Categories
ଆଜିର ଖବର ରାଜ୍ୟ ଖବର

ଭବାନୀ ଚରଣ ପଟ୍ଟନାୟକଙ୍କୁ ମାଗାଣା ଚିକିତ୍ସା ପାଇଁ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ଭବାନୀ ଚରଣ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଅସୁସ୍ଥତା କାରଣରୁ ଭୁବନେଶ୍ବରର କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଶ୍ରୀ ପଟ୍ଟନାୟକଙ୍କୁ ଭର୍ତ୍ତି କରାଯାଇଛି । ଛାତିରେ ଯନ୍ତ୍ରଣା କାରଣରୁ ତାଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏହି ବର୍ଷୀୟାନ୍‌ ସ୍ବାଧୀନତା ସଂଗ୍ରାମୀଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ କ୍ୟାପିଟାଲ୍‌ ହସ୍ପିଟାଲର ନିର୍ଦ୍ଦେଶକଙ୍କ ସହିତ ମୁଖ୍ୟମନ୍ତ୍ରୀ ସମ୍ପର୍କରେ ରହିଥିବା କହିଛନ୍ତି । ଭବାନୀ ପଟ୍ଟନାୟକଙ୍କ ସମସ୍ତ ଚିକିତ୍ସା ଖର୍ଚ୍ଚ ସରକାର ବହନ କରିବେ ବୋଲି ଜଣାପଡିଛି । ଏହା ସହିତ ଭବାନୀ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ।