Categories
ଆଜିର ଖବର

କର୍ଣ୍ଣାଟକରେ କଂଗ୍ରେସ-ଜେଡିଏସ୍‌ ମେଣ୍ଟ, କଂଗ୍ରେସ ୨୦ଟି ଓ ଜେଡିଏସ୍‌ ୮ଟି ଆସନ ନେଇ ବୁଝାମଣା

କର୍ଣ୍ଣାଟକରେ କଂଗ୍ରେସ ଓ ଜେଡିଏସ୍‌ ମିଳିତ ଭାବରେ ନିର୍ବାଚନ ଲଢ଼ିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମେଣ୍ଟର ନିଷ୍ପତ୍ତି ଅନୁଯାୟୀ, କର୍ଣ୍ଣାଟକର ମୋଟ୍‌ ୨୮ଟି ଆସନରୁ କଂଗ୍ରେସ ୨୦ଟି ଓ ଜେଡିଏସ୍‌ ୮ଟି ଆସନରେ ପ୍ରାର୍ଥୀ ଦେବ। ମେଣ୍ଟ ସମ୍ପର୍କରେ ଘୋଷଣା ପୂର୍ବରୁ ମହୀଶୂର-କୋଡାଗୁ ଆସନକୁ ନେଇ ଦୁଇ ଦଳ ମଧ୍ୟରେ ଟଣାଓଟରା ଲାଗିରହିଥିଲା। ତେବେ ଶେଷରେ କଂଗ୍ରେସ ବାଜିମାରିନେଇଛି। ତେବେ ହାସନ ଓ ମାଣ୍ଡ୍ୟା ଆସନରେ ଜେଡିଏସ୍‌ ପ୍ରାର୍ଥୀ ଦେବ। ଏହି ଦୁଇଟି ସ୍ଥାନକୁ ଜେଡିଏସ୍‌ର ଗଡ଼ ବୋଲି କୁହାଯାଏ। ୨୦୧୪ରେ ବିଜେପି ୧୬ଟି ଆସନରେ ଜିତିଥିବା ବେଳେ କଂଗ୍ରେସ ୯ଟି ଓ ଜେଡିଏସ୍‌ ୨ଟି ଆସନରେ ଜିତିଥିଲା।