Categories
ଆଜିର ଖବର

ମର୍ମନ୍ତୁଦ ସଡକ ଦୁର୍ଘଟଣା : ୮ ମୃତ, ୩୫ ଆହତ

ଉତ୍ତରପ୍ରଦେଶର ମୈନପୁରୀ ଜିଲ୍ଲାର ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସୱେରେ ରବିବାର ଦିନ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦିଲ୍ଲୀରୁ ବାରାଣସୀ ଅଭିମୁଖେ ଯାଉଥିବା ଏକ ଯାତ୍ରୀବାହୀ ବସ ଏକ ଟ୍ରକକୁ ଧକ୍କା ଦେଇଥିଲା। ଫଳରେ ଘଟଣାସ୍ଥଳରେ ୮ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଥିବା ବେଳେ ୩୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ଆହତମାନଙ୍କୁ ଚିକିତ୍ସା ନିମନ୍ତେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବସର ଭଙ୍ଗାରୁଜା ଅଂଶକୁ କଟା ଯାଇ ଭିତରେ ଅଟକି ରହିଥିବା ଲୋକଙ୍କୁ ଉଦ୍ଧାର କରାଯାଇଛି। ବସ ଚାଳକଙ୍କ ନିୟନ୍ତ୍ରଣ ହରାଇବାରୁ ଟ୍ରକ ସହ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଥିବା ଜଣାପଡ଼ିଛି।