Categories
ଆଜିର ଖବର ରାଜ୍ୟ ଖବର

ନବବର୍ଷ ପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ

ସମୀକ୍ଷା ବ୍ୟୁରୋ
ପୁରୀ,01/01 : ନବବର୍ଷ ପାଇଁ ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ଭିଡ ଦେଖାଦେଇଛି । ନବବର୍ଷ ଅବସରରେ ରାତି ଗୋଟାଏରେ ଶ୍ରୀମନ୍ଦିର ଦ୍ବାର ସାଧାରଣ ଦର୍ଶନ ପାଇଁ ଖୋଲାଯାଇଥିବା ବେଳେ ଦର୍ଶନ ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି । ନୂଆବର୍ଷ ଅବସରରେ ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିର ଆୟୋଜନ କରାଯାଇଛି । ନବବର୍ଷ ଉପଲକ୍ଷେ ଶ୍ରୀମନ୍ଦିରକୁ ଚଳିତ ବର୍ଷ ଭିନ୍ନ ଢଙ୍ଗରେ ସଜାଯାଇଛି । ଭକ୍ତମାନଙ୍କ ମନରେ ଆଧ୍ୟାତ୍ମିକ ଚେତନା ସୃଷ୍ଟି କରିବା ପାଇଁ ସିଂହଦ୍ୱାର ସମ୍ମୁଖରେ ଭଜନ ଓ ଜଣାଣର ବ୍ୟବସ୍ଥା କରାଯାଇଛି । ପୁରୀ ଜିଲ୍ଲା ପୋଲିସ ପକ୍ଷରୁ ଟ୍ରାଫିକ ଗାଇଡଲାଇନ ଜାରି କରାଯାଇଛି । ପାର୍କିଂ ପାଇଁ ମାଳତୀପାଟପୁର, ତାଳବଣିଆ, ଇଣ୍ଡୋର ଷ୍ଟାଡିୟମ, ଆଇଟିଆଇ ପରିସର ଓ ଜଗନ୍ନାଥ ଷ୍ଟାଡିୟମରେ ପାର୍କିଂ ବ୍ୟବସ୍ଥା କରାଯାଇଛି । ସହର ମଧ୍ୟକୁ ଭାରୀଯାନ ପ୍ରବେଶ ଉପରେ କଟକଣା ଜାରି କରାଯାଇଛି । ଭକ୍ତମାନେ ଯେପରି ଶାନ୍ତିଶୃଙ୍ଖଳାର ସହିତ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବେ ସେଥିପାଇଁ 65 ପ୍ଲାଟୁନୁ ପୋଲିସ ମୁତୟନ କରାଯାଇଛି ।

Categories
ଫଟୋ ଖବର

ମଣ୍ଡଲ ମକରଭିଲାକୁ ଅବସରରେ ଆୟାପ୍ପା ଭଗବାନଙ୍କ ଆଶୀର୍ବାଦ ପାଇଁ ଶ୍ରଦ୍ଧାଳୁଙ୍କ ପଦ ଯାତ୍ରା

Categories
ଫଟୋ ଖବର

ସବରୀମାଳାରେ ଚାଲିଥିବା ମଣ୍ଡଳ ମକରାଭିଲାକୁ ଅବସରରେ ଜଣେ ଭକ୍ତ ତାଙ୍କର ଦିବ୍ୟଙ୍ଗ ସାଥିଙ୍କୁ ବୋହି ନେଉଛନ୍ତି