Categories
ଆଜିର ଖବର ବ୍ୟବସାୟ ରାଜ୍ୟ ଖବର

କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଘୋଷଣା ହେବ ନୂଆ ପ୍ୟାକେଜ, ସୂଚନା ଦେଲେ ପାଣ୍ଡିଆନ

ଭୁବନେଶ୍ବର: ଖୁବଶୀଘ୍ର କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ନୂଆ ପ୍ୟାକେଜ ମୁଖ୍ୟମନ୍ତ୍ରୀ ଘୋଷଣା କରିବେ ବୋଲି କହିଛନ୍ତି କାର୍ତ୍ତିକ ପାଣ୍ଡିଆନ। କେନ୍ଦୁପତ୍ର ତୋଳାଳିଙ୍କ ଆବେଦନ କ୍ରମେ ସେମାନଙ୍କ ପରିବାର ସଦସ୍ୟଙ୍କ ବିବାହ ପାଇଁ ରାଜ୍ୟ ସରକାର ଆର୍ଥିକ ସହାୟତା ପ୍ରଦାନ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ପାଣ୍ଡିଆନ ସୂଚନା ଦେଇଛନ୍ତି। ଖୁବ ଶୀଘ୍ର ମୁଖ୍ୟମନ୍ତ୍ରୀ ଏ ନେଇ ଘୋଷଣା କରିବେ ବୋଲି ପାଣ୍ଡିଆନ କହିଛନ୍ତି।

ସମ୍ବଲପୁରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପାଣ୍ଡିଆନ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ଟାର୍ଗେଟ କରିଛନ୍ତି। ସେ କହିଛନ୍ତି ଯେ, ପଦ୍ମପୁର ଉପନିର୍ବାଚନ ସମୟରେ କେନ୍ଦୁପତ୍ର ଉପରୁ ଜିଏସଟି ଛାଡ ପାଇଁ କେନ୍ଦ୍ରମନ୍ତ୍ରୀ ଘୋଷଣା କରିଥିଲେ। ହେଲେ ପ୍ରତ୍ୟାହାର ପ୍ରସଂଗରେ କେନ୍ଦ୍ରମନ୍ତ୍ରୀଙ୍କ ଉଦାସୀନତା ନେଇ ସମାଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ।

ଏପର୍ଯ୍ୟନ୍ତ କେନ୍ଦ୍ରମନ୍ତ୍ରୀ ତାଙ୍କ ପ୍ରତିଶ୍ରୁତି ପାଳନ କରି ନ ଥିବା ବେଳେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଉପରୁ ନିଜ ଭାଗର ୮ ପ୍ରତିଶତ ଟିକସ ଛାଡ କରିଛନ୍ତି। ରାଜ୍ୟ ସରକାର ସମଗ୍ର ଦେଶରେ ପ୍ରଥମ ରାଜ୍ୟ ଭାବେ କେନ୍ଦ୍ରୁପତ୍ର ତୋଳାଳିଙ୍କୁ ବୋନସ ଦେଉଛି ବୋଲି ସେ କହିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ କେନ୍ଦୁପତ୍ର ତୋଳାଳୀଙ୍କ ବୋନସ ଘୋଷଣାକୁ ନେଇ ବିଜେଡି ବିଜେପି ମୁହାଁମୁହିଁ

ଭୁବନେଶ୍ୱର : କେନ୍ଦୁ ପତ୍ର ଶ୍ରମିକଙ୍କୁ ବୋନସ ଦେବା ପାଇଁ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ତେବେ ଏହି ଘୋଷଣା ପରେ ବିଜେପି ଏହାକୁ ସମାଲୋଚନା କରିବା ଆରମ୍ଭ କରିଛି। ବିଜେପି କହିଛି ଓଡିଶାରେ କେନ୍ଦୁପତ୍ର ସଂସ୍ଥାରେ କାର୍ଯ୍ୟରତ ୮ଲକ୍ଷ କେନ୍ଦୁପତ୍ର ତୋଳାଳୀ, ୪୦ହଜାର ବନ୍ଧେଇ ଶ୍ରମିକ ଓ ୨୨ହଜାର ସିଜିନାଲ କର୍ମଚାରୀ ମାନଙ୍କୁ ଓଡିଶାର ମୁଖ୍ୟମନ୍ତ୍ରୀ ଧୋକା ଦେଇ “ଲଲିପପ୍‌” ଧରାଇ ଦେଲେ ବୋଲି କୃଷକ ମୋର୍ଚ୍ଚା ରାଜ୍ୟ ସଭାପତି ତଥା ପୂର୍ବତନ ବିଧାୟକ ଶ୍ରୀ ପ୍ରଦୀପ ପୁରୋହିତ କହିଛନ୍ତି।

ତେବେ ବିଜେପିର ଏହି ସମାଲୋଚନାକୁ ଜବାବ ଦେଇଛି ବିଜେଡି। ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ପାଇଁ ଓଡ଼ିଶା ବିଜେପିର କୌଣସି ଦରଦ ନାହିଁ। ସେମାନେ କେବଳ କେନ୍ଦୁପତ୍ର ତୋଳାଳିଙ୍କୁ ନେଇ ରାଜନୀତି କରିବା ଜାଣନ୍ତି। କେନ୍ଦୁପତ୍ର ତୋଳାଳିଙ୍କ ପ୍ରତି ରାଜ୍ୟ ସରକାରଙ୍କ ଅବଦାନକୁ ସ୍ବୀକାର କରିବାକୁ ରାଜ୍ୟ ବିଜେପି ନେତାମାନଙ୍କ ସତ୍ ସାହାସ ନାହିଁ। କେନ୍ଦୁପତ୍ର ତୋଳାଳିଙ୍କୁ ବୋନସ୍ ଓ ପ୍ରୋତ୍ସାହନ ରାଶି ପ୍ରଦାନ ପ୍ରସଙ୍ଗରେ ବିଜେପି ନେତା ପ୍ରଦୀପ ପୁରୋହିତଙ୍କ ବୟାନକୁ ନେଇ ରାଜ୍ୟ ବିଜେପି ଉପରେ ଏମିତି ବର୍ଷିଛି ବିଜେଡି।

ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜୁ ଜନତା ଦଳର ନେତା ତଥା ଓଡ଼ିଶା କେନ୍ଦୁପତ୍ର କର୍ମଚାରୀ ସଂଘର ରାଜ୍ୟ ସଂପାଦକ ସଂଜିତ ମହାନ୍ତି କହିଛନ୍ତି ଯେ ମାନବ୍ୟର ମୁଖ୍ୟମନ୍ତ୍ରୀ ୨୦୨୨ ଶସ୍ୟ ବର୍ଷ ପାଇଁ ରାଜ୍ୟର ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ତୋଳାଳି ଓ ହିତାଧିକାରୀଙ୍କୁ ୩ଟି ପର‌୍ୟ୍ୟାୟରେ ୨୫୦ କୋଟି ୭୮ ଲକ୍ଷ ଟଙ୍କା ବୋନସ୍, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ଦେଇ ସାରିଲେଣି। ସେଥିରୁ ୫୬ କୋଟି ଟଙ୍କା ଗତକାଲି ତୃତୀୟ ପର‌୍ୟ୍ୟାୟରେ ପ୍ରଦାନ କରିଛନ୍ତି।

କୌଣସି ରାଜ୍ୟରେ କେବେ ବି କେନ୍ଦୁପତ୍ର ତୋଳାଳି ଓ ହିତାଧିକାରୀଙ୍କୁ ଗୋଟିଏ ବର୍ଷରେ ଏତେ ଟଙ୍କାର ପ୍ରୋତ୍ସାହନ ରାଶି କେହି ଦେଇ ନାହାନ୍ତି। ଏ କଥା ରାଜ୍ୟର ଲକ୍ଷଲକ୍ଷ କେନ୍ଦୁପତ୍ର ତୋଳାଳି ଏବଂ ଏଥିସହ ସଂପୃକ୍ତ ସମସ୍ତ ହିତାଧିକାରୀ ଭଲ ଭାବେ ଜାଣିଛନ୍ତି। ମାତ୍ର ବିଡ଼ମ୍ବନା ହେଲା, ନିଜକୁ କେନ୍ଦୁପତ୍ର ତୋଳାଳି ସଂଘର ନେତା ବୋଲାଉଥିବା ବିଜେପି ନେତା ପ୍ରଦୀପ ପୁରୋହିତ କେବେବି ଏ ବିଷୟରେ ମୁହଁ ଖୋଲିବେନି। କାରଣ ସତ କହିଲେ ତାଙ୍କ ଛାତି ଫାଟିଯିବ।

ଶ୍ରୀ ମହାନ୍ତି ଆହୁରି କହିଛନ୍ତି ଯେ କେନ୍ଦୁପତ୍ର ଉପରୁ କେନ୍ଦ୍ର ସଂଗ୍ରହ କରୁଥିବା ୧୮ ପ୍ରତିଶତର ଜିଏସ୍ଟି ଛାଡ଼ କରିବାକୁ ରାଜ୍ୟ ସରକାର ବାରମ୍ବାର ଦାବି କରି ଆସୁଛନ୍ତି। ହେଲେ ଓଡ଼ିଶାର ବିଜେପି ନେତାମାନେ କେବେ କେନ୍ଦ୍ର ସରକାରଙ୍କ ଆଗରେ ଲକ୍ଷଲକ୍ଷ କେନ୍ଦୁପତ୍ର ତୋଳାଳିଙ୍କ ଏହି ଦାବିକୁ ଉଠାଇଛନ୍ତି କି? ମଧ୍ୟପ୍ରଦେଶ ଭଳି ବିଜେପି ଶାସିତ ରାଜ୍ୟରେ ମଧ୍ୟ ଲକ୍ଷଲକ୍ଷ ଗରିବ କେନ୍ଦୁପତ୍ର ତୋଳାଳି ରହିଛନ୍ତି।

ପ୍ରଦୀପ ପୁରୋହିତ କହିପାରିବେ କି ଏସବୁ ରାଜ୍ୟରେ କେନ୍ଦୁପତ୍ର ତୋଳାଳିଙ୍କୁ ତାଙ୍କ ରାଜ୍ୟ ସରକାର କେତେ ଟଙ୍କାର ପ୍ରୋତ୍ସାହନ ରାଶି ଦେଉଛନ୍ତି? ବିଭିନ୍ନ ଅପରାଧିକ ମାମଲାରେ ଅଭିଯୁକ୍ତ ପ୍ରଦୀପ ପୁରୋହିତଙ୍କ ଭଳି ବ୍ୟକ୍ତିଙ୍କର କେନ୍ଦୁପତ୍ର ତୋଳାଳିଙ୍କ ପ୍ରତି କୌଣସି ଦରଦ କେବେ ନଥିଲା କି ଆଜି ମଧ୍ୟ ନାହିଁ।

ସେ କେବଳ ସେମାନଙ୍କୁ ନେଇ ରାଜନୀତି କରିବା ଜାଣନ୍ତି। ଏହି କାରଣରୁ ଅଧିକାଂଶ କେନ୍ଦୁପତ୍ର ତୋଳାଳି ଥିବା ପଦ୍ମପୁର ନିର୍ବାଚନ ମଣ୍ଡଳୀରେ ତାଙ୍କୁ ଶୋଚନୀୟ ପରାଜୟର ସାମ୍ନା କରିବାକୁ ପଡ଼ିଛି ଏବଂ ପଦ୍ମପୁରବାସୀ ତାଙ୍କୁ ପ୍ରତ୍ୟାଖ୍ୟାନ କରିଛନ୍ତି ବୋଲି ଶ୍ରୀ ମହାନ୍ତି କହିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା, କେନ୍ଦୁପତ୍ର ହିତାଧିକାରୀ ପାଇବେ ୫୬ କୋଟି ଟଙ୍କାର ବୋନସ୍‌

ଭୁବନେଶ୍ବର: ରାଜ୍ୟର କେନ୍ଦୁପତ୍ର ହିତାଧିକାରୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ୨୦୨୨ ଶସ୍ୟବର୍ଷର ତୃତୀୟ ପର୍ଯ୍ୟାୟରେ ୫୬ କୋଟି ଟଙ୍କାର ଆର୍ଥିକ ସହାୟତା ଘୋଷଣା କରିଛନ୍ତି। ଏହା ଦ୍ୱାରା ୮ ଲକ୍ଷରୁ ଉର୍ଦ୍ଧ୍ବ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ।

ଏହି ବୋନସ୍‌ ଓ ପ୍ରୋତ୍ସାହନ ରାଶି ଚଳିତ ଜୁଲାଇ ମାସରେ ପାଇବେ। ୨୦୨୨ ଶସ୍ୟବର୍ଷ ପାଇଁ ତୃତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ୨୫ ପ୍ରତିଶତ ବୋନସ୍‌ ଓ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୫ ପ୍ରତିଶତ ପ୍ରୋତ୍ସାହନ ରାଶି, ଏହିପରି ମୋଟ ୫୬.୨୩ କୋଟି ଟଙ୍କା ସହାୟତା ପ୍ରଦାନ କରାଯିବ।

୨୦୨୨ ଶସ୍ୟବର୍ଷ ପାଇଁ ପ୍ରଥମ ପର୍ଯ୍ୟାୟରେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଏବଂ ବନ୍ଧାଳି ଓ ସାମୟିକ କର୍ମଚାରୀଙ୍କୁ ୧୫ ଶହ ଟଙ୍କା ଲେଖାଏଁ, ଏହିପରି ମୋଟ ୮୩.୩୪ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ସେହିପରି ୨୦୨୨ ଶସ୍ୟବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ ରାଜ୍ୟର ୭ ଲକ୍ଷ ୭୫ ହଜାର କେନ୍ଦୁପତ୍ର ତୋଳାଳିଙ୍କୁ ଏକ ହଜାର ଟଙ୍କା ଆର୍ଥିକ ସହାୟତା, ପାଣି ବୋତଲ ପାଇଁ ୨୦୦ ଟଙ୍କା ଏବଂ ଚପଲ ପାଇଁ ୧୬୦ ଟଙ୍କା, ଏହିପରି ଭାବେ ପ୍ରତ୍ୟେକ କେନ୍ଦୁପତ୍ର ତୋଳାଳିଙ୍କୁ ୧୩୬୦ ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା।

ଏହି ପର୍ଯ୍ୟାୟରେ ମଧ୍ୟ ୪୦ ହଜାର କେନ୍ଦୁପତ୍ର ବନ୍ଧାଳି ଏବଂ ସାମୟିକ କର୍ମଚାରୀଙ୍କୁ ପ୍ରତ୍ୟେକ ୧୫୦୦ ଟଙ୍କାର ସହାୟତା ରାଶି, ଏହିପରି ମୋଟ ୧୧୧.୨୧ କୋଟି ଟଙ୍କାର ସହାୟତା ପ୍ରଦାନ କରାଯାଇଥିଲା।

ତୃତୀୟ ପର୍ଯ୍ୟାୟକୁ ମିଶାଇ ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ବୋନସ, ପ୍ରୋତ୍ସାହନ ରାଶି ଓ ଆର୍ଥିକ ସହାୟତା ବାବଦକୁ ଦିଆଯାଇଥିବା ମୋଟ ସହାୟତା ପରିମାଣ ୨୫୦.୭୮ କୋଟି ଟଙ୍କା ହେବ । ଯାହା କି ଗୋଟିଏ ଫସଲ ବର୍ଷରେ ସର୍ବକାଳୀନ ରେକର୍ଡ।

ସୂଚନାଯୋଗ୍ୟ ଯେ, ୨୦୨୧ ମସିହା ପାଇଁ ୨୦୨୨ ମସିହାରେ କେନ୍ଦୁପତ୍ର ତୋଳାଳିଙ୍କୁ ୧୧୮. ୮୩ କୋଟି ଟଙ୍କାର ବୋନସ ଓ ସହାୟତା ପ୍ରଦାନ କରାଯାଇଥିଲା। ୨୦୨୨ ଶସ୍ୟବର୍ଷ ପାଇଁ କେନ୍ଦୁପତ୍ର ହିତାଧିକାରୀମାନଙ୍କୁ ୨୦୨୧ ମସିହା ଠାରୁ ୧୧୧ ପ୍ରତିଶତ ଅଧିକ ସହାୟତା ରାଶି ପ୍ରଦାନ କରାଯାଉଛି।

କେନ୍ଦୁପତ୍ର ହିତାଧିକାରୀମାନେ ମୁଖ୍ୟତଃ ଅନୁସୂଚିତ ଜାତି ଓ ଅନୁସୂଚିତ ଜନଜାତି ବର୍ଗର ଅଟନ୍ତି। ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଆର୍ଥିକ ସହାୟତା ବିଶେଷ ସହାୟକ ହେବ।

Categories
ବିଶେଷ ଖବର ରାଜ୍ୟ ଖବର

ମୁଖ୍ୟମନ୍ତ୍ରୀ କଲେ ବଡ ଘୋଷଣା, ୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ମିଳିବ ୧୧୧ କୋଟି ଟଙ୍କା

ଭୁବନେଶ୍ବର: କେନ୍ଦୁପତ୍ର ହିତାଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଦ୍ବିତୀୟ ପର୍ଯ୍ୟାୟରେ ୧୧୧ କୋଟି ଟଙ୍କାର ସହାୟତା ଘୋଷଣା କରିଛନ୍ତି । ୨୦୨୨ ଫସଲ ବର୍ଷ ପାଇଁ ଏହି ସହାୟତା ମିଳିବ। ପୂର୍ବରୁ ପ୍ରଥମ ପର୍ଯ୍ୟାୟରେ ୮୩ କୋଟି ଟଙ୍କାର ସହାୟତା ହିତାଧିକାରୀଙ୍କ ବ୍ୟାଙ୍କ ଖାତାରେ ସିଧାସଳଖ ଜମା କରାଯାଇଛି ।

ଦୁଇଟି ପର୍ଯ୍ୟାୟକୁ ମିଶାଇ କେନ୍ଦୁପତ୍ର ହିତାଧିକାରୀମାନେ ୧୯୪ କୋଟି ଟଙ୍କାର ସହାୟତା ପାଇବେ, ଯାହା କି ଗୋଟିଏ ଫସଲ ବର୍ଷରେ ଏକ ସର୍ବକାଳୀନ ରେକର୍ଡ। ରାଜ୍ୟ ସରକାରଙ୍କ ଏହି ଘୋଷଣା ଦ୍ବାରା ୮ ଲକ୍ଷରୁ ଅଧିକ କେନ୍ଦୁପତ୍ର ହିତାଧିକାରୀ ଉପକୃତ ହେବେ। ୭.୭୫ ଲକ୍ଷ କେନ୍ଦୁପତ୍ର ତୋଳାଳୀ ଏବଂ ୪୦ ହଜାର ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଏହି ସହାୟତା ମିଳିବ।

ପ୍ରତ୍ୟେକ ତୋଳାଳୀଙ୍କୁ ଏକ ହଜାର ଟଙ୍କାର ଆର୍ଥିକ ସହାୟତା ସହିତ ପାଣିବୋତଲ ଓ ଚପଲ ପାଇଁ ଯଥାକ୍ରମେ ୨୦୦ ଓ ୧୬୦ ଟଙ୍କା ମିଳିବ। ସେହିପରି ପ୍ରତ୍ୟେକ ବନ୍ଧାଳୀ ଓ ସିଜିନାଲ ଷ୍ଟାଫଙ୍କୁ ଆର୍ଥିକ ସହାୟତା ଭାବରେ ୧୫୦୦ ଟଙ୍କା ଦିଆଯିବ।

କେନ୍ଦୁପତ୍ର ସଂଗ୍ରହ ହେଉଥିବା ରାଜ୍ୟର ୨୨ଟି ଜିଲ୍ଲା ମଧ୍ୟରୁ ଝାରସୁଗୁଡା ବ୍ୟତୀତ ଅନ୍ୟ ସମସ୍ତ ଜିଲ୍ଲାର ହିତାଧିକାରୀମାନେ ଏହି ସହାୟତା ପାଇବେ । ନିର୍ବାଚନ ଆଚରଣ ବିଧି ଉଠିବା ପରେ ଝାରସୁଗୁଡାର ହିତାଧିକାରୀମାନଙ୍କୁ ଏହି ସହାୟତା ମିଳିବ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ହିତାଧିକାରୀ ମାନଙ୍କୁ ୮୩ କୋଟି ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଛି। କେନ୍ଦୁପତ୍ର ହିତାଧିକାରୀ ମାନେ, ଯେଉଁମାନେ କି ମୁଖ୍ୟତଃ ଅନୁସୂଚିତ ଜାତି ଓ ଜନଜାତି ବର୍ଗର ଅଟନ୍ତି, ସେମାନଙ୍କ ଜୀବନଧାରଣ ମାନର ଉନ୍ନତିରେ ଏହି ଘୋଷଣା ସହାୟକ ହେବ।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଆଜି ରାଜ୍ୟର କେନ୍ଦୁପତ୍ର ଶ୍ରମିକଙ୍କୁ ସହାୟତା ରାଶି ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର କେନ୍ଦୁପତ୍ର ଶ୍ରମିକଙ୍କ ପାଇଁ ସହାୟତା ରାଶି ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବେ। ଲୋକସେବା ଭବନର ୩ୟ ମହଲା ସମ୍ମିଳନୀ କକ୍ଷରେ ଅପରାହ୍ନ ଘ. ୫.୩୦ ମିନିଟରେ ଏହାର ଶୁଭାରମ୍ଭ କରିବେ।

ଗତ 23 ତାରିଖରେ ମୁଖ୍ୟମନ୍ତ୍ରୀ କେନ୍ଦୁପତ୍ର ଶ୍ରମିକ ତଥା ତୋଳାଳୀଙ୍କ ପାଇଁ ସହାୟତା ରାଶି ଘୋଷଣା କରିଥିଲେ। ଏଥିରେ ଯାହା ଘୋଷଣା କରାଯାଇଥିଲା ତାହା ଥିଲା

• ପ୍ରଥମ ପର୍ଯ୍ୟାୟରେ ପ୍ରତି ତୋଳାଳୀଙ୍କୁ ୧୦୦୦ ଟଙ୍କା ଓ ପ୍ରତ୍ୟେକ ସିଜିନାଲ ଷ୍ଟାଫଙ୍କୁ ୧୫୦୦ ଟଙ୍କା ଲେଖାଏ ଦିଆଯିବ।

• ସବୁ କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କୁ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସାମିଲ କରାଯିବ।

• କେନ୍ଦୁପତ୍ର ତୋଳାଳୀ ଓ କର୍ମଚାରୀଙ୍କ ପିଲା ମାନଙ୍କୁ ବୃତ୍ତି ପ୍ରଦାନ କରାଯିବ। ମେଧାବୀ ଛାତ୍ରଛାତ୍ରୀ ମାନଙ୍କୁ ଜିଲ୍ଲାସ୍ତରରେ ପୁରସ୍କୃତ କରାଯିବ।

• ସର୍କଲ ଚେକ୍‌ରସ୍‌ ଓ ବାଇଣ୍ଡିଂ ଚେକର୍‌ସ ମାନଙ୍କ ଗ୍ରାଚୁଇଟି ଦେୟ ସାତ ଦିନ ରୁ ବୃଦ୍ଧି କରି କୁ ୧୫ ଦିନ କରାଯିବ।

• ସମସ୍ତ ତୋଳାଳୀ ମାନଙ୍କୁ ତୋଳାଳୀ ପରିଚୟ ପତ୍ର ପ୍ରଦାନ କରାଯିବ।

• କେନ୍ଦୁପତ୍ର ବ୍ୟବସାୟ ଉପରେ କେନ୍ଦ୍ର ସରକାର 18% ଜିଏସଟି ରଖିଛନ୍ତି ଏହା ବହୁତ ଅଧିକ

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ କଣ ପାଇଁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି। ତେବେ ଏହା କୌଣସି ରାଜନୈତିକ କାରଣ ନୁହେଁ ବଂର ଓଡିଶା ସ୍ବାର୍ଥ ପାଇଁ ନବୀନ ଏହି ଚିଠି ଲେଖିଛନ୍ତି। ସେ ମୁଖ୍ୟତଃ କେନ୍ଦୁପତ୍ର ପତ୍ର ଉପରୁ ଜିଏସଟି ଛାଡ କରିବା ପାଇଁ ସେ ସୀତାରମଣଙ୍କୁ ଏହି ଚିଠି ଲେଖିଛନ୍ତି।

ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, କେନ୍ଦୁପତ୍ର ଉପରେ ବର୍ତ୍ତମାନ କେନ୍ଦ୍ର ସରକାର 18 ପ୍ରତିଶତ ଜିଏସଟି ଲାଗୁ କରିଛନ୍ତି। ଏହା ଠିକ ନୁହେଁ। କାରଣ କେନ୍ଦୁପତ୍ର ତୋଳାଳୀ ହେଉଛନ୍ତି ଗରୀବ ଶ୍ରେଣୀର ଲୋକ। ସେମାନେ ଏହି ପତ୍ର ତୋଳି ଗୁଜରାଣ ମେଣ୍ଟାଉଛନ୍ତି। ତେଣୁ ଏହା ଉପରୁ ଜିଏସଟି ଛାଡ କରିବାକୁ ଅର୍ଥମନ୍ତ୍ରୀ ନିଷ୍ପତି ନିଅନ୍ତୁ ବୋଲି ନବୀନ ଉଲ୍ଲେଖ କରିଛନ୍ତି।

Categories
ବିଶେଷ ଖବର ରାଜ୍ୟ ଖବର

କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ବୃଦ୍ଧି, ମୋଟ ୭.୫୦ ଲକ୍ଷ କେନ୍ଦୁପତ୍ର ତୋଳାଳୀ ପାଇବେ ୨୪୦ କୋଟି ଟଙ୍କା

ଭୁବନେଶ୍ବର: ରାଜ୍ୟର ଲକ୍ଷ ଲକ୍ଷ କେନ୍ଦୁପତ୍ର ତୋଳାଳୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କେନ୍ଦୁପତ୍ରର ସଂଗ୍ରହ ମୂଲ୍ୟ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ ୨୦୨୨ ଫସଲ ବର୍ଷ ପାଇଁ ଉଭୟ ପ୍ରୋସେସ ଅଞ୍ଚଳ ଓ ଫାଲ ଅଂଚଳରେ କେନ୍ଦୁପତ୍ର ସଂଗ୍ରହ ମୂଲ୍ୟ ରେ ବୃଦ୍ଧି କରାଯାଇଛି। ଏହାଦ୍ଵାରା ରାଜ୍ୟରେ ୭.୫୦ ଲକ୍ଷ ଗରୀବ କେନ୍ଦୁପତ୍ର ତୋଳାଳୀ ୨୪୦ କୋଟି ଟଙ୍କାର ଅଧିକ ରୋଜଗାର ପାଇପାରିବେ. ଏମାନଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଜନଜାତି ମହିଳା ।

ଏହାସହିତ ରାଜ୍ୟ ସରକାରଙ୍କ ପକ୍ଷରୁ ବୋନସ ଓ ବିଭିନ୍ନ ଭତ୍ତା ବାବଦରେ ମଧ୍ୟ୍ୟ ୧୨୦ କୋଟି ଟଙ୍କା ମଂଜୁର କରାଯାଇଛି। ଏହାଦ୍ଵାରା ୮ ଲକ୍ଷ କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ଉପକୃତ ହେବେ ।

ସୂଚନାଯୋଗ୍ୟ ଯେ ରାଜ୍ୟ ସରକାର କେନ୍ଦୁପତ୍ର ବ୍ୟବସାୟର ସମସ୍ତ ଲାଭକୁ (Trade surplus) କେନ୍ଦୁପତ୍ର ତୋଳାଳୀ, ବନ୍ଧାଳୀ ଓ ଅନ୍ୟାନ୍ୟ କର୍ମଚାରୀ (Seasonal Staff) ମାନଙ୍କ କଲ୍ୟାଣ ପାଇଁ ବିନିଯୋଗ କରୁଛନ୍ତି ।”