Categories
ଆଜିର ଖବର ଜାତୀୟ ଖବର

ଦେଶରେ କରୋନା ଆରୋଗ୍ୟ ହାର 49 ପ୍ରତିଶତକୁ ବୃଦ୍ଧି

ନୂଆଦିଲ୍ଲୀ : କରୋନା ସଂକ୍ରମିତ ରୋଗୀଙ୍କ ଆରୋଗ୍ୟ ହାର ବୃଦ୍ଧି ପାଇ ଏବେ 49.47%ରେ ପହଞ୍ଚିଛି । ଦେଶରେ ବର୍ତ୍ତମାନ ସୁଦ୍ଧା 1,47,194 ଜଣ ରୋଗୀ ସୁସ୍ଥ ହୋଇଥିବା ବେଳେ 1,41,842 ଜଣ ସକ୍ରିୟ ଆକ୍ରାନ୍ତ ରହିଛନ୍ତି । କେବଳ ଗତ 24 ଘଣ୍ଟା ମଧ୍ୟରେ 6,166 ଜଣ ରୋଗୀ ଆରୋଗ୍ୟ ଲାଭ କରିଛନ୍ତି । ଦ୍ଵିଗୁଣିତ ହେବା ହାର ମଧ୍ୟ ହ୍ରାସ ପାଇଛି । ଲକଡାଉନ ଆରମ୍ଭରେ ଆକ୍ରାନ୍ତଙ୍କ ସଂଖ୍ୟା 3.4 ଦିନରେ ଦ୍ଵିଗୁଣିତ ହେଉଥିବା ବେଳେ ଏବେ ଏହା 17.4 ଦିନରେ ଦ୍ଵିଗୁଣିତ ହେଉଛି । ଦେଶରେ ବର୍ତ୍ତମାନ 877 ପରୀକ୍ଷାଗାରରେ ନମୂନା ପରୀକ୍ଷଣ କରାଯାଉଛି । ବିଗତ 24 ଘଣ୍ଟା ମଧ୍ୟରେ 1,50,305 ନମୁନା ପରୀକ୍ଷଣ ହୋଇଥିବା ବେଳେ ଏପର୍ଯ୍ୟନ୍ତ ମୋଟ 53,63,445 ନମୁନା ପରୀକ୍ଷଣ ହୋଇଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ 120 ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ 120 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଜି ଏହି ସୂଚନା ପ୍ରକାଶ ପାଇଛି । ଗଞ୍ଜାମରୁ ସର୍ବାଧିକ 30 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ 19, ବାଲେଶ୍ବରରୁ 14, ବଲାଙ୍ଗୀରରୁ 12, ଢେଙ୍କାନାଳାରୁ 9, ନୟାଗଡ ଓ ସୁନ୍ଦରଗଡରୁ 7 ଜଣ ଲେଖାାଏଁ, ଅନୁଗୁଳରୁ 6 ଜଣ, କେନ୍ଦୁଝରରୁ 5 ଜଣ, ଜଗତସିଂହପୁର ଓ ପୁରୀରୁ 4 ଜଣ ଲେଖାଏଁ ଏବଂ ଦେବଗଡ, କେନ୍ଦ୍ରାପଡା, ଝାରସୁଗୁଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ 2474 ଜଣ ଆକ୍ରାନ୍ତଙ୍କ ସୁସ୍ଥ ହୋଇଛନ୍ତି ।

Categories
ଆଜିର ଖବର

ରାଜ୍ୟରେ ଆଉ 72 ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ 72 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହି ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ସମୁଦାୟ 2354 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 17 ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ସୋନପୁରରୁ 9 ଜଣ, ଜଗତସିଂହପୁରରୁ 6 ଜଣ, କଟକ,କଳାହାଣ୍ଡି ଓ ସୁନ୍ଦରଗଡରୁ 5 ଜଣ ଲେଖାଏଁ, ବାଲେଶ୍ବର ଓ ମୟୁରଭଞ୍‌ଜରୁ 4 ଜଣ ଲେଖାଏଁ, ଖୋର୍ଦ୍ଧା, କନ୍ଧମାଳ, ସମ୍ବଲପୁର, ଝାରସୁଗୁଡାରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 33896 ରହିଥିବା ବେଳେ ସକ୍ରୀୟ ଆକ୍ରାନ୍ତଙ୍କ ସଂଖ୍ୟା 1020 ରହିଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ମହାମାରୀ ସମୟରେ ମାସ୍କ କିଣାରେ କୌଣସି ଦୁର୍ନୀତି ହୋଇନାହିଁ : ସସ୍ମିତ ପାତ୍ର

ଭୁବନେଶ୍ବର : କରେନା ଭଳି ମହାମାରୀ ସମୟରେ ଲୋକଙ୍କ ଜୀବନ ବଞ୍ଚାଇବା ପାଇଁ ମାସ୍କ କିଣାରେ କୌଣସି ଦୁର୍ନୀତି ହୋଇନାହିଁ ବୋଲି ସାଂସଦ ତଥା ବିଜେଡି ମୁଖପାତ୍ର ସସ୍ମିତ ପାତ୍ର ଆଜି ସ୍ପଷ୍ଟ କରିଛନ୍ତି । ଏକ ସମ୍ବାଦିକ ସମ୍ମିଳନୀରେ ଶ୍ରୀ ପାତ୍ର 10 ଟଙ୍କାର ମାସ୍କକୁ 16 ଟଙ୍କାରେ କିଣା ଯିବାର ଯଥାର୍ଥତା ଓ ଏହା ପଛରେ ଥିବା ଯୁକ୍ତି ଉପସ୍ଥାପନ କରିଛନ୍ତି । ସେ କହିଛନ୍ତି ଯେ, କେବଳ ଓଡିଶା ନୁହେଁ ଦେଶରେ ଅନ୍ୟାନ୍ୟ ରାଜ୍ୟ ମଧ୍ୟ ଅଧିକ ଦରାରେ ମାସ୍କ କିଣିଛନ୍ତି । କାରଣ ଲକଡାଉନ ଯୋଗୁଁ ଉତପାଦନ ଖର୍ଚ୍ଚ ଭଢିଯିବାରୁ ମାସ୍କ ଯୋଗାଣକାରୀ ସଂସ୍ଥା ଗୁଡିକ ଏହାର ଦର ବୃଦ୍ଧି କରିଥିଲେ ଏବଂ ଏହାକୁ ଦୃଷ୍ଟିରେ ରଖି 10 ଟଙ୍କାର ମାସ୍କକୁ 16 ଟଙ୍କାକୁ ବଢାଇଦେଇଥିଲେ ।

ଶ୍ରୀ ପାତ୍ର କହିଥିଲେ ଯେ ଓଡିଶା ମାସ୍କକୁ 16 ଟଙ୍କାରେ କିଣିଥିବା ବେଳେ ଅନ୍ୟ ରାଜ୍ୟ ଗୁଡିକ ଏହାଠାରୁ ଯଥେଷ୍ଟ ଅଧିକ ଦରରେ କିଣିଥିଲେ । ଉଦାହରଣ ସ୍ୱରୂପ ଗୁଜୁରୁଟ 20 ଟଙ୍କା ଏବଂ କର୍ଣ୍ଣାଟକ18.74 ଟଙ୍କା, ତାମିଲନାଡୁ 15.96 ପାଇସା କିଣିଛନ୍ତି । କରୋନା ଭୟାବହତାକୁ ଦୃଷ୍ଟିକୁ ରଖି ଲୋକଙ୍କୁ ବଞ୍ଚାଇବା ଲକ୍ଷ୍ୟ ନେଇ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ଅନୁଯାୟୀ ଏହି ମାସ୍କ କିଣା ଯାଇଛି । ଦେଶର ତଥା ରାଜ୍ୟର ଏଭଳି ଏକ ବିପତି ସମୟରେ କଂଗ୍ରେସ ଲୋକଙ୍କ ମନରେ ସନ୍ଦେହର ବାତାବରଣ ସୃଷ୍ଟି କରୁଛି ଏବଂ 4.5 କୋଟି ରାଜ୍ୟବାସୀ ଓ କରୋନା ଯୋଦ୍ଧାଙ୍କୁ ନିରୁତ୍ସାହିତ କରୁଛି । ଯଦି ବିପକ୍ଷ ଦଳଙ୍କ ନିକଟରେ କୌଣସି ପ୍ରମାଣ ଅଛି ତେବେ ସେମାନେ ପ୍ରଦାନ କରନ୍ତୁ । ତେବେ କଂଗ୍ରେସର ଏହି କୁତ୍ସିତ ରାଜନୀତିକୁ ରାଜ୍ୟବାସୀ କଦାପି କ୍ଷମା କରିବେ ନାହିଁ ବୋଲି ଶ୍ରୀ ପାତ୍ର ମତ ଦେଇଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର

ରାଜଧାନୀରୁ ଆଉ 6 ପଜିଟିଭ୍‌ : ଏମ୍ସରୁ 3 ଏବଂ ଆପୋଲୋର ଜଣେ କର୍ମୀ ଆକ୍ରାନ୍ତ

ଭୁବନେଶ୍ବର : ଆଜି ରାଜଧାନୀ ଭୁବନେଶ୍ୱରରେ ପୁଣି 6 ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ସମ୍ପୃକ୍ତ ବ୍ୟକ୍ତିଙ୍କ ମଧ୍ୟରେ ଆପୋଲୋ ହସ୍ପିଟାଲର ଜଣେ କର୍ମଚାରୀ ଅଛନ୍ତି । ତାଙ୍କ ବୟସ 38 ବର୍ଷ ହୋଇଥିବା ନେଇ ଭୁବନେଶ୍ୱର ମହାନଗର ନିଗମ ସୂଚନା ଦେଇଛି । ସେହିପରି ଭୁବନେଶ୍ୱର ଏମ୍ସ ହସ୍ପିଟାଲର 3 ଜଣଙ୍କ କର୍ମଚାରୀଙ୍କ ସମେତ ଜଣେ ଛାତ୍ରୀ କରୋନା ସଂକ୍ରମିତ ହୋଇଛନ୍ତି । 3 ଜଣ କର୍ମଚାରୀଙ୍କ ବୟସ ଯଥାକ୍ରମେ 37, 30 ଏବଂ 31 ରହିଛି । ସେହିପରି ଛାତ୍ରୀ ଜଣକର ବୟସ 24 ବର୍ଷ ରହିଛି । ପୋଖରୀପୁଟରୁ ଚିହ୍ନଟ ଯୁବକଙ୍କ ବୟସ 35 ବର୍ଷ ରହିଥିବା ବେଳେ ସେ ନିକଟରେ କନ୍ଧମାଳରୁ ଫେରିଥିଲେ ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ 149 କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ 149 କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନାରୁ ସୁସ୍ଥ ଆକ୍ରାନ୍ତଙ୍କ ସଂଖ୍ୟା 2282କୁ ବୃଦ୍ଧି ପାଇଛି । ସୁସ୍ଥ ହୋଇଥିବା 149 ଜଣଙ୍କ ମଧ୍ୟରୁ ଗଞ୍ଜାମରୁ 57, ଖୋର୍ଦ୍ଧାରୁ 26, ବଲାଙ୍ଗୀରରୁ 11, ଜଗତସିଂହପୁରରୁ 8, ବାଲେଶ୍ୱରରୁ 7, ଯାଜପୁରରୁ 70, ନୟାଗଡ଼ରୁ 7, ଭଦ୍ରକରୁ 5, କେନ୍ଦ୍ରାପଡ଼ାରୁ 5, ପୁରୀରୁ 5, ସୁନ୍ଦରଗଡ଼ରୁ 4, କେନ୍ଦୁଝରରୁ 3, କଟକରୁ 2 ଏବଂ ବୈାଦ୍ଧ ଓ କୋରାପୁଟରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହା ସହିତ ରାଜ୍ୟରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1106 ରହିଛି ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ 110 ନୂତନ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଆଜି 110 ଜଣ ନୂତନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ଭାବରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ 97 ଜଣ କ୍ବାରେଣ୍ଟିନ୍‌ରେ ରହିଥିବା ବେଳେ 13 ଜଣ ସ୍ଥାନୀୟ ବ୍ୟକ୍ତି ବୋଲି ଜଣାପଡିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଜଗତ ସିଂହପୁରରୁ ସର୍ବାଧିକ 33 ଜଣ ଆକ୍ରାନ୍ତ ରହିଥିବା ବେଳେ କଟକରୁ 20 ଏବଂ ଖୋର୍ଦ୍ଧାରୁ 14 ଜଣ ଆକ୍ରାନ୍ତ ରହିଛନ୍ତି । ରାୟଗଡାରୁ 4, ଝାରସୁଗୁଡାରୁ 1, ନୟାଗଡରୁ 4, ବରଗଡରୁ 2, ଭଦ୍ରକରୁ 1, କଳାହାଣ୍ଡିରୁ 1, ଗଜପତିରୁ 11, ପୁରୀରୁ 7, ବଲାଙ୍ଗୀରରୁ 1, କେନ୍ଦ୍ରାପଡାରୁ 1, ମୟୁରଭଞ୍ଜରୁ 4, କୋରାପୁଟଳ କେନ୍ଦୁଝର ଏବଂ ବୌଦ୍ଧରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 3250ରେ ପହଞ୍ଚିଛି । ଏହା ମଧ୍ୟରୁ 2133 ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1106 ରହିଛି । ସେହିପରି ବୁଧବାର ସୁଦ୍ଧା ରାଜ୍ୟରେ ସମୁଦାୟ 1 ଲକ୍ଷ 85 ହଜାର 410ଟି ନମୂନା ପରୀକ୍ଷଣ କରାଯାଇଛି ।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

24 ଘଣ୍ଟାରେ ନୂତନ ଆକ୍ରାନ୍ତଙ୍କ ସଂଖ୍ୟା 8852 : 241 ଜଣଙ୍କ ପ୍ରାଣହାନି

ନୂଆଦିଲ୍ଲୀ : ଭାରତରେ ଦିନକୁ ଦିନ ସଙ୍କଟମୟ ରୂପ ନେଉଛି କରୋନା । ଦେଶରେ ବିଗତ 24 ଘଣ୍ଟା ମଧ୍ୟରେ 8852ଟି ନୂତନ ମାମଲା ସମ୍ମୁଖକୁ ଆସିଥିବା ବେଳେ 5129 ଜଣ ସୁସ୍ଥ ହୋଇଛନ୍ତି । ସେହିପରି ବିଗତ 24 ଘଣ୍ଟାମ ମଧ୍ୟରେ 241 ଜଣଙ୍କ ପ୍ରାଣହାନି ଘଟିଥିବା ବେଳେ ସମୁଦାୟ ମୃତ୍ୟୁ ସଂଖ୍ୟା 7719ରେ ପହଞ୍ଚିଛି । ଦେଶରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 2 ଲକ୍ଷ 74 ହଜାର 780ରେ ପହଞ୍ଚି ଥିବା ବେଳେ 1,34,166 ଜଣ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 1,32,880ରେ ରହିଛି ।

ସେହିପରି ସମଗ୍ର ବିଶ୍ବରେ ଆକ୍ରାନ୍ତଙ୍କ ସଂଖ୍ୟା 7,185,573ରେ ପହଞ୍ଚିଥିବା ବେଳେ ମୃତ୍ୟୁ ସଂଖ୍ୟା 4 ଲକ୍ଷ 8 ହଜାର 954ରେ ପହଞ୍ଚିଛି । ବିଶ୍ବବ୍ୟାପୀ ବର୍ତ୍ତମାନ ସୁଦ୍ଧା 3,352,665 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

କ୍ବାରେଣ୍ଟିନ୍‌ କେନ୍ଦ୍ରରେ ପ୍ରବାସୀଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ କ୍ବାରେଣ୍ଟିନ୍‌ କେନ୍ଦ୍ରରେ ଜଣେ ପ୍ରବାସୀଙ୍କ ମୃତ୍ୟୁ ଘଟିଛି । ଭଦ୍ରକର କୋରକୋରା ଅଞ୍ଚଳରେ ଏହି ଘଟଣା ଘଟିଛି । ପ୍ରବାସୀ ଶ୍ରମିକ ଜଣକ ଗତକାଲି କୋଲକାତାରୁ ଫେରିଥିଲେ । ଗତକାଲି ଫେରିବା ପରେ କୋରକୋରା କ୍ବାରେଣ୍ଟିନ୍‌ କେନ୍ଦ୍ରରେ ସେ ରହିଥିଲେ । ନୋଡାଲ ଅଫିସର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ ନେଇ ଘୋଷଣା କରାଯାଇଥିବା ବେଳେ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି । ଏହା ସହିତ ମୃତକଙ୍କ ପରିବାରକୁ ଶବ ହସ୍ତାନ୍ତର କରାଯିବାର ନିଷ୍ପତ୍ତି ନିଆଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଜଗତସିଂହପୁରରୁ ଆଉ 11 ଜଣ ଆକ୍ରାନ୍ତ ସୁସ୍ଥ : ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 29

ରମେଶ ମହାନ୍ତି
ଜଗତସିଂହପୁର : ଆଜି ଅପରାହ୍ନରେ ରାଜ୍ୟରେ 140 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଏହା ମଧ୍ୟରେ ଜଗତସିଂହପୁର ଜିଲ୍ଲାରୁ 11 ଜଣ ଆକ୍ରାନ୍ତ ରହିଛନ୍ତି । ସୁସ୍ଥ ହୋଇଥିବା 11 ଜଣ ଆକ୍ରାନ୍ତଙ୍କୁ କିମ୍ସ କୋଭିଡ୍‌ ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି । ଏହାକୁ ମିଶାଇ ଜଗତସିଂହପୁରରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ସଂଖ୍ୟା 68ରେ ପହଞ୍ଚିଛି । ଏହା ସହିତ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 29 ରହିଥିବା ନେଇ ଜିଲ୍ଲାପାଳ ଟ୍ବିଟ୍‌ କରିଛନ୍ତି ।

Categories
ଆଜିର ଖବର ଜାତୀୟ ଖବର

ମାଙ୍କ ସହିତ କରୋନା ପଜିଟିଭ୍‌ ସାବ୍ୟସ୍ତ ହେଲେ ଏହି ବିଜେପି ନେତା

ନୂଆଦିଲ୍ଲୀ : ବିଜେପି ନେତା ଜ୍ୟୋତିରାଦିତ୍ୟ ସିନ୍ଧିଆ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ସିନ୍ଧିଆଙ୍କ ସହିତ ତାଙ୍କ ମା ମାଧବୀ ରାଜେ ସିନ୍ଧିଆ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଉଭୟ ବିଗତ 4 ଦିନ ଧରି ମାକ୍ସ ସୁପର ସ୍ପେସାଲିଟି ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ମଙ୍ଗଳବାର ଦିନ ରିପୋର୍ଟ ଆସିବା ପରେ ସିନ୍ଧିଆ କରୋନା ଆକ୍ରାନ୍ତ ହୋଇଥିବା ସ୍ପଷ୍ଟ ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟର ପ୍ରଥମ ଆଇଏଏସ୍‌ ଅଫିସରଙ୍କୁ କରୋନା

ନୂଆଦିଲ୍ଲୀ : ରାଜ୍ୟରେ ପ୍ରଥମ ଆଇଏଏସ୍‌ ଅଫିସର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ପ୍ରଶାସନିକ ଅଧିକାରୀ ତୁହିନକାନ୍ତ ପାଣ୍ଡେ କରୋନା ଦ୍ବାରା ଆକ୍ରାନ୍ତ ହୋଇଥିବା ନେଇ ମଙ୍ଗଳବାର ସୂଚନା ମିଳିଛି । 1987 ବ୍ୟାଚ୍‌ ଓଡିଶା କ୍ୟାଡରର ଆଇଏଏସ୍‌ ଅଫିସର ତୁହିନକାନ୍ତ ପାଣ୍ଡେ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । କେନ୍ଦ୍ର ସରକାରଙ୍କ ଅଧୀନସ୍ଥ ବିନିବେଶ ବିଭାଗରେ କାର୍ଯ୍ୟ କରୁଥିବା ତୁହିନଙ୍କୁ କରୋନା ହୋଇଥିବା ନେଇ ପିଟିଆଇ ସୂତ୍ରରୁ ସୂଚନା ମିଳିଛି ।

Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ଆଉ 140 ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ 140 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳୁ 146 ଆକ୍ରାନ୍ତ ସହ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟକା 3 ହଜାର ଅତିକ୍ରମ କରିଥିବା ବେଳେ ଅପରାହ୍ନରେ 140 ଜଣ ସୁସ୍ଥ ହୋଇଛନ୍ତି । ସୁସ୍ଥ 140 ଜଣଙ୍କ ମଧ୍ୟରୁ କଟକରୁ ସର୍ବାଧିକ 24 ଜଣ ଆକ୍ରାନ୍ତ ରହିଛନ୍ତି । ଅନ୍ୟ ଜିଲ୍ଲା ମାନଙ୍କ ମଧ୍ୟରେ ଗଞ୍ଜାମରୁ 22, ନୂଆପଡାରୁ 21, ଯାଜପୁରରୁ 11 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଖୋର୍ଦ୍ଧାରୁ 11, ଜଗତସିଂହପୁର 11, ସୁନ୍ଦରଗଡରୁ 8, ବଲାଙ୍ଗୀର ଓ ଭଦ୍ରକରୁ 7 ଜଣ ଲେଖାଏଁ, ଢେଙ୍କାନାଳରୁ 5 ସୁସ୍ଥ, ବରଗଡ, କେନ୍ଦ୍ରାପଡା ଓ ସମ୍ବଲପୁରରୁ 3 ଜଣ ଲେଖାଏଁ, ବାଲେଶ୍ବର ଓ ପୁରୀରୁ 2 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥଙ୍କ ସଂଖ୍ୟା 2133ରେ ପହଞ୍ଚିଛି ।

Categories
ଆଜିର ଖବର ଜାତୀୟ ଖବର

ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମାଙ୍କୁ କରୋନା ସନ୍ଦେହ : ମାକ୍ସ ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ : କଂଗ୍ରେସ ପରିତ୍ୟାଗ କରି ବିଜେପିରେ ଯୋଗ ଦେଇଥିବା ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ମା କରୋନାରେ ଆକ୍ରାନ୍ତ ହୋଇଥିବା ଆଶଙ୍କା କରାଯାଉଛି । ଜ୍ୟୋତିରାଦିତ୍ୟଙ୍କ ମା ମାଧବୀ ରାଜେ ସିନ୍ଧିଆଙ୍କ ଠାରେ କରୋନାର ଲକ୍ଷଣ ଦେଖା ଦେବା ପରେ ତାଙ୍କୁ ଦିଲ୍ଲୀ ସ୍ଥିତ ମାକ୍ସ ସୁପର ସ୍ପେସାଲିଟି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମାଧବୀଙ୍କ ଠାରେ ଜ୍ବର ଏବଂ ତଣ୍ଟି ଦରଜର ଲକ୍ଷଣ ଦେଖା ଦେଇଥିଲା । ସୋମବାର ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ବେଳେ ନମୂନାର ରିପୋର୍ଟ ଆସିବା ବାକି ରହିଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ଲୋକଙ୍କ ଜୀବନ ସହିତ ଖେଳୁଛନ୍ତି କେଜ୍ରିଓ୍ବାଲ : ଅଜୟ ମାକେନ

ନୂଆଦିଲ୍ଲୀ : ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କୁ କଂଗ୍ରେସ ପକ୍ଷରୁ ସମାଲୋଚନା କରାଯାଇଛି । ଦିଲ୍ଲୀ କଂଗ୍ରେସର ପୂର୍ବତନ ମୁଖ୍ୟ ଅଜୟ ମାକେନ୍‌ କେଜ୍ରିଓ୍ବାଲଙ୍କୁ ସମାଲୋଚନା କରିଛନ୍ତି । ସାଧାରଣ ଲୋକଙ୍କ ଜୀବନ ସହିତ କେଜ୍ରିଓ୍ବାଲ ଖେଳୁଛନ୍ତି ବୋଲି ମାକେନ୍‌ ଅଭିଯୋଗ କରିଛନ୍ତି । ଦିଲ୍ଳୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢି ଚାଲିଥିବା ବେଳେ କେଜ୍ରିଓ୍ବାଲ ସରକାରଙ୍କ ପକ୍ଷରୁ ଟେଷ୍ଟିଂ କମ୍‌ କରି ଦିଆଯାଇଛି । ବର୍ତ୍ତମାନ ଦୈନିକ 4000 ଟେଷ୍ଟିଂ କରାଯାଉଥିବା ବେଳେ ପୂର୍ବରୁ 29 ମେ ରେ ସର୍ବାଧିକ 7649 ଟେଷ୍ଟ କରାଯାଇଥିଲା । ଦିଲ୍ଲୀ ସରକାର ବିଜ୍ଞାପନରେ ବିପୁଳ ଖର୍ଚ୍ଚ କରୁଥିବା ବେଳେ ହସ୍ପିଟାଲରେ ଜାଗା ନପାଇ ସାଧାରଣ ଲୋକ ପ୍ରାଣ ହରାଉଛନ୍ତି ବୋଲି ମାକେନ୍‌ ଅଭିଯୋଗ କରିଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଦିଲ୍ଲୀରେ ବର୍ତ୍ତମାନ ଆକ୍ରାନ୍ତଙ୍କ ସଂଖ୍ୟା 27564 ରହିଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ 178 ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ 178 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । 178 ଜଣ ସୁସ୍ଥ ବ୍ୟକ୍ତିଙ୍କୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା 1894ରେ ପହଞ୍ଚିଛି । ଆଜି ସକାଳୁ 75 ଜଣ ଆକ୍ରାନ୍ତ ହୋଇଥିବା ବେଳେ 178 ଜଣ ସୁସ୍ଥ ହେବା ରାଜ୍ୟ ପାଇଁ ଖୁସି ଖବର । ଏହା ସହିତ ଗୋଟିଏ ଦିନରେ ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଏହା ସର୍ବାଧିକ ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ସର୍ବାଧିକ 39 ଜଣ ଆକ୍ରାନ୍ତ ରହିଥିବା ବେଳେ ଗଜପତିରୁ 23 ଜଣ ଆକ୍ରାନ୍ତ ରହିଛନ୍ତି । ନୂଆପଡାରୁ 22, ଭଦ୍ରକରୁ 17, ନୟାଗଡରୁ 15, ଗଞ୍ଜାମରୁ 14, କେନ୍ଦ୍ରାପଡାରୁ 10 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଢେଙ୍କାନାଳ ଓ କନ୍ଧମାଳରୁ 9 ଜଣ ଲେଖାଏଁ, ସୁନ୍ଦରଗଡରୁ 6 ବାଲେଶ୍ବରରୁ 4 ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଡିସଚାର୍ଜ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ସମୁଦାୟ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା 1894ରେ ପହଞ୍ଚିଛି ।

Categories
ଆଜିର ଖବର ରାଜ୍ୟ ଖବର

ପଶ୍ଚିମବଙ୍ଗ ଫେରନ୍ତା ଏନ୍‌ଡିଆରଏଫ୍‌ ଯବାନଙ୍କୁ କରୋନା : କ୍ବାରେଣ୍ଟିନ୍‌ରେ 372 ଜଣ

ଭୁବନେଶ୍ବର : ପଶ୍ଚିମବଙ୍ଗରୁ ଆମ୍ପାନ ମୁକାବିଲା ପରେ ଫେରିଥିବା ଜଣେ ଏନ୍‌ଡିଆରଏଫ୍‌ ଯବାନ କରୋନା ଆକ୍ରାନ୍ତ ହେବା ପରେ ଅନ୍ୟ 389 ଜଣଙ୍କୁ କ୍ବାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ସାମୁଦ୍ରିକ ବାତ୍ୟା ଆମ୍ପାନରେ ପଶ୍ଚିମବଙ୍ଗରେ ବ୍ୟାପକ କ୍ଷତି ଘଟିବା ପରେ ଓଡିଶାରୁ 500 ଜଣ ଓଡ୍ରାଫ୍‌ ଏବଂ ଅଗ୍ନିଶମ କର୍ମୀଙ୍କ ସହିତ 10ଟି ଏନ୍‌ଡିଆରଏଫ୍‌ ଟିମ୍‌ ପଠାଯାଇଥିଲା । ସଫେଇ ଏବଂ ଉଦ୍ଧାର କାର୍ଯ୍ୟ ଶେଷ କରି ଏହି ଟିମ୍‌ ଫେରିବା ପରେ ଜଣେ ଏନ୍‌ଡିଆରଏଫ୍‌ ଯବାନ କରୋନା ପଜିଟିଭ୍‌ ସାବ୍ୟସ୍ତ ହୋଇଥିଲେ । ଯବାନ ଜଣକ ପଜିଟିଭ୍‌ ସାବ୍ୟସ୍ତ ହେବା ପରେ ଅନ୍ୟ 389 ଜଣଙ୍କୁ 14 ଦିନିଆ ହୋମ୍‌ କ୍ବାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଥିବା ନେଇ ସହାକାରୀ ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ସୂଚନା ଦେଇଛନ୍ତି ।

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ରାଜ୍ୟରେ ଆଉ 123 ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ବର : ରାଜ୍ୟରେ ଆଉ 123 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ 35 ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । କଟକରୁ 22, ନୂଆପଡା ଓ ବଲାଙ୍ଗୀରରୁ 14 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ 10, କନ୍ଧମାଳରୁ 7, କୋରାପୁଟରୁ 5, କେନ୍ଦ୍ରାପଡାରୁ 4 ଜଣ ସୁସ୍ଥ ହୋଇଛନ୍ତି । ବାଲେଶ୍ବର, ଢେଙ୍କାନାଳ ଓ ନୟାଗଡରୁ 3 ଜଣ ଲେଖାଏଁ, ଅନୁଗୁଳ, ମୟୁରଭଞ୍ଜ ଓ ସୁନ୍ଦରଗଡରୁ ଜଣେ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ସୁସ୍ଥ ବ୍ୟକ୍ତିଙ୍କ ସଂଖ୍ୟା 1604ରେ ପହଞ୍ଚିଛି । ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 2608ରେ ପହଞ୍ଚିଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 994ରେ ପହଞ୍ଚିଛି ।

Categories
ବିଶେଷ ଖବର

ରାଜ୍ୟବାସୀଙ୍କୁ ସମ୍ବୋଧିତ କଲେ ମୁଖ୍ୟମନ୍ତ୍ରୀ : କରୋନା ଲଢେଇରେ ଜୁନ୍‌ ମାସ ଆମ ପାଇଁ ଗୁରୁତ୍ବପୂର୍ଣ୍ଣ

ଭୁବନେଶ୍ବର : ରାଜ୍ୟବାସୀଙ୍କୁ ଆଜି ପୁଣିଥରେ ସମ୍ବୋଧିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ କରୋନାରୁ ସତର୍କ ରହିବା ପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି । କରୋନା ବିରୋଧରେ ଜାରି ରହିଥିବା ଲଢେଇ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ଲଢେଇ । ବର୍ତ୍ତମାନ ପର୍ଯ୍ୟନ୍ତ କୌଣସି ଟୀକା ବା ଔଷଧ ବାହାରି ନଥିବାରୁ ଲୋକେ ସଚେତନ ରହିବା ଏହି ଭୂତାଣୁରୁ ରକ୍ଷା ପାଇବାର ଶ୍ରେଷ୍ଠ ଉପାୟ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ଏହା ସହିତ ଆସନ୍ତା ଜୁନ୍‌ 10 ସୁଦ୍ଧା ମୌସୁମୀ ରାଜ୍ୟରେ ପ୍ରବେଶ କରିବ । ଏହି ସମୟରେ ବର୍ଷା କାରଣରୁ ଆମକୁ ଅଧିକ ସତର୍କ ରହିବାକୁ ପଡିବ ବୋଲି ମୁଖ୍ୟ ମନ୍ତ୍ରୀ କହିଛନ୍ତି । କରୋନା ଲଢେଇରେ ଜୁନ୍‌ ମାସ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ ତେଣୁ ଲୋକେ ଏହାକୁ ହାଲୁକା ଭାବରେ ନ ନିଅନ୍ତୁ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।

ରାଜ୍ୟ ମଧ୍ୟକୁ 5 ଲକ୍ଷରୁ ଅଧିକ ଓଡିଆ ଭାଇ ଭଉଣୀ ଘରକୁ ଫେରିଛନ୍ତି । ସେମାନେ ଫେରିବା ଦ୍ବାରା ଯେଉଁ ପ୍ରଭାବ ପଡିବ ତାହା ଆସନ୍ତା 15-20 ଦିନ ମଧ୍ୟରେ କମିଯିବ । ସେହିପରି ଜୁନ୍‌ 10ରୁ ମୌସୁମୀ ବର୍ଷା ଆରମ୍ଭ ହେବାର ସୂଚନା ମିଳୁଛି । ଏହି ସମୟରେ ଥଣ୍ଡା, କାଶ, ଜ୍ବର ବିଶେଷ ଭାବରେ ଦେଖାଦେଇଥାଏ । ଏହି ଦୁଇଟି କାରଣରୁ ଆସନ୍ତା 25 ଦିନ ରାଜ୍ୟ ବାସୀଙ୍କ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଏହି ସମୟରେ ଲଢେଇ ଉପରେ ଆମର ସଫଳତା ନିର୍ଭର କରିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । 15 ଦିନ ତଳେ ଦେଶରେ ଦୈନିକ 3 ହଜାର ଲୋକ ସଂକ୍ରମିତ ହେଉଥିବା ବେଳେ ଏବେ ଏହି ସଂଖ୍ୟା 10 ହଜାରରେ ପହଞ୍ଚିଲାଣି । ତେଣୁ ବିଶେଷ କାମ ନଥିଲେ ଘରୁ ନବାହାରିବା ପାଇଁ ମୁଖ୍ୟମନ୍ତ୍ରୀ କହିଛନ୍ତି । ସାଧାରଣ ଲୋକଙ୍କ ଚଳାଚଳ କମ୍‌ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍‌ ଏବଂ ସଟ୍‌ଡାଉନ୍‌ କରାଯାଉଥିବା ବେଳେ ଚଳିତ ମାସରେ 11 ଜିଲ୍ଲାରେ ସାପ୍ତାହିକ ଦୁଇ ଦିନିଆ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଜୁନ୍‌ ମାସର ପ୍ରତ୍ୟେକ ଶନିବାର ଏବଂ ରବିବାରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି । ଜୁନ୍‌ ମାସରେ ଯଦି 8 ଦିନ ଘରେ ରହିବା ତେବେ ସଂକ୍ରମଣରୁ 8 ଦିନ ଦୂରରେ ରହିପାରିବା । ସେହିପରି ପ୍ରତ୍ୟହ ରାତି 7ଟାରୁ ଭୋର୍‌ 5ଟା ଯାଏଁ କର୍ଫ୍ୟୁ ଲଗାଯାଇଛି । ଦୈନିକ 10 ଘଣ୍ଟା କର୍ଫ୍ୟୁ ହିସାବରେ 300 ଘଣ୍ଟା ଘରେ ରହିବାକୁ ପଡୁଛି । ସଟ୍‌ଡାଉନ୍‌ ସହିତ ଏହାକୁ ମିଶାଇଲେ ଆମେ 17 ଦିନ ଘରେ ରହିବା ଯାହା ସଂକ୍ରମଣକୁ ରୋକିବାରେ ସହାୟକ ହେବ ।

ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ :
1 . ଘରେ ରୁହନ୍ତୁ, ଜରୁରୀ କାମ ନଥିଲେ ବାହାରକୁ ଯାଆନ୍ତୁ ନାହିଁ ।
2. ଘରୁ ବାହାରକୁ ବାହାରିଲେ ମାସ୍କ ଲଗାନ୍ତୁ । ସଠିକ୍‌ ଭାବରେ ମାସ୍କ ଲଗାଇଲେ କରୋନା ସଂକ୍ରମଣ 90 ପ୍ରତିଶତ ହ୍ରାସ ପାଇବ ।
3. ହାଟ, ବଜାର, ଅଫିସ୍‌ ସବୁଠାରେ ସାମାଜିକ ଦୂରତ୍ବର ପାଳନ କରନ୍ତୁ ।
4. ବାହାରୁ ଘରକୁ ଫେରିଲେ ପ୍ରଥମେ 20 ସେକେଣ୍ଡ ପର୍ଯ୍ୟନ୍ତ ସାବୁନରେ ହାତ ଧୁଅନ୍ତୁ ।
5 . 65 ବର୍ଷରୁ ଅଧିକ ବ୍ୟକ୍ତିବିଶେଷ, ଗୁରୁତର ରୋଗୀ, ଗର୍ଭବତୀ ମହିଳା ଏବଂ 10 ବର୍ଷରୁ କମ୍‌ ଶିଶୁଙ୍କୁ ବାହାରକୁ ଛାଡନ୍ତୁ ନାହିଁ ।

ଜୀବନ ଓ ଜୀବିକା ମାନବ ଜୀବନର ଦୁଇଟି ଅଭିନ୍ନ ଅଙ୍ଗ । ସୁସ୍ଥ ରହିଲେ ଜୀବିକା ଆଗକୁ ବଢିବ । ଜୀବିକାକୁ ଆଗକୁ ବଢାଇବା ପାଇଁ ଲକ୍‌ଡାଉନ୍‌ କୋହଳ କରାଯାଇଥିବା ବେଳେ ଜୀବନ ବଞ୍ଚାଇବାର ପ୍ରୟାସ ମଧ୍ୟ ଜାରି ରହିଛି । ଆତ୍ମସଂଯମତା ହିଁ କରୋନା ସଙ୍କଟରୁ ଆପଣଙ୍କୁ ଏବଂ ଆପଣଙ୍କ ପରିବାରକୁ ବଞ୍ଚାଇ ପାରିବ । ଏହା ସହିତ ଜୁନ୍‌ ମାସ ଆମ ପାଇଁ ଅତ୍ୟନ୍ତ ଗୁରୁତ୍ବପୂର୍ଣ୍ଣ । ଘରେ ରହିବା ସହିତ ସରକାରଙ୍କ ଗାଇଡ୍‌ଲାଇନ୍‌ ପାଳନ କରନ୍ତୁ ଆମେ ଏହି ଯୁଦ୍ଧରେ ନିଶ୍ଚୟ ବିଜୟୀ ହେବା ବୋଲି ମୁଖ୍ୟମନ୍ତ୍ରୀ ମତ ଦେଇଛନ୍ତି ।

Categories
ଆଜିର ଖବର ଜାତୀୟ ଖବର

ଦିଲ୍ଲୀ ଆରଏସ୍‌ଏସ୍‌ କାର୍ଯ୍ୟାଳୟର ଦୁଇ ମୁଖ୍ୟଙ୍କ ସମେତ 4 ଜଣଙ୍କୁ କରୋନା

ନୂଆଦିଲ୍ଲୀ : ନୂଆଦିଲ୍ଲୀ ସ୍ଥିତ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ଦୁଇ ମୁଖ୍ୟ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ସଂଘ ପରିବାରର ଦୁଇ ପ୍ରମୁଖ ସହଯୋଗୀ ଡ. ସୁନୀଲ ଆମ୍ବେକର ଏବଂ ଡ. ଯୋଗେନ୍ଦ୍ର କରୋନାରେ ଆକ୍ରାନ୍ତ ହୋଇଛନ୍ତି । ଏହି ଦୁଇ ଜଣଙ୍କ ବ୍ୟତିତ ଦୁଇ ଜଣ ପାଚକ ମଧ୍ୟ କରୋନା ଦ୍ବାରା ଆକ୍ରାନ୍ତ ହୋଇଛନ୍ତି । ଡ. ଆମ୍ବେକରଙ୍କୁ ସଫଦରଜଙ୍ଗ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଏହି ଘଟଣା ପରେ ସଂଘର ଦିଲ୍ଲୀ ସ୍ଥିତ କାର୍ଯ୍ୟାଳୟକୁ ସିଲ୍‌ କରାଯାଇ ସାନିଟାଇଜ୍‌ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, ଦିଲ୍ଲୀରେ ବର୍ତ୍ତମାନ ସୁଦ୍ଧା ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା 22132ରେ ପହଞ୍ଚିଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର ସ୍ବାସ୍ଥ୍ୟ

ସିଡିଏମ୍‌ଓ ଅଫିସ୍‌ରେ ଜଣଙ୍କୁ କରୋନା

ଭୁବନେଶ୍ବର : ଖୋର୍ଦ୍ଧା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜନୈକ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି । ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଏହି କର୍ମଚାରୀଙ୍କ ଘର ଗୁରୁଜଙ୍ଗ । ସଂକ୍ରମିତ କର୍ମଚାରୀଙ୍କ ଘରର ଚାରିପାଖକୁ କଣ୍ଟେନମେଣ୍ଟ ଜୋନ୍‌ ଭାବରେ ଘୋଷଣା କରାଯାଇଛି । ସଂକ୍ରମିତ ବ୍ୟକ୍ତିଙ୍କ ସେକ୍‌ସନ୍‌ର ସମସ୍ତ କର୍ମଚାରୀଙ୍କୁ କ୍ବାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏହା ସହିତ ସମସ୍ତ ସହକର୍ମୀଙ୍କର ସ୍ବାବ୍‌ ଟେଷ୍ଟ ପାଇଁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି ।