Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଜନ୍ମଦିନରେ ପ୍ରଧାନମନ୍ତ୍ରୀଙ୍କୁ ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର, ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଅବସରରେ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଟ୍ବୁଇଟ କରି ନବୀନ କହିଛନ୍ତି ଯେ, ଆଜି ଆପଣଙ୍କ ଜନ୍ମଦିନରେ ଅନେକ ଅନେକ ଶୁଭେଚ୍ଛା। ଆପଣଙ୍କ ଦୀର୍ଘ ଓ ନିରାମୟ ଜୀବନ କାମନା କରୁଛି।

ଆଜି ପ୍ରଧାନମନ୍ତ୍ରୀ 70 ବର୍ଷ ବୟସରେ ପଦାର୍ପଣ କରିଛନ୍ତି। ତାଙ୍କର ଜନ୍ମଦିନରେ ବିଭିନ୍ନ ମହଲରୁ ସ୍ବାଗତ କରାଯାଉଛି। ଏପରକି ବିଦେଶରୁ ମଧ୍ୟ ଶୁଭେଚ୍ଛାର ବାର୍ତ୍ତା ଆସିବାରେ ଲାଗିଛି।