Categories
ଆଜିର ଖବର ସଂସ୍କୃତି

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ଆନୁକୂଲ୍ୟରେ ଉତ୍କଳ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରାତଃ ଆଠ ଘଟିକାରେ ବିଦ୍ୟାଳୟର ସମସ୍ତ ଶିକ୍ଷକ-ଶିକ୍ଷୟିତ୍ରୀ ରାଜ୍ୟ ସଂଗୀତ ‘ବନ୍ଦେ ଉତ୍କଳ ଜନନୀ’ ସାମୂହିକ ଭାବେ ଗାନ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟର ବରିଷ୍ଠ ଶିକ୍ଷକ ନରୋତ୍ତମ ଷଡ଼ଙ୍ଗୀ ଉତ୍କଳର ବରେଣ୍ୟ ବ୍ୟକ୍ତିତ୍ୱଙ୍କ ପରିଚୟ ପ୍ରଦାନ କରିଥିବାବେଳେ ସେହି ବ୍ୟକ୍ତିତ୍ୱଧାରୀଙ୍କ ରୂପରେ ତୃତୀୟରୁ ପଞ୍ଚମ ଶ୍ରେଣୀର ଛାତ୍ରଛାତ୍ରୀମାନେ ବେଶ ଧାରଣକରି ମଞ୍ଚର ଶୋଭାକୁ ପରିବର୍ଦ୍ଧିତ କରିଥିଲେ।

ଦଶମ ଶ୍ରେଣୀର ଛାତ୍ରୀ ଦକ୍ଷାଦେବାଂଶୀ ଜେନା ଉତ୍କଳ ଦିବସର ମହତ୍ତ୍ୱ ସମ୍ପର୍କରେ ଆଲୋକପାତ କରିଥିଲେ। ଅଷ୍ଟମ ଶ୍ରେଣୀର ଛାତ୍ରୀ ସ୍ୱାତୀସ୍ନିଗ୍‌ଧା ନାଏକ ଏକକ ସଂଗୀତ ‘ ମୋ ଓଡ଼ିଶା’ ଗାନ କରିଥିଲେ। ସପ୍ତମ ଶ୍ରେଣୀର ଛାତ୍ର ସାଇ ସୁବିଦିତ୍‌ ସାହୁ ସ୍ୱରଚିତ କବିତା ‘ଓଡ଼ିଶା’କୁ ଉପସ୍ଥାପନ କରିଥିଲେ। ତୃତୀୟରୁ ଦଶମ ଶ୍ରେଣୀର ଛାତ୍ରଛାତ୍ରୀମାନେ ନୃତ୍ୟଗୁରୁ ଜଗତଜିତ୍‌ ଦାସଙ୍କ ନିର୍ଦ୍ଦେଶିତ ଅର୍ଦ୍ଧ ଶାସ୍ତ୍ରୀୟ ନୃତ୍ୟ ‘’ ଏଠି ପବନ ଗାଏ ଗୀତ ଏଠି ନଦୀ ଝରଣା ହୁଏ ମିତ..’ କୁ ସୁନ୍ଦର ଭାବରେ ପରିବେଷଣ କରିଥିଲେ।

ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଉପସ୍ଥିତ ବିଦ୍ୟାର୍ଥୀ ଓ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ଉତ୍କଳ ପ୍ରଦେଶକୁ ସଂଗଠିତ କରିଥିବା ମହାନାୟକଙ୍କ ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ ଉତ୍କଳମାଟିକୁ ସୁରକ୍ଷା ଦେବା ନିମନ୍ତେ ସର୍ବଦା ଜାଗ୍ରତ ରହିବା ତଥା ମାତୃଭୂମିପ୍ରତି ନିଜର କର୍ତ୍ତବ୍ୟକୁ ସୁଚାରୁରୂପେ ସମ୍ପାଦନ କରିବାକୁ ପରାମର୍ଶ ଦେଇଥିଲେ।

ଓଡ଼ିଆ ଭାଷା ସାହିତ୍ୟ ବିଭାଗର ମୁଖ୍ୟ ଶୁଭ୍ରାଂଶୁ ମୋହନ ଦାଶ କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ। ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ପରିଚାଳନା କରିବା ନିମନ୍ତେ ବିଦ୍ୟାଳୟର ବରିଷ୍ଠ ନିରୀକ୍ଷିକା ଓ ନିରୀକ୍ଷିକ ସହଯୋଗର ହାତ ବଢ଼ାଇଥିଲେ। ପରିଶେଷରେ ଓଡ଼ିଆ ବିଭାଗର ସୁଜାତା ମହାନ୍ତି ଧନ୍ୟବାଦ ଅର୍ପଣ କରିଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ସଂଯୋଜିକା ଝରଣା ମିଶ୍ର, କେଶବ ଚନ୍ଦ୍ର ପ୍ରଧାନ, କ୍ଷଣପ୍ରଭା ନନ୍ଦ, ଶକ୍ତିପ୍ରସନ୍ନ ମହାନ୍ତି, ବିଜୟ କୁମାର ପଣ୍ଡା, ବିକାଶ କୁମାର ଗୌଡ଼, ସତ୍ୟବ୍ରତ ନାଏକ, ରଶ୍ମିରଂଜନ ଦାସ ଆଦି ସକ୍ରିୟ ଅଂଶଗ୍ରହଣ କରିଥିଲେ। ଏହି ଭବ୍ୟ କାର୍ଯ୍ୟକ୍ରମକୁ ବିଦ୍ୟାର୍ଥୀ ତଥା ବିଦ୍ୟାଳୟର ସମସ୍ତ କର୍ମକର୍ତ୍ତା ମନଭରି ଉପଭୋଗ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଡିଏଭି ପୋଖରୀପୁଟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟରେ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍ ଡ. ଅରୁଣ କୁମାର ରଥ ମୁଖ୍ୟ ଅତିଥିରୂପେ ଯୋଗଦାନ କରି ଜାତୀୟ ପତାକା ଉତ୍ତୋଳନ କରିଥିଲେ। ବିଶ୍ୱ ଦରବାରରେ ଭାରତ ଏକ ଶକ୍ତିଶାଳୀ ରାଷ୍ଟ୍ରରୂପେ ପରିଚିତ ହେବା ପାଇଁ ସମସ୍ତଙ୍କର ଉଦ୍.ଯୋଗ ଏକାନ୍ତ ଆବଶ୍ୟକ ବୋଲି ସେ ନିଜର ଅଭିଭାଷଣରେ କହିଥିଲେ।

ଏହା ବ୍ୟତୀତ ଜାତୀୟ ସ୍ତରରେ ଡିଏଭି ପୋଖରୀପୁଟର ମର୍ଯ୍ୟାଦା ବୃଦ୍ଧି ନିମନ୍ତେ ସମସ୍ତଙ୍କର ଏକନିଷ୍ଠ ସାଧନାର ଆବଶ୍ୟକତା ବୋଲି ସେ ବିଦ୍ୟାର୍ଥୀମାନଙ୍କୁ ଆହ୍ୱାନ ଦେଇଥିଲେ। ସ୍ୱାଧୀନତା ସଂଗ୍ରାମୀମାନଙ୍କର ଜୀବନାଦର୍ଶରେ ଅନୁପ୍ରାଣିତ ହୋଇ ଦେଶପ୍ରେମ ବ୍ରତରେ ବ୍ରତୀ ହେଲେ ଏହି ଦିବସ ପାଳନର ଉଦ୍ଦେଶ୍ୟ ସଫଳ ହେବ ବୋଲି ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ନିଜର ଅଭିଭାଷଣରେ କହିଥିଲେ।

ଏହି ଅବସରରେ ବିଦ୍ୟାଳୟର ଚାରୋଟି ସଦନ ଭକ୍ତି, ସ୍ତୁତି, ଶ୍ଲୋକ ଓ ମନ୍ତ୍ର ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଚିତ୍ତାକର୍ଷକ ପ୍ୟାରେଡ଼ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା , ଯେଉଁଥିରେ ମନ୍ତ୍ର ସଦନର ବିଦ୍ୟାର୍ଥୀ ଚମ୍ପିୟାନ୍ ହୋଇଥିବାବେଳେ ସ୍ତୁତି ସଦନର ବିଦ୍ୟାର୍ଥୀ ରନର୍ସଅପ୍ ହୋଇଥିଲେ। ତୃତୀୟରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ପ୍ରତି ବିଭାଗର ବିଦ୍ୟାର୍ଥୀମାନଙ୍କ ଦ୍ୱାରା ଦେଶପ୍ରେମୀଙ୍କ ଶୀର୍ଷକ ଆଧାରିତ ଆକର୍ଷଣୀୟ ପତ୍ରିକା ଉନ୍ମୋଚିତ ହୋଇଥିଲା।

ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସାମୂହିକ ସଂଗୀତ ଏବଂ ଚିତ୍ତାକର୍ଷକ ଦେଶାତ୍ମବୋଧକ ନୃତ୍ୟ ପରିବେଷିତ ହୋଇଥିଲା। ପରିଶେଷରେ ବିଭିନ୍ନ ବିଭାଗରେ କୃତିତ୍ୱ ହାସଲ କରିଥିବା ବିଦ୍ୟାର୍ଥୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଗଣତନ୍ତ୍ର ଦିବସର ଏହି ଜାତୀୟତାବୋଧ ଭାବଗମ୍ଭୀର ପରିବେଶ ସମସ୍ତଙ୍କୁ ମନ୍ତ୍ରମୁଗ୍ଧ କରିଥିଲା।

Categories
ଆଜିର ଖବର ବିଶେଷ ଖବର ସଂସ୍କୃତି

ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “ମାହିରା” ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା  ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍‍ଘାଟନ କରାଯାଇଥିଲା। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିରୂପେ ଓଡ଼ିଶା ସରକାରଙ୍କ ଉଚ୍ଚ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ଅରବିନ୍ଦ ଅଗ୍ରୱାଲ୍ ଯୋଗଦାନ କରି ‘କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି’ ବୋଲି ମତବ୍ୟକ୍ତ କରିଥିଲେ। ସମ୍ମାନିତ ଅତିଥିରୂପେ ଉଚ୍ଚଶିକ୍ଷା ବିଭାଗର ସ୍ୱତନ୍ତ୍ର ସଚିବ ଶ୍ରୀଯୁକ୍ତ ପ୍ରମୋଦ କୁମାର ମିଶ୍ର ଯୋଗଦାନ କରି ବିଦ୍ୟାଳୟ ହିଁ ବିଦ୍ୟାର୍ଥୀମାନଙ୍କର ପ୍ରତିଭା ବିକାଶର ପ୍ରକୃଷ୍ଟ ସ୍ଥଳ ବୋଲି କହିଥିଲେ।

ବିଦ୍ୟାଳୟର ଅଧ୍ୟକ୍ଷ ବିପିନ କୁମାର ସାହୁ ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା।

ବିଦ୍ୟାଳୟର ସାଂସ୍କୃତିକ ବିଭାଗର ମୁଖ୍ୟ ସଂଯୋଜିକା ସାରଦା ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଦ୍ରୌପଦୀ ନୃତ୍ୟ, ଜଳପରି, ରେଡ୍ ରାଇଡିଂ ହୁଡ୍‌, ମହାନଦୀରୁ ଝେଲମ୍ ପର୍ଯ୍ୟନ୍ତ, କାଳଜୟୀ ଦୁର୍ଗା ଆଦି ନୃତ୍ୟ ସଙ୍ଗୀତ କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ବିମୁଗ୍ଧ କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଉଦ୍‌ଯାପିତ

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଉଦ୍‌ଯାପିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ସହ ଡିଏଭି ଗାନପୂର୍ବକ ମୁଖ୍ୟ ଅତିଥିଙ୍କ ଦ୍ୱାରା ପ୍ରଦୀପ ପ୍ରଜ୍ୱଳନ କରାଯାଇଥିଲା। ସାମୂହିକ ସଙ୍ଗୀତ ଗାନ ପରେ ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥିରୂପେ ଜାତୀୟ ଆଇନ୍ ବିଶ୍ୱବିଦ୍ୟାଳୟର କୁଳପତି ଯୋଗଦାନ କରି ‘ସାମୂହିକ ସହଯୋଗ ଓ ଉଦ୍ୟମ ସଫଳତାର ମହାମନ୍ତ୍ର’ ବୋଲି ମତବ୍ୟକ୍ତ କରିଥିଲେ। ବିଦ୍ୟାଳୟର ଅଧ୍ୟକ୍ଷା ତଥା ସହ ଆଞ୍ଚଳିକ ଅଧିକାରୀ ଡ. ସୁଜାତା ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ।

ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଦଶମ ଶ୍ରେଣୀର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା। ବିଦ୍ୟାଳୟର ସାଂସ୍କୃତିକ ବିଭାଗର ସହ-ସଂଯୋଜିକା ସ୍ମ୍ରିିତି ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଶାସ୍ତ୍ରୀୟ ନୃତ୍ୟ, ଫିଫା ଫିଭର, ଗଣତନ୍ତ୍ରର ଚାରୋଟି ସ୍ତମ୍ଭ, ଓଡ଼ିଆ ଡ୍ରାମା – ଯିଏ ସୁଖ ଦୁଃଖରେ ସାଥୀ, ଡିସ୍କୋ ଡ୍ୟାନ୍‌ସ ଆଦି କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ମନ୍ତ୍ରମୁଗ୍ଧ କରିଥଲେ।

Categories
cbse10th CBSE12th ଆଜିର ଖବର ରାଜ୍ୟ ଖବର

ଆୟୋଜିତ ହେଲା ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌”

ଭୁବନେଶ୍ୱର: ଡିଏଭି ପୋଖରୀପୁଟର ବାର୍ଷିକ ଉତ୍ସବ “କାଭିସ୍‌” ଏକ ରଂଗାରଂଗ ପରିବେଷ ମଧ୍ୟରେ ଅନୁଷ୍ଠିତ ହୋଇଯାଇଛି। ପାରମ୍ପରିକ ରୀତିରେ ବେଦମନ୍ତ୍ର ପାଠ ପରେ ଡିଏଭି ଗାନ କରାଯାଇଥିଲା। ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ସମୂହ ସଂଗୀତ ଗାନ କରାଯାଇ ବାର୍ଷିକ ଉତ୍ସବର ଶୁଭ ଉଦ୍‍ଘାଟନ କରାଯାଇଥିଲା। ବିଦ୍ୟାଳୟ ପରିଚାଳନା ସମିତିର ଚେୟାରମ୍ୟାନ୍‍ ଡକ୍ଟର ଅରୁଣ କୁମାର ରଥ ଅତିଥିମାନଙ୍କର ସ୍ୱାଗତ ପରିଚୟ ପ୍ରଦାନ କରିଥିଲେ।

ଉକ୍ତ ଉତ୍ସବରେ ମୁଖ୍ୟ ଅତିଥି ରୂପେ ଓଡ଼ିଶା ସରକାରଙ୍କ ଅର୍ଥ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀଯୁକ୍ତ ବିଶାଲ କୁମାର ଦେବ ଯୋଗ ଦାନ କରି ‘କଠିନ ପରିଶ୍ରମ ହିଁ ସଫଳତାର ଚାବିକାଠି’ ବୋଲି ମତବ୍ୟକ୍ତ କରିଥିଲେ। ଡିଏଭି ବିଦ୍ୟାଳୟ ସମୂହର ଆଞ୍ଚଳିକ ନିର୍ଦ୍ଦେଶକ ଡ. କେ. ସି. ଶତପଥୀ ମାତାପିତା, ଶିକ୍ଷକ ତଥା ଗୁରୁଜନମାନଙ୍କୁ ଯଥୋଚିତ ସମ୍ମାନ ପ୍ରଦର୍ଶନ କଲେ ବିଦ୍ୟାର୍ଥୀମାନେ ସଫଳତା ଲାଭ କରିପାରିବେ ବୋଲି କହିଥିଲେ।

ବିଦ୍ୟାଳୟର ଅଧ୍ୟକ୍ଷା ତଥା ସହ ଆଞ୍ଚଳିକ ଅଧିକାରୀ ଡ. ସୁଜାତା ଚଳିତ ବର୍ଷର ବିବିଧ କାର୍ଯ୍ୟକ୍ରମ ତଥା କୃତିତ୍ୱ ସମ୍ବନ୍ଧୀୟ ବାର୍ଷିକ ବିବରଣୀ ପାଠ କରିଥିଲେ। ଏହି ଅବସରରେ ପ୍ରତିଭା ସମ୍ପନ୍ନ ଛାତ୍ରଛାତ୍ରୀ, ଯୁକ୍ତ ଦୁଇ ବିଜ୍ଞାନ, ବାଣିଜ୍ୟ ଓ କଳା ବିଭାଗର କୃତିତ୍ୱଧାରୀ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ନିଜର କର୍ମ ନିପୁଣତା ପାଇଁ ପୁରସ୍କୃତ କରାଯାଇଥିଲା।

ବିଦ୍ୟାଳୟର ସାଂସ୍କୃତିକ ବିଭାଗର ମୁଖ୍ୟ ସଂଯୋଜିକା ସାରଦା ଖୁଣ୍ଟିଆ ଧନ୍ୟବାଦ ଅର୍ପଣ କରିଥିଲେ। ପ୍ରାୟ ୬୦୦ ବିଦ୍ୟାର୍ଥୀଙ୍କ ଦ୍ୱାରା ଆକର୍ଷଣୀୟ ମନୋରଞ୍ଜନଧର୍ମୀ ସାଂସ୍କୃତିକ କାର୍ଯ୍ୟକ୍ରମକୁ ୩୦୦୦ରୁ ଊର୍ଦ୍ଧ୍ୱ ଦର୍ଶକ ମନଭରି ଉପଭୋଗ କରି କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗନୃତ୍ୟ, ମାଜେଷ୍ଟିକ୍ ହିମାଳୟ, ରାଜସ୍ଥାନୀ ଲୋକନୃତ୍ୟ, କ୍ରିସ୍‌ମାସ୍ କ୍ରେଜ୍‌, ଡ୍ୟାନସ୍ ଡ୍ରାମା ଆଦି କାର୍ଯ୍ୟକ୍ରମକୁ ଚିତ୍ତାକର୍ଷକ ଶୈଳୀରେ ଶିଶୁଶିଳ୍ପୀମାନେ ପରିବେଷଣ କରି ଦର୍ଶକମାନଙ୍କୁ ବିମୁଗ୍ଧ କରିଥଲେ।