Categories
ବିଶେଷ ଖବର ମନୋରଂଜନ ରାଜ୍ୟ ଖବର ସିନେମା

ସବଡିଭିଜନ ସ୍ତରରେ ପ୍ରଦର୍ଶିତ ହେବ ଚଳଚିତ୍ର ‘ଦମନ’, ହଲ ବୁକ୍ ପାଇଁ ଜିଲ୍ଲାପାଳଙ୍କୁ ପରାମର୍ଶ

ଭୁବନେଶ୍ୱର: ଓଡ଼ିଆ ସିନେମା ଦମନର ଲୋକପ୍ରିୟତା ଏବଂ ପ୍ରେରଣାଦାୟୀ ବିଷୟବସ୍ତୁକୁ ଲକ୍ଷ୍ୟକରି ଏହାକୁ ଜିଲ୍ଲା ଏବଂ ସବଡିଭିଜିନ ସ୍ତରରେ ପ୍ରଦର୍ଶନ କରିବା ପାଇଁ ରାଜ୍ୟ ସରକାର ସ୍ଥିର କରିଛନ୍ତି। ଏଥି ପାଇଁ ଉପଯୁକ୍ତ ସିନେମା ବା ଥିଏଟର ହଲ୍ ବୁକ୍ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ମ୍ୟାଲେରିଆ ନିରାକରଣ ପାଇଁ ୨୦୧୬ ମସିହାରେ ରାଜ୍ୟ ସରକାର ଦୁର୍ଗମ ଅଂଚଳରେ ମ୍ୟାଲେରିଆ ନିରାକରଣ (ଦମନ) କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ। ଏଥିରେ ବିଶେଷତଃ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡା, କଳାହାଣ୍ଡି, ଗଜପତି, ନୂଆପଡା ଏବଂ କନ୍ଧମାଳ ଆଦି ୮ ଟି ଜିଲ୍ଲାର ପ୍ରାୟ ୮୦୦୦ ମ୍ୟାଲେରିଆ ପ୍ରବଣ ଗ୍ରାମମାନଙ୍କରୁ ଏହି ଘାତକ ଜ୍ୱରର ନିରାକରଣ ଉପରେ ଅଧିକ ଗୁରୁତ୍ୱ ଆରୋପ କରାଯାଇଥିଲା।

କ୍ଷେତ୍ର ସ୍ତରରେ କାର୍ଯ୍ୟରତ ଡ଼ାକ୍ତର, ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଏବଂ ବିଭିନ୍ନ ବିଭାଗର କର୍ମଚାରୀମାନଙ୍କ ମିଳିତ ଉଦ୍ୟମ ଫଳରେ ମ୍ୟାଲେରିଆ ନିରାକରଣ ଦିଗରେ ଉଲ୍ଲେଖନୀୟ ସଫଳତା ମିଳିଥିଲା। ତେବେ ଏହି ଯୋଜନାର କାର୍ଯ୍ୟାୟନ ସହଜ ଓ ସୁଗମ ନଥିଲା। ପାହାଡ, ଜଙ୍ଗଲ, ନଦୀ ଓ ଝରଣା ପରିବେଷ୍ଟିତ ଦୂରାନ୍ତ ଗ୍ରାମମାନଙ୍କରେ ପ୍ରଚଳିତ ଅନ୍ଧବିଶ୍ୱାଶ, ଅସ୍ୱାସ୍ଥ୍ୟକର ଜୀବନ-ଚର୍ଯ୍ୟା, ଯୋଗାଯୋଗର ଅଭାବ ଆଦି ଏ ଦିଗରେ ବଡ଼ ବଡ଼ ପ୍ରତିବନ୍ଧକ ସାଜିଥିଲା। ଏସବୁକୁ ଅତିକ୍ରମ କରି ‘ଦମନ’ର ସଠିକ୍ କାର‌୍ୟ୍ୟାନ୍ୱୟନ ନିମନ୍ତେ ନିଷ୍ଠାପର ଡ଼ାକ୍ତର ଏବଂ କ୍ଷେତ୍ରସ୍ତରୀୟ କର୍ମଚାରମାନଙ୍କୁ ଅନେକ ତ୍ୟାଗ ଓ କଷ୍ଟ ସ୍ୱୀକାର କରିବାକୁ ପଡିଥିଲା।

ଏହି ବାସ୍ତବିକ କଥାକୁ ଲକ୍ଷ୍ୟକରି ଚଳଚିତ୍ର ଲେଖକ ଦେବୀ ପ୍ରସାଦ ଲେଙ୍କା, ନିର୍ଦ୍ଦେଶକ ଦୀପେନ୍ଦ୍ର ସାମଲ, ନିର୍ଦ୍ଦେଶକ ବିଶାଳ ମୌର୍ଯ୍ୟ ଓଡ଼ିଆ ଫିଲ୍ମ ଦମନ ପ୍ରସ୍ତୁତ କରିଥିଲେ। ସିନେମାର ପ୍ରାକୃତିକ ପ୍ରଚ୍ଛଦପଟ୍ଟ ଏବଂ ବାସ୍ତବିକ କଥାବସ୍ତୁ ଦର୍ଶକମାନଙ୍କୁ ବେଶ ଛୁଇଥିଲା। ଚଳଚିତ୍ରଟିର ଲୋକପ୍ରିୟତା ଦିନକୁ ଦିନ ବଢ଼ିବାରେ ଲାଗିଥିଲା। ଏପରିକି ଏହି ସିନେମାଟିକୁ ଗତ ରବିବାର ଦିନ ରାଜ୍ୟ ଲୋକସେବା ଭବନ କନଭେସନ୍ ସେଣ୍ଟର ହଲରେ ପ୍ରଦର୍ଶିତ କରାଯାଇଥିଲା।

ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଏହି ସିନେମା ଦେଖି ଏହାର ଉଚ୍ଚ ପ୍ରଶଂସା କରିଥିଲେ। ସିନେମାଟିକୁ ଜିଲ୍ଲାସ୍ତରରେ ପ୍ରଦର୍ଶନ କରିବା ପାଇଁ ମଧ୍ୟ ମହାପାତ୍ର ପରାମର୍ଶ ଦେଇଥିଲେ।

ବିଭିନ୍ନ ସ୍ତରରୁ ଆସିଥିବା ମତାମତକୁ ବିଚାରକରି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ମାଧ୍ୟମରେ ଏହି ସିନେମାକୁ ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ପ୍ରଦର୍ଶିତ କରିବା ପାଇଁ ସ୍ଥିର କରାଯାଇଛି। ବିଭାଗୀୟ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ୍ ସବୁ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ପତ୍ର ମାଧ୍ୟମରେ ଅନୁରୋଧ କରିଛନ୍ତି।

ଏହି ସିନେମା “ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ଯୋଜନା ଗୁଡିକର କାର୍ଯ୍ୟାନ୍ୱୟନରେ ଉଭୟ ସରକାରୀ ଅଧିକାରୀ ଓ ଜନସାଧାରଣଙ୍କ ପାଇଁ ପ୍ରେରଣାର ଉତ୍ସ” ହେବବୋଲି ଶ୍ରୀମତୀ ପଣ୍ଡିତ କହିଛନ୍ତି। ଏଥିପାଇଁ ଜିଲ୍ଲା ଏବଂ ଉପଖଣ୍ଡ ସ୍ତରରେ ଉପଯୁକ୍ତ ସିନେମା ବା ଥିଏଟର ଅଗ୍ରୀମ କରିବା ନିମନ୍ତେ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Categories
ଜାତୀୟ ଖବର ବିଶେଷ ଖବର ମନୋରଂଜନ ରାଜ୍ୟ ଖବର ସିନେମା

ପ୍ରଥମ ଥର ପାଇଁ ଲୋକସେବା ଭବନ କନଭେନସନ ସେଣ୍ଟରଠାରେ ପ୍ରଦର୍ଶିତ ହେଲା ଚଳଚିତ୍ର ‘ଦମନ’

ଭୁବନେଶ୍ୱର: ମାଲେରିଆ ନିରାକରଣ ଉପରେ ପର୍ଯ୍ୟବସିତ “ଦମନ” ଚଳଚିତ୍ର ଖୁବ୍ ବାସ୍ତବଧର୍ମୀ ଓ ପ୍ରେରଣାଦାୟୀ ହୋଇଥିବାରୁ ଏହାକୁ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କରମୁକ୍ତ କରିଛନ୍ତି। ବିଭିନ୍ନ ଅଞ୍ଚଳରେ କଷ୍ଟକର ସ୍ଥିତିରେ କାର‌୍ୟ୍ୟକରୁଥିବା ଡାକ୍ତର ଓ ଅନ୍ୟ ଅଧିକାରୀମାନଙ୍କୁ ଏହା ଉତ୍ସାହିତ କରିବ।

ଚଳଚିତ୍ରର, କାହାଣୀ,ଚରିତ୍ର ଓ ଅଭିନୟ ଦୃଷ୍ଟିରୁ ଏହାର ଲୋକପ୍ରିୟତା ବଢିବାରେ ଲାଗିଛି ଓ ଏହା ହିନ୍ଦୀ ଭାଷାରେ ଡବିଂହେବାକୁ ଯାଉଛି। ଫଳରେ ଏହା ଭାରତର ବିଭିନ୍ନ ପ୍ରଦେଶରେ ଲୋକପ୍ରିୟତା ହାସଲ କରିବ। ବିଭିନ୍ନ ଦୁର୍ଗମ ଅଂଚଳରେ କାର୍ଯ୍ୟ କରୁଥିବା ଅଧିକାରୀ ଓ କର୍ମଚାରୀମାନଙ୍କୁ ଧନ୍ୟବାଦ ଜ୍ଞାପନ କରିବା ସହଆଗାମୀ ଦିନରେ ଏହାକୁ ସବୁ ଜିଲ୍ଲାରେ ପ୍ରଦର୍ଶିତ କରିବା ପାଇଁ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ଚନ୍ଦ୍ର ମହାପାତ୍ର ପରାମର୍ଶ ଦେଇଛନ୍ତି । ଆଜି ଲୋକସେବା ଭବନ ସ୍ଥିତ କନଭେନସନ ସେଣ୍ଟର ଠାରେ ରାଜ୍ୟପ୍ରଦର୍ଶିତ “ଦମନ” ଚଳଚିତ୍ର ଦେଖିବା ଅବସରରେ ମୁଖ୍ୟ ଶାସନ ସଚିବ ଏହା କହିଛନ୍ତି ।

ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ତରଫରୁ ରାଜ୍ୟ ଚଳଚିତ୍ର ଉନ୍ନୟନ ନିଗମ ସହଯୋଗରେ ଆଜି ଦମନ ଚଳଚିତ୍ର ପ୍ରଦର୍ଶନ ବ୍ୟବସ୍ଥା କରାଯାଇଥିଲା। କାର୍ଯ୍ୟକ୍ରମରେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅରିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ ଯୋଗଦେଇଆଗାମୀ ଦିନରେ ଏହିଭଳି ବାସ୍ତବଧର୍ମୀ ଚଳଚିତ୍ରର ପ୍ରଚାର ପ୍ରସାରକୁ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ। ଓଡିଶା ଚଳଚିତ୍ର ନିଗମର ସହଯୋଗ ତଥା ଉପସ୍ଥିତ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିବା ସହିତ ଚଳଚିତ୍ରର ଲୋକପ୍ରିୟତା ଦୃଷ୍ଟିରୁ ଏହାକୁ ପୁନଶ୍ଚ କନଭେନସନ ସେଣ୍ଟରଠାରେ ପ୍ରଦର୍ଶନ କରାଯିବ ବୋଲି ମଧ୍ୟ ସେ କହିଥିଲେ।

ଓଡିଶା ଚଳଚିତ୍ର ଉନ୍ନୟନ ନିଗମର ଅଧ୍ୟକ୍ଷ ଶ୍ରୀ ସତ୍ୟବ୍ରତ (କୁନା) ତ୍ରିପାଠୀ କହିଲେ ଯେ, ୮୬ ବର୍ଷର ଓଡିଆ ସିନେମା ଇତିହାସରେ ଏଭଳି ସିନେମା ଏକ ଅଭିନବ ପଦକ୍ଷେପ। ଆଗାମୀ ଦିନରେ ଆଗାମୀ ଦିନରେ ଏହା ସବୁ ନିର୍ଦ୍ଦେଶକ, ପ୍ରଯୋଜକ ଓ ଅଭିନେତାମାନଙ୍କୁ ଉତ୍ସାହିତ କରିବ।

କାର୍ଯ୍ୟକ୍ରମରେ ଚଳଚିତ୍ରର ମୁଖ୍ୟ ଅଭିନେତା ଶ୍ରୀ ବାବୁସାନ ମହାନ୍ତି, ଯୁଗ୍ମ ରଚୟିତା ଓ ନିର୍ଦ୍ଦେଶକ ବିଶ୍ୱାଳ ମୌର‌୍ୟ୍ୟା ଏବଂ ଦେବୀ ପ୍ରସାଦ ଲେଙ୍କାଙ୍କ ସହିତ ପ୍ରଯୋଜକ ଶ୍ରୀ ଦୀପେନ୍ଦ୍ର ସାମଲଙ୍କୁ ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ସମ୍ବର୍ଦ୍ଧିତ କରିଥିଲେ। ବିଭିନ୍ନ ବିଭାଗର ଅଧିକାରୀ ଓ କର୍ମଚାରୀମାନେ ଯୋଗଦେଇ ଚଳଚିତ୍ର ଦେଖିଥିଲେ। ବିଭାଗର ନିର୍ଦ୍ଦେଶକଶ୍ରୀ ରଞ୍ଜନ କୁମାର ଦାସ କାର‌୍ୟ୍ୟକ୍ରମର ସଂଯୋଜନା କରିଥିଲେ।

Categories
ଆଜିର ଖବର ଜାତୀୟ ଖବର ମନୋରଂଜନ ରାଜ୍ୟ ଖବର ସିନେମା

Video News: ଦମନ ଚଳଚିତ୍ରରୁ ଟ୍ୟାକ୍ସ ଛାଡ ପରେ ମୁଖ୍ୟମନ୍ତ୍ରୀଙ୍କୁ କଣ କହିଲେ ବାବୁସାନ

ଭୁବନେଶ୍ବର: ପ୍ରଥମ ଥର ପାଇଁ ଓଡିଆ ଚଳଚିତ୍ର ଜଗତରେ ଦମନ ଏକ ନୂଆ ଇତିହାସ କରିଛି। ଏହି ଚଳଚିତ୍ରଟି ଏକ ବାସ୍ତବ ବିଷୟ ଉପରେ ପର୍ଯ୍ୟବେସିତ। ଏହାର ଚିତ୍ରରୂପ ବେଶ ଆକର୍ଷଣୀୟ ହୋଇଥିବାରୁ ଦର୍ଶକମାନେ ବେଶ୍ ପସନ୍ଦ କରିଛନ୍ତି।

ସେଥିପାଇଁ ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଚଳଚିତ୍ର ଉପରୁ ଟ୍ୟାକ୍ସ ଛାଡ କରିଛନ୍ତି। ଏହି ଘୋଷଣା ପରେ ଅଭିନେତା ବାବୁସାନ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଛନ୍ତି।

 

 

ସେ କହିଛନ୍ତି ଯେ, ଦମନ ଚଳଚିତ୍ରରୁ ରାଜ୍ୟ ସରକାର ଟ୍ୟାକ୍ସ ଛାଡ କରିଥିବାରୁ ଧନ୍ୟବାଦ। ବିଶେଷ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଅନେକ ଅନେକ ଧନ୍ୟବାଦ।