Categories
ଆଜିର ଖବର ଜାତୀୟ ଖବର ମନୋରଂଜନ ସିନେମା

14 ଦିନିଆ ବିଚାର ବିଭାଗୀୟ ହେପାଜତକୁ ଗଲେ କମେଡି କ୍ବିନ୍‌ ଭାରତୀ ଓ ତାଙ୍କ ସ୍ବାମୀ ହର୍ଷ

ମୁମ୍ବାଇ: ବଲିଉଡ୍ ଡ୍ରଗ୍ସ ମାମଲାରେ ହାସ୍ୟ ଅଭିନେତ୍ରୀ ଭାରତୀ ସିଂହ ଏବଂ ତାଙ୍କ ସ୍ୱାମୀ ହର୍ଷ ଲିମ୍ବାଚିୟାଙ୍କର ଅଡୁଆ ବଢିବାରେ ଲାଗିଛି। ଘରୁ ଗଞ୍ଜେଇ ମିଳିବା ପରେ ଏନସିବି ଉଭୟଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ତେବେ ଆଜିଠାରୁ ଭାରତୀ ଏବଂ ହର୍ଷଙ୍କୁ 14 ଦିନିଆ ବିଚାର ବିଭାଗୀୟ ହେପାଜତକୁ ପଠାଇ ଦିଆଯାଇଛି।

ସୁଶାନ୍ତ ସିଂହ ମୃତ୍ୟୁ ମାମଲାର ତଦନ୍ତ କରୁ କରୁ ଡ୍ରଗ୍ସ ଲିଙ୍କର ଖୁଲାସା ହେବା ପରେ ଏନସିବି ଏନେଇ ଜୋରଦାର୍ ତଦନ୍ତ ଚଳାଇଛି। ଏହି କ୍ରମରେ ଦୀପିକା ପାଦୁକୋନ୍, ଶ୍ରଦ୍ଧା କପୁର ଓ ଅର୍ଜୁନ ରାମପାଲ୍‌ଙ୍କ ଭଳି ବଲିଉଡର ଅନେକ ବଡ଼ ତାରକା ଏନସିବି ତଦନ୍ତ ପରିସରଭୁକ୍ତ ହୋଇଛନ୍ତି। ସୂଚନାଯୋଗ୍ୟ, ଏନସିବି ଭାରତୀ ଓ ହର୍ଷଙ୍କ ଘରେ ଚଢ଼ାଉ କରି 86.5 ଗ୍ରାମର ଗଞ୍ଜେଇ ଜବତ କରିଛି। (ଏଜେନ୍ସି)

Categories
ଆଜିର ଖବର ଜାତୀୟ ଖବର ମନୋରଂଜନ

ହାସ୍ୟାଭିନେତ୍ରୀ ଭାରତୀଙ୍କ ସ୍ବାମୀ ହର୍ଷଙ୍କୁ ଗିରଫ କଲା ଏନ୍‌ସିବି

ମୁମ୍ବାଇ :  ହାସ୍ୟ ଅଭିନେତ୍ରୀ ଭାରତୀ ସିଂ ଗିରଫ ହେବା ପରେ ଏନସିବି ତାଙ୍କ ସ୍ବାମୀ ତଥା ଆଙ୍କର୍ ହର୍ଷ ଲିମ୍ବୋଚିଆଙ୍କୁ ଗିରଫ କରିଛି । ଘରୁ 86.5 ଗ୍ରାମର ଗଞ୍ଜେଇ ମିଳିବା ପରେ ହର୍ଷଙ୍କୁ ଗିରଫ କରାଯାଇଛି । ଉଭୟ ପତି ଓ ପତ୍ନୀ ଏନସିବି ଆଗରେ ନିଶାଦ୍ରବ୍ୟ ସେବନ କରୁଥିବା ସ୍ୱୀକାର କରିଥିଲେ । ଭାରତୀ ସିଂଙ୍କ ସ୍ବାମୀ ହର୍ଷଙ୍କୁ ଏନସିବି 18ଘଣ୍ଟା ଧରି ଜେରା କରିବା ପରେ ଗିରଫ କରିଥିଲା । ପୂର୍ବରୁ ଶନିବାର ଦିନ ଭାରତୀଙ୍କୁ ଗିରଫ କରାଯାଇଥିଲା । ରବିବାର ତାଙ୍କୁ ଏନଡିପିଏସ କୋର୍ଟରେ ହାଜର କରାଯିବ । ଏନ୍‌ସିବି ଭାରତୀ ସିଂ ଓ ତାଙ୍କ ସ୍ବାମୀ ହର୍ଷ ଲିମ୍ବାଚିଆଙ୍କ ମୁମ୍ବାଇ ସ୍ଥିତ ଫ୍ଲାଟ୍‌ରେ ଚଢାଉ କରିଥିଲା ।