Categories
ଆଜିର ଖବର ଜାତୀୟ ଖବର ବ୍ୟବସାୟ ରାଜ୍ୟ ଖବର

ମେକ୍‌-ଇନ୍‌-ଓଡ଼ିଶା କନ୍‌କ୍ଲେଭ : ଆଜି ମିଳିଲା ୧୪୪୩ କୋଟି ଟଙ୍କାର ପୁଂଜିନିବେଶ ପ୍ରସ୍ତାବ

ଭୁବନେଶ୍ୱର: ମେକ୍‌ ଇନ୍‌ ଓଡ଼ିଶାର ଦ୍ୱିତୀୟ ଦିବସରେ ଆଜି ଓଡ଼ିଶାରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ପ୍ରତିଷ୍ଠା ସଂପର୍କିତ ଏକ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି। ତତ୍‌ସହିତ ଏଥିରେ ଓଡ଼ିଶାରେ ୧୪୪୩ କୋଟି ଟଙ୍କାର ପୁଂଜିନିବେଶ ନେଇ ପ୍ରସ୍ତାବ ମଧ୍ୟ ମଳିଛି।

ମଧ୍ୟମ, କ୍ଷୁଦ୍ର ଓ ଅଣୁ ଉଦ୍ୟୋଗ ମନ୍ତ୍ରୀ ଶ୍ରୀ ପ୍ରତାପ କେଶରୀ ଦେବ ଏହି ଆଲୋଚନାଚକ୍ରରେ ଅଧ୍ୟକ୍ଷତା କରି ରାଜ୍ୟରେ ଉତ୍ପାଦିତ ଓ ଉପଲବ୍ଧ କୃଷିଜାତ ସାମଗ୍ରୀ ପାଇଁ ଓଡ଼ିଶାକୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ପ୍ରତିଷ୍ଠା ଲାଗି ସର୍ବୋତ୍ତମ ଉପଯୁକ୍ତ କ୍ଷେତ୍ର ବୋଲି ପ୍ରକାଶ କରିବା ସହିତ ଓଡ଼ିଶା ଖାଦ୍ୟ ପ୍ରକ୍ରିୟାକରଣ ନୀତି-୨୦୨୨ର ଉନ୍ମୋଚନ କରିଥିଲେ ।

ଏହି ଆଲୋଚନାଚକ୍ରରେ ଉପସ୍ଥିତ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ଅଧକ୍ଷ ଶ୍ରୀ ଅସିତ କୁମାର ତି୍ରପାଠୀ, ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ପ୍ରମୁଖ ପରାମର୍ଶଦାତା ଶ୍ରୀ ଆର୍‌. ବାଲକି୍ରଷ୍ଣନ୍‌, ଏମ୍‌ଏସ୍‌ଏମ୍‌ଇ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ଶାଶ୍ୱତ ମିଶ୍ର, ମହମ୍ମଦ ସାଦ୍ଦିକ ଆଲାମ, ସ୍ମୃତିରଞ୍ଜନ ପ୍ରଧାନ, ଗୌରମ ଶର୍ମା, ଡେଗ୍‌ମାର ୱାଲଟର, ବିଧାନ ଦାସ, ରାଜନ୍‌ ପାଢ଼ୀ ପ୍ରମୁଖ ରାଜ୍ୟରେ ଖାଦ୍ୟ ପ୍ରକ୍ରିୟାକରଣର ବିଭିନ୍ନ ଦିଗ ଉପରେ ଆଲୋଚନା କରିଥିଲେ।

Categories
ଅନ୍ତରାଷ୍ଟ୍ରୀୟ ଜାତୀୟ ଖବର ବିଶେଷ ଖବର ବ୍ୟବସାୟ

ମେକ୍‌-ଇନ୍‌-ଓଡ଼ିଶା କନ୍‌କ୍ଲେଭରେ ୭ ଲକ୍ଷ ୬ ହଜାର ୧୨୮ କୋଟିର ନିବେଶ ପ୍ରସ୍ତାବ

ଭୁବନେଶ୍ୱର: ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨କୁ ଗତକାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବା ପରେ ଆଜି ୧ ତାରିଖରେ ଅନୁଷ୍ଠିତ ହୋଇଥିବା କାର୍ଯ୍ୟକ୍ରମ ସଂପର୍କରେ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ହେମନ୍ତ କୁମାର ଶର୍ମା ଗଣମାଧ୍ୟମକୁ ସୂଚନା ଦେଇଛନ୍ତି।

ଆଜି ସକାଳେ ମୁଖ୍ୟମନ୍ତ୍ରୀ ନରେୱ, ଜାପାନ, ଜର୍ମାନୀ ଓ ନେପାଳର ବୈଦେଶିକ ପ୍ରତିନିଧିଙ୍କ ସମେତ ଦେଶର ୪୦ ଜଣ ପ୍ରମୁଖ ଶିଳ୍ପପତିଙ୍କ ଗହଣରେ ଜଳଯୋଗରେ ସାମିଲ ହୋଇ ପୁଂଜିନିବେଶ ସଂପର୍କରେ ଆଲୋଚନା କରିଥିଲେ।

ଆଜିର ପ୍ରଥମ ଅଧିବେଶନ (ପ୍ଲେନାରୀ ସେସନ୍‌)ରେ ୫୪ ଜଣ ପ୍ରମୁଖ ଶିଳ୍ପପତିମାନେ ଉପସ୍ଥିତ ଥିବା ବେଳେ ଶିଳ୍ପ କ୍ଷେତ୍ରରେ କାର୍ଯ୍ୟ କରୁଥିବା ପ୍ରାୟ ୨୦୦୦ରୁ ଊଦ୍ଧ୍ୱର୍ ଉଦ୍ୟୋଗୀମାନେ ଯୋଗ ଦେଇଥିଲେ। ଆଜି ମୋଟ ୧୩ଟି ଅଧିବେଶନ ଅନୁଷ୍ଠିତ ହୋଇଥିଲା।

ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌ରେ ଆୟୋଜିତ ପ୍ରଦର୍ଶନୀରେ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ ଓ ଅନ୍ୟ ଦେଶରୁ ୨୧୨ଟି ସଂସ୍ଥା ଅଂଶଗ୍ରହଣ କରିଥିବାବେଳେ ଏଥିରେ ଜାପାନ୍‌, ଜର୍ମାନୀ, ନର୍‌େୱ, ନେପାଳ, ବାଂଲାଦେଶ, ଅଷ୍ଟ୍ରେଲିଆ, ଇଣ୍ଡୋନେସିଆ, ସିଙ୍ଗାପୁର, ଚୀନ ଓ ଥାଇଲାଣ୍ଡ ଆଦି ଦେଶ ମଧ୍ୟ ସାମିଲ ହୋଇଛନ୍ତି। ଆଜି ମୋଟ ୨୧ଟି ନିବେଶ ସଂପର୍କିତ ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି।

ଉଭୟ ନିବେଶ ଓ ଅଣନିବେଶ କ୍ଷେତ୍ର ମିଶି ମୋଟ ୬୭ଟି ନିବେଶ ପତ୍ର ଗ୍ରହଣ କରାଯାଇ ଥିଲା। ଏହି ୬୭ଟି କ୍ଷେତ୍ରରୁ ମୋଟ ୫,୮୫,୭୪୨.୨୬ କୋଟି ଟଙ୍କାର ନିବେଶ ପ୍ରତିଶ୍ରୁତି ମିଳିଛି। ଏଥି ଯୋଗୁଁ ୨ ଲକ୍ଷ ୪୭ ହଜାର ୮୯୨ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଏତଦ୍‌ବ୍ୟତୀତ ଦେଶର ବିଭିନ୍ନ ସହରରେ ଗତ ୬ ମାସ ମଧ୍ୟରେ ଯେଉଁ ରୋଡ୍‌ଶୋ ହୋଇଥିଲା, ତନ୍ମଧ୍ୟରୁ ପ୍ରସ୍ତାବନା ଆସିଥିବା ୭୮ଟି ନିବେଶ ପ୍ରତିଶ୍ରୁତିକୁ ଆଜି ବିଧିବଦ୍ଧ ଭାବେ ଗ୍ରହଣ କରାଯାଇଛି।

ଏଥିରେ ୧ଲକ୍ଷ ୪୦ ହଜାର ୩୮୬ କୋଟି ୧୯ ଲକ୍ଷ ଟଙ୍କାର ପୁଂଜିନିବେଶ ସମ୍ଭାବନା ରହିଛି ଏବଂ ଏହା ଦ୍ୱାରା ୭୨ ହଜାର ୮୪୯ ଜଣଙ୍କୁ ନିଯୁକ୍ତି ସୁଯୋଗ ମିଳିବ। ଉପରୋକ୍ତ ସମସ୍ତ କ୍ଷେତ୍ରରୁ ମୋଟ ୭,୨୬,୧୨୮.୪୫ କୋଟିର ପୁଂଜିନିବେଶ ପ୍ରତିଶ୍ରୁତି ମିଳିଛିି ବୋଲି ରାଜ୍ୟ ଶିଳ୍ପ ବିଭାଗ ପ୍ରମୁଖ ଶାସନ ସଚିବ ଶ୍ରୀ ଶର୍ମା ପ୍ରକାଶ କରିଛନ୍ତି।

ଆସନ୍ତାକାଲି ମେକ୍‌ ଇନ୍‌ ଓଡ଼ିଶା ଦ୍ୱିତୀୟ କାର୍ଯ୍ୟ ଦିବସରେ ସ୍କିଲଡ୍‌ ଇନ୍‌ ଓଡ଼ିଶାଏବଂ ଅନ୍ୟାନ୍ୟ କ୍ଷେତ୍ରରେ ଆଇଟିଇଏସ୍‌, ସିଙ୍ଗାପୁର ସହ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି । ଏହା ବ୍ୟତୀତ କେତେକ ଶିଳ୍ପ ଉପରେ ନିର୍ଭର କରୁଥିବା କ୍ଷୁଦ୍ରଶିଳ୍ପ, ଆନୁଷଙ୍ଗିକ ଶିଳ୍ପ ଓ ଡାଉନ୍‌ଷ୍ଟ୍ରିମ ଶିଳ୍ପ, ବିଭିନ୍ନ ସରକାରୀ ଓ ବେସରକାରୀ ସଂସ୍ଥା ଏବଂ ଯାନ୍ତ୍ରିକ ଶିକ୍ଷା କ୍ଷେତ୍ରରେ ବୁଝାମଣାପତ୍ର ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।

ଆସନ୍ତାକାଲି ମୋଟ ୧୦ଟି ଅଧିବେଶନ ଅନୁଷ୍ଠିତ ହେବ। ଆଜିର ଏହି ସାମ୍ବାଦିକ ସମ୍ମିଳନୀରେ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଶ୍ରୀ ସଂଜୟ କୁମାର ସିଂ, ବିଭାଗୀୟ ନିର୍ଦ୍ଦେଶକ ଶ୍ରୀ ଇନ୍ଦ୍ରମଣି ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ।