Categories
ଆଜିର ଖବର ରାଜ୍ୟ ଖବର

ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବା ପାଇଁ କେନ୍ଦ୍ର ସରକାରଙ୍କୁ ଚିଠି ଲେଖିଲେ ନବୀନ ପଟ୍ଟନାୟକ

ଭୁବନେଶ୍ବର : ନିଟ୍‌ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍‌ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରି ଚିଠି ଲେଖିଛନ୍ତ ନବୀନ । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କକୁ ଚିଠି ଲେଖିଛନ୍ତି ନବୀନ । କରୋନା ଯୋଗୁଁ ପରୀକ୍ଷା କେନ୍ଦ୍ର ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ । ସେହିପରି ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବା ଅସୁବିଧା ହେବ । ଅପରପକ୍ଷରେ ବିଭିନ୍ନସ୍ଥାନରେ ସଟ୍‌ଡାଉନ୍‌ ଓ ଲକ୍‌ ଡାଉନ୍‌ ମଧ୍ୟ ଯାତାୟାତରେ ସମସ୍ୟା କରିବ ବୋଲି ଚିଠିରେ ଉଲ୍ଲେଖ ରହିଛି।  ଏହି ସମସ୍ତ ଅସୁବିଧାକୁ ଦୃଷ୍ଟିରେ ରଖି ନିଟ୍‌ ଓ ଜେଇଇ ପରୀକ୍ଷାକୁ ଘୁଞ୍ଚାଯାଉ ବୋଲି ନବୀନ ଅନୁରୋଧ କରିଛନ୍ତି ।

ସୂଚନାଯୋଗ୍ୟ, ପୂର୍ବରୁ ଆଦିତ୍ୟ ଠାକ୍‌ରେ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ନିଟ୍‌ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଆସନ୍ତା ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ନିଟ୍ ଏବଂ ଜେଇଇକୁ ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ।  ଉଲ୍ଲେଖଯୋଗ୍ୟ ଯେ ଏହା ପୂର୍ବରୁ ଲୋକସଭାରେ ବିରୋଧୀ ଦଳ ନେତା ରହିଥିବା ଅଧୀର ରଞ୍ଜନ ଚୌଧୁରୀ ମଧ୍ୟ ନିଟ୍ ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ ।