନ୍ତ୍ର ହୃଦରୋଗ ଚିକିତ୍ସା କେନ୍ଦ୍ର ନିର୍ଦ୍ଦେଶକ ଡାକ୍ତରର ପି.କେ ଦାସ ହୋଇଛନ୍ତି। ହୃଦରୋଗୀଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ରାଜ୍ୟ ସରକାର ବହନ କରିବେ। ଏହି ୱାର୍ଡ଼ରେ ଦୈନିକ ୧୫ରୁ ୨୦ ହୃଦରୋଗୀଙ୍କ ଅପରେସନ ହୋଇପାରିବ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନବ ଦାସ ସୂଚନା ଦେଇଛନ୍ତି। (ଏଜେନ୍ସି)
