Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ 2698ପଜିଟିଭ୍‌ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ୟା 72 ହଜାର ଟପିଲା

ଭୁବନେଶ୍ବର : ରାଜ୍ୟରେ ଆଜି 2 ହଜାର 698 କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ରହିଛି। ଆଜି ଚିହ୍ନଟ ମୋଟ୍‌ ଆକ୍ରାନ୍ତଙ୍କ ମଧ୍ୟରୁ କ୍ବାରେଣ୍ଟିନ୍‌ କେନ୍ଦ୍ରରୁ 1675ଜଣ ଚିହ୍ନଟ ହୋଇଥିବାବେଳେ 1023ଟି ଲୋକାଲ କେସ୍‌ ରହିଛି । ନୂତନ ଆକ୍ରାନ୍ତଙ୍କୁ ମିଶାଇ ଏବେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା  72ହଜାର718କୁ ବୃଦ୍ଧି ହୋଇଛି । ରାଜ୍ୟରେ ଏବେ ସକ୍ରିୟ ଆକ୍ରାନ୍ତ ରହିଛନ୍ତି 23 ହଜାର 699ଜଣ । ସେହିପରି ସୁସ୍ଥ ହୋଇଛନ୍ତି 48 ହଜାର 576ଜଣ। ରାଜ୍ୟରେ କରୋନା ଯୋଗୁଁ ମୃତ୍ୟବରଣ କରିଛନ୍ତି 380ଜଣ । ସେହିପରି 53 ଜଣ କରୋନାରେ ଆକ୍ରାନ୍ତ ଥିଲେ ସୁଦ୍ଧା ଅନ୍ୟ ରୋଗରେ ମୃତ୍ୟୁବରଣ କରିଥିବାର ସୂଚନା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟରୁ କରୋନା ଯୋଗୁଁ 10 ମୃତ୍ୟୁ : ରାଜ୍ୟରେ ମୋଟ୍‌ ମୃତ୍ୟୁ ସଂଖ୍ୟା 324 ଟପିଲା

ଭୁବନେଶ୍ବର : ଆଜି ରାଜ୍ୟରେ କରୋନା ଯୋଗୁଁ ଦଶ ଜଣଙ୍କ ମୃତ୍ୟୁ ଘଟିଛି । ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ 4 ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ପୁରୀ ଜିଲ୍ଲାରୁ 3 ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସୁନ୍ଦରଗଡ, ସମ୍ବଲପୁର ଓ କଟକରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବାର ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ।

ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା  314କୁ ବୃଦ୍ଧି ହୋଇଥିବାବେଳେ ଗଞ୍ଜାମରେ 151କୁ ବୃଦ୍ଧି ହୋଇଛି । ସେହିପରି କଟକ ଜିଲ୍ଲାରେ 14, ସୁନ୍ଦରଗଡରେ 21, ସମ୍ବଲପୁରରେ 3, ପୁରୀ କରୋନା ଜନିତ ମୃତ୍ୟୁ ସଂଖ୍ୟା 6କୁ ବୃଦ୍ଧି ହୋଇଛି ।