Categories
ଆଜିର ଖବର ଜାତୀୟ ଖବର

ଜୁଲାଇ ୨୦ରୁ ଆରମ୍ଭ ହେବ ଚଳିତ ବର୍ଷର ଜେଇଇ ମେନ ପରୀକ୍ଷା, କେନ୍ଦ୍ର ସରକାର କଲେ ଘୋଷଣା

ନୂଆଦିଲ୍ଲୀ, ଶେଷରେ ଜେଇଇ ମେନ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। କେନ୍ଦ୍ର ସରକାର ଶିକ୍ଷା ବିଭାଗର ଘୋଷଣା ଅନୁସାରେ ଜୁଲାଇ ୨୦ରୁ ଆରମ୍ଭ ହେବ ଚଳିତ ବର୍ଷର JEE ମେନ୍ ପରୀକ୍ଷା। ଜୁଲାଇ ୨୦ରୁ ୨୫ ମଧ୍ୟରେ ସେସନ-୩ର ପରୀକ୍ଷା ହେବ ।

ସେହିପରି ଜୁଲାଇ ୨୭ରୁ ଅଗଷ୍ଟ ୨ମଧ୍ୟରେ ସେସନ-୪ ପାଇଁ ପରୀକ୍ଷା ହେବ। କରୋନା ପାଇଁ ସହର ଓ ପରୀକ୍ଷା କେନ୍ଦ୍ର ସଂଖ୍ୟା ବୃଦ୍ଧି କରାଯିବ ବୋଲି ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କ ସୂଚନା ଦେଇଛନ୍ତି।

କରୋନା ସଂକ୍ରମଣ ବୃଦ୍ଧିକୁ ଦେଖି ଜେଇଇ ମେନ୍ ପରୀକ୍ଷାକୁ ସ୍ଥଗିତ କରାଯାଇଥିଲା। ଯୁଗ୍ମ ପ୍ରବେଶିକା, ଜେଇଇ (ମେନ୍) କୁ ମଧ୍ୟ ସ୍ଥଗିତ ରଖାଯାଇଥିଲା। ଏହି ପରୀକ୍ଷା ଗତ ଏପ୍ରିଲ ୨୭, ୨୮ ଏବଂ ୩୦ ତାରିଖରେ ହେବାର ଥିଲା।

Categories
ଆଜିର ଖବର ଆଞ୍ଚଳିକ ଜାତୀୟ ଖବର ରାଜ୍ୟ ଖବର

ଜେଇଇ ମେନ୍ ଏବଂ ନିଟ୍ ପରୀକ୍ଷାର୍ଥୀ ଧ୍ୟାନ ଦିଅନ୍ତୁ, ନିମ୍ନ ଅଫିସରଙ୍କୁ ଫୋନ କଲେ ଯିବା ଓ ରହିବା ମାଗଣା ହେବ

ଭୁବନେଶ୍ବର, ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜେଇଇ ମେନ ଏବଂ ନିଟ୍ ପରୀକ୍ଷାର୍ଥୀଙ୍କ ପାଇଁ ଏକ ବଡ ଘୋଷଣା କରିଛନ୍ତି। ଯେଉଁମାନେ ପରୀକ୍ଷା କେନ୍ଦ୍ରକୁ ଆସିବେ ସେମାନଙ୍କର ଯିବା ଆସିବା ଏବଂ ରହିବା ରାଜ୍ୟ ସରକାର ବହନ କରିବେ। ପରୀକ୍ଷାର୍ଥୀ ନିଜ ଜିଲ୍ଲାର ମୁଖ୍ୟାଳୟରୁ ପରୀକ୍ଷା କେନ୍ଦ୍ରକୁ ଆସିବା ପାଇଁ ଗାଡିର ବନ୍ଦୋବସ୍ତ କରାଯିବ।
ସେହିପରି ପରୀକ୍ଷା କେନ୍ଦ୍ର ନିକଟରେ ରହିବା ପାଇଁ ମଧ୍ୟ ରାଜ୍ୟ ସରକାର ବ୍ୟବସ୍ଥା କରିବେ। ଏହି କାର୍ଯ୍ୟକୁ ପରିଚାଳନା କରିବା ପାଇଁ ସବୁ ଜିଲ୍ଲାରେ ନୋଡାଲ ଅଫିସର ନିଯୁକ୍ତ ଦିଆଯାଇଛି। ପରୀକ୍ଷାର୍ଥୀ ସେମାନଙ୍କୁ ଫୋନ କରି ନିଜର ସମସ୍ତ ତଥ୍ୟ ପ୍ରଦାନ କରିବା ପରେ ତାଙ୍କ ପାଇଁ ସବୁ ପ୍ରକାରର ବନ୍ଦୋବସ୍ତ କରାଯିବ। ସେଥିପାଇଁ ସେମାନେ ଏହି ନୋଡାଲ ଅଫିସରଙ୍କ ସହିତ ଯୋଗାଯୋଗ କରିବା ପାଇଁ କୁହାଯାଇଛି।