Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନାରେ ପ୍ରାଣ ହରାଇଲେ ପ୍ରଥମ ସିଆରପିଏଫ୍‌ ଯବାନ

ନୂଆଦିଲ୍ଲୀ : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା 29 ହଜାର ଅତିକ୍ରମ କରିଥିବା ବେଳେ ଆଜି ଦେଶର ପ୍ରଥମ ସିଆରପିଏଫ୍‌ ଯବାନ ପ୍ରାଣ ହରାଇଛନ୍ତି । କେନ୍ଦ୍ରୀୟ ସୁରକ୍ଷା ବଳର 55 ବର୍ଷୀୟ ଅଧିକାରୀ ଜଣକ ଗତ ସପ୍ତାହରେ କରୋନା ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ । ଏହି ଗତ ସପ୍ତାହରେ ଦିଲ୍ଲୀର ଏକ ହସ୍ପିଟାଲରେ ତାଙ୍କୁ ଭର୍ତ୍ତି କରାଯାଇଥିବା ବେଳେ ଆଜି ତାଙ୍କର ଦେହାନ୍ତ ହୋଇଥିବା ନେଇ ସିଆରପିଏଫ୍‌ ପକ୍ଷରୁ ଟ୍ବିଟ୍‌ କରାଯାଇଛି । ଉଲ୍ଲେଖଯୋଗ୍ୟ ଯେ, କରୋନା ପ୍ରଭାବରେ ସମଗ୍ର ଦେଶରେ ବର୍ତ୍ତମାନ ସୁଦ୍ଧା 940 ଜଣଙ୍କର ପ୍ରାଣହାନି ଘଟିଛି । (ଏଜେନ୍ସି)