Categories
ଆଜିର ଖବର ଜାତୀୟ ଖବର

ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଧମକପୂର୍ଣ୍ଣ ବାର୍ତ୍ତା: ଜଣେ ନାବାଳକ ଗିରଫ

ଲକ୍ଷ୍ନୌ: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ଧମକପୂର୍ଣ୍ଣ ବାର୍ତ୍ତା ପଠାଇଥିବା ଅଭିଯୋଗରେ ଜଣେ ନାବାଳକଙ୍କୁ ଗିରଫ କରାଯାଇଛି। ତାଙ୍କ ନିକଟରୁ ଏକ ମୋବାଇଲ୍ ଫୋନ୍ ଏବଂ ଗୋଟିଏ ସିମ୍ କାର୍ଡ ଜବତ କରାଯାଇଛି।

ପୋଲିସର ମୁଖପାତ୍ରଙ୍କ ଅନୁଯାୟୀ, ଜରୁରୀକାଳୀନ ହେଲ୍ପଡେସ୍କ ହ୍ବାଟ୍ସଆପ୍ ନମ୍ବରରେ ଏହି ବାର୍ତ୍ତା ପଠାଯାଇଛି ଏବଂ ଅଭିଯୁକ୍ତ ଜଣକ ମୁଖ୍ୟମନ୍ତ୍ରୀଙ୍କୁ ଧମକ ଦେବା ବ୍ୟତୀତ ଅଶାଳୀନ ଭାଷା ବ୍ୟବହାର କରିଛନ୍ତି। ନାବାଳିକାଙ୍କୁ ସୁଶାନ୍ତ ଗଲ୍ଫ ସିଟି ଅଞ୍ଚଳରୁ ଗିରଫ କରାଯାଇଛି। ଉଲ୍ଲେଖ ଯୋଗ୍ୟ ଯେ, ଚଳିତ ବର୍ଷ ମେ ମାସରେ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଧମକ ଦିଆଯାଇଥିଲା ଏବଂ କିଛି ଘଣ୍ଟା ମଧ୍ୟରେ ପୋଲିସ ଅଭିଯୁକ୍ତକୁ ଗିରଫ କରିଥିଲା।