Categories
ଆଜିର ଖବର

ଘୋଷଣା ହେଲା ନିର୍ବାଚନ ତାରିଖ, ଓଡିଶାରେ ଏପ୍ରିଲ ୧୧,୧୮,୨୩ ଓ ୨୯ରେ ମତଦାନ

ଦେଶରେ ୨୦୧୯ ସାଧାରଣ ନିର୍ବାଚନ ପାଇଁ ଆଜିଠୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଛି।  ନୂଆଦିଲ୍ଲୀର ବିଜ୍ଞାନ ଭବନରେ ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଏକ ପ୍ରେସମିଟରେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି। ୭ଟି ପର୍ଯ୍ୟାୟରେ ଦେଶରେ ନିର୍ବାଚନ ହେବ। ଏପ୍ରିଲ ୧୧ତାରିଖରେ ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଦ୍ବିତୀୟ ପର୍ଯ୍ୟାୟ ମତଦାନ ଏପ୍ରିଲ ୧୮ରେ, ତୃତୀୟ ପର୍ଯ୍ୟାୟ ଏପ୍ରିଲ ୨୩ରେ ଓ ଚତୁର୍ଥ ପର୍ଯ୍ୟାୟ ଭୋଟଗ୍ରହଣ ଏପ୍ରିଲ ୨୯ରେ ହେବ। ପଞ୍ଚମ ପର୍ଯ୍ୟାୟ ମତଦାନ ମେ ୬ରେ, ଷଷ୍ଠ ପର୍ଯ୍ୟାୟ ମତଦାନ ମେ ୧୨ରେ ଓ ସପ୍ତମ ପର୍ଯ୍ୟାୟ ମତଦାନ ମେ ୧୯ ତାରିଖରେ ହେବ। ଓଡିଶାରେ ୪ଟି ପର୍ଯ୍ୟାୟରେ ମତଦାନ ଅନୁଷ୍ଠିତ ହେବ। ଏପ୍ରିଲ ୧୧ରେ ଓଡିଶାରେ  ପ୍ରଥମ ପର୍ଯ୍ୟାୟ ମତଦାନ ହେବ। ଚତୁର୍ଥ ପର୍ଯ୍ୟାୟର ଅର୍ଥାତ ଏପ୍ରିଲ ୨୯ରେ ଓଡିଶାରେ ଶେଷ ପର୍ଯ୍ୟାୟ  ଭୋଟ ଗ୍ରହଣ ହେବ। ଏପ୍ରିଲ ୧୧ରେ ଓଡିଶାର ୪ଟି ଲୋକସଭା ଆସନ, ଏପ୍ରିଲ ୧୮ରେ ୫ଟି ଆସନ, ଏପ୍ରିଲ ୨୩ରେ ୬ଟି ଆସନ ଓ ଏପ୍ରିଲ ୨୯ରେ ୬ଟି ଆସନରେ ଭୋଟଗ୍ରହଣ କରାଯିବ। ଲୋକସଭା ଓ ବିଧାନସଭା ନିର୍ବାଚନ ଓଡିଶାରେ ଏକ ସଙ୍ଗେ କରାଯିବ ବୋଲି ମୁଖ୍ୟ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଲୋକସଭା ଆସନ ଅନ୍ତର୍ଗତ ବିଧାନସଭା ଆସନଗୁଡିକର ନିର୍ବାଚନ ସେହି ତାରିଖରେ ହେବ। ମେ୨୩ତାରିଖରେ ସାରା ଦେଶରେ ଗୋଟିଏ ଦିନରେ ଭୋଟ ଗଣତି ହେବ।