Categories
ଆଜିର ଖବର ରାଜ୍ୟ ଖବର

‘ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ’ ଭାବେ ଉନ୍ନୀତ ହେଲା ମେଣ୍ଢାଶାଳସ୍ଥିତ ପୋଲିସ ଆଉଟ ପୋଷ୍ଟ 

ଭୁବନେଶ୍ବର: ଭୁବନେଶ୍ବର ସହରାଞ୍ଚଳ ପୋଲିସ ଜିଲ୍ଲା ମଧ୍ୟରେ ମେଣ୍ଢାଶାଳ ଅଞ୍ଚଳ ଏକ କ୍ରମବର୍ଦ୍ଧିଷ୍ଣୁ ଶିଳ୍ପାଞ୍ଚଳ ଭାବେ ଗଢିଉଠୁଛି। ସେହି ଅଞ୍ଚଳରେ IIIT, NALCO R&D Centre, Birla Global University, GIET ପରି ଅନେକ ଜାତୀୟ ସ୍ତରର ସରକାରୀ ଓ ବେସରକାରୀ ଶିକ୍ଷାନୁଷ୍ଠାନ ଓ ଶିଳ୍ପାନୁଷ୍ଠାନ ରହିଛି। ଏହାସହିତ ବଢୁଥିବା ଲୋକସଂଖ୍ୟା ଓ ଆବାସିକ କଲୋନୀକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମେଣ୍ଢାଶାଳରେ ଥିବା ପୋଲିସ ଆଉଟ ପୋଷ୍ଟକୁ ଏକ ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ (Industrial Police Station) ଭାବେ ଉନ୍ନୀତ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଏହି ନୂତନ ପୋଲିସ ଷ୍ଟେସନଟି ୧୫୦ ବର୍ଗ କିଲୋମିଟର ପରିମିତ ଏବଂ ଏକ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଅଞ୍ଚଳରେ ୪ଟି ଗ୍ରାମ ପଞ୍ଚାୟତ ଏବଂ BMCର ଗୋଟିଏ ୱାର୍ଡକୁ ଆଂଶିକ ଭାବେ ନେଇ କାର୍ଯ୍ୟ କରିବ।

ଏଥିପାଇଁ ୩୪ଟି ନୂଆ ପଦବୀ ସୃଷ୍ଟି କରାଯିବ। ପୂର୍ବରୁ ଏହି ଆଉଟ ପୋଷ୍ଟରେ ୫ ଜଣ କର୍ମଚାରୀ ଅଛନ୍ତି ଏବଂ ୨ଟି ପଦବୀ ଏସ୍‌.ପି ପୋଲିସ ମୋଟର ଟ୍ରେନିଂ ସଂସ୍ଥାରୁ ନିୟୋଜିତ କରାଯିବ। ଏହିପରି ଏହି ଥାନାରେ ସମୁଦାୟ ୪୧ ଜଣ ଅଧିକାରୀ ଓ କର୍ମଚାରୀ ରହିବେ।

ଏହି ୩୪ଟି ନୂତନ ପଦବୀ ଗୁଡିକ ହେଉଛି – ଗୋଟିଏ ଇନ୍‌ସପେକ୍ଟର, ୪ଟି ସବ୍‌ଇନ୍‌ସିପେକ୍ଟର, ୬ଟି ଏ.ଏସ୍‌.ଆଇ, ୨ଟି ହାବିଲଦାର ଓ ୨୧ଟି  କନେଷ୍ଟବଳ। ପୂର୍ବରୁ ଥିବା ୫ଟି ପଦବୀ ହେଉଛି – ଗୋଟିଏ ସବ୍‌ଇନ୍‌ସପେକ୍ଟର ଓ ୪ଟି କନେଷ୍ଟବଳ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଭୁବନେଶ୍ବରର ଆଇଆଇଆଇଟିର ନୂଆ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦେଲେ ରାଜ୍ୟପାଳ

ଭୁବନେଶ୍ବର: ଆଜି ଭୁବନେଶ୍ବରସ୍ଥିତ ଇଣ୍ଟରନ୍ୟାସନାଲ ଇନିଷ୍ଟିଚ୍ୟୁଟ ଅଫ ଇନଫରମେସନ ଟେକନୋଲୋଜିର ନୂଆ ନିର୍ଦ୍ଦେଶକଙ୍କୁ ନିଯୁକ୍ତି ଦିଆଯାଇଛି। ତାଙ୍କୁ ରାଜ୍ୟପାଳ ତଥା କୁଳାଧିପତି ପ୍ରଫେସର ଗଣେଶୀଲାଲ ଏହି ନିଯୁକ୍ତି ପ୍ରଦାନ କରିଛନ୍ତି। ସେ ହେଲେ ଡ. ଆସୀଷ ଘୋଷ। ତାଙ୍କୁ ପାଞ୍ଚ ବର୍ଷ କିମ୍ବା ପରବର୍ତ୍ତି ନିର୍ଦ୍ଦେଶ ପର୍ଯ୍ୟନ୍ତ କାର୍ଯ୍ୟ କରିବେ।

ଡ ଘୋଷ ବର୍ତ୍ତମାନ କୋଲକାତାର ଇଣ୍ଡିଆନ ଷ୍ଟାଟିଷ୍ଟିକାଲ ଇନଷ୍ଟିଚ୍ୟୁଟର ପ୍ରୋଜେକ୍ଟ ଡାଇରେକ୍ଟର ଅଛନ୍ତି। ଏହା ଅଧିନରେ ଥିବା ଟେକନୋଲୋଜି ଇନଭେସନ ହବ ର ପ୍ରୋଜେଟ ଡାଇରେକ୍ଟର ଅଛନ୍ତି। ତାଙ୍କର 28 ବର୍ଷର ଶିକ୍ଷକତା ଅଭିଜ୍ଞତା ରହିଛି। ଏଥିସହିତ ସେ ପ୍ରାୟ 10ଟି ପୁସ୍ତକର ଲେଖକ ଅଛନ୍ତି।