ଭୁବନେଶ୍ୱର: କେନ୍ଦ୍ରୀୟ ଶିକ୍ଷାବୋର୍ଡ ଦ୍ୱାରା ପ୍ରକାଶିତ ଦ୍ୱାଦଶ ଶ୍ରେଣୀ ପରୀକ୍ଷାରେ ଡି.ଏ.ଭି କଳିଙ୍ଗ ନଗରର ଛାତ୍ରଛାତ୍ରୀମାନେ ବିଜ୍ଞାନ ଏବଂ ବାଣିଜ୍ୟ ବିଭାଗରେ ଆଶାନୁରୂପ ସଫଳତା ହାସଲ କରିଛନ୍ତି । ସର୍ବାଧିକ ବ୍ୟକ୍ତିଗତ ପ୍ରତିଶତ ବିଜ୍ଞାନରେ ୯୫.୮୦ ଏବଂ ବାଣିଜ୍ୟରେ ୯୧.୮୦ ରହିଛି । ବିଜ୍ଞାନ ବିଭାଗରେ ୬୫ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୫୫.୩୮ ପ୍ରତିଶତ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଅଧିକ, ୮୭.୬୯ ପ୍ରତିଶତ ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଅଧିକ ଏବଂ ୯୮.୪୬ ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି କୃତକାର୍ଯ୍ୟ ହୋଇଛନ୍ତିି ।
ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ବିଜ୍ଞାନରେ ତିତିକ୍ଷା ଦତ୍ତ ୯୫.୮୦ ପ୍ରତିଶତ ନମ୍ବର ରଖି ପ୍ରଥମ ସ୍ଥାନରେ, ଆହ୍ୱାନୀ ସ୍ୱାଇଁ ୯୪.୮୦ ପ୍ରତିଶତ ରଖି ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି ତଥା ସାତ୍ତ୍ୱିକ କୁମାର ନାୟକ ୯୨.୨ ପ୍ରତିଶତ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ସେହିଭଳି ବାଣିଜ୍ୟରେ ୧୯ ଜଣ ଛାତ୍ରଛାତ୍ରୀଙ୍କ ମଧ୍ୟରୁ ୩୬.୮୪ ପ୍ରତିଶତ ଛାତ୍ରଛାତ୍ରୀ ୮୦ ପ୍ରତିଶତରୁ ଊର୍ଦ୍ଧ୍ୱ, ୬୮.୪୨ ପ୍ରତିଶତ ଛାତ୍ରଛାତ୍ରୀ ୭୦ ପ୍ରତିଶତରୁ ଊର୍ଦ୍ଧ୍ୱ, ୯୪.୭୪ ପ୍ରତିଶତ ଛାତ୍ରଛାତ୍ରୀ ୬୦ ପ୍ରତିଶତରୁ ଊର୍ଦ୍ଧ୍ୱ ନମ୍ବର ରଖି ବିଦ୍ୟାଳୟ ପାଇଁ ଗୌରବ ଆଣିଦେଇଛନ୍ତି ।
ଆଶୁତୋଷ ଦାଶ ୯୧.୮୦ ପ୍ରତିଶତ ରଖି ପ୍ରଥମ ସ୍ଥାନ, ମନୁଶ୍ରୀ ମହାନ୍ତି ୯୧.୨୦ ପ୍ରତିଶତ ରଖି ଦ୍ୱିତୀୟ ସ୍ଥାନ ଏବଂ ପ୍ରଗତୀ ୯୦ ପ୍ରତିଶତ ରଖି ତୃତୀୟ ସ୍ଥାନ ଅଧିକାର କରିଛନ୍ତି । ଚଳିତ ଶିକ୍ଷାବର୍ଷରେ ବିଜ୍ଞାନ ବିଭାଗର ୭୯.୭୪ ପ୍ରତିଶତ ଏବଂ ବାଣିଜ୍ୟରେ ୭୬.୯୬ ପ୍ରତିଶତ ସହ ବିଦ୍ୟାଳୟର ସାମଗ୍ରିକ ହାର ୭୯.୧୧ ପ୍ରତିଶତ ହୋଇଛି ।
ଏହି ସଫଳତା ନିମନ୍ତେ ବିଦ୍ୟାଳୟ ପରିଚାଳନା ସମିତିର ଅଧ୍ୟକ୍ଷ ଶ୍ରୀଯୁକ୍ତ ମଦନ ମୋହନ ପଣ୍ଡା, ଡି.ଏ.ଭି ବିଦ୍ୟାଳୟ ସମୂହ ଓଡ଼ିଶା ଜୋନ୍ର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ.ସି. ଶତପଥୀ ତଥା ଆଞ୍ଚଳିକ ସହ ନିର୍ଦ୍ଦେଶିକା ଡ. ସୁଜାତା ସାହୁ, ବିଦ୍ୟାଳୟର ମ୍ୟାନେଜର ଈପ୍ସିତା ଦାସ ଓ ଅଧ୍ୟକ୍ଷ ଶ୍ରୀ ବଳରାମ ମହାପାତ୍ର କୃତୀ ଛାତ୍ରଛାତ୍ରୀ ଏବଂ ଶିକ୍ଷକଶିକ୍ଷୟିତ୍ର୍ରୀମାନଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଇଛନ୍ତି ।