Categories
ଆଜିର ଖବର ଜାତୀୟ ଖବର

ଦୁଇଟି ପୃଥକ ଦୁର୍ଘଟଣାରେ 5 ପ୍ରବାସୀ ଶ୍ରମିକ ମୃତ

ବୁଲନ୍ଦସହର : ଉତ୍ତର ପ୍ରଦେଶର ବୁଲନ୍ଦସହରରେ ଦୁଇଟି ପୃଥକ ଦୁର୍ଘଟଣାରେ 5 ଜଣ ଶ୍ରମିକ ପ୍ରାଣ ହରାଇଛନ୍ତି । ଲକ୍‌ଡାଉନ୍‌କୁ ଦୁଇ ମାସ ପୁରିବାକୁ ବସିଥିବା ବେଳେ ପ୍ରବାସୀଙ୍କ ଦୁଃଖ ସରୁନାହିଁ । ଶୁକ୍ରବାର ଏକ ପିକ୍‌ଅପ୍‌ ଭ୍ୟାନ୍‌ରେ କିଛି ଶ୍ରମିକ ଯାଉଥିବା ବେଳେ ଭ୍ୟାନ୍‌ଟି ଓଲଟି ପଡିବାରୁ ଦୁଇ ଜଣ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଛନ୍ତି । ଭ୍ୟାନ୍‌ଟି ଏକ ଇଲେକ୍ଟ୍ରିକ୍‌ ପୋଲ୍‌ରେ ଧକ୍କା ହେବା ସହିତ ଓଲଟି ପଡିବାରୁ ଏହି ଅଘଟଣ ଘଟିଥିଲା । ଏହି ଶ୍ରମିକ ମାନେ ସୁରଟରୁ ବିଜ୍‌ନୋର ପର୍ଯ୍ୟନ୍ତ ଫେରୁଥିଲେ ।

ସେହିପରି ଅନ୍ୟ ଏକ ଘଟଣାରେ ଆଉ ତିନି ଜଣ ପ୍ରବାସୀ ଶ୍ରମିକ ପ୍ରାଣ ହରାଇଛନ୍ତି । ଦିଲ୍ଲୀରୁ ବଦାଉଁ ଫେରୁଥିବା ବେଳେ ରାସ୍ତା ଦାଢରେ ଶୋଇଥିବା ଶ୍ରମିକଙ୍କ ଉପରେ ଡମ୍ପର ମାଡି ଯିବାରୁ ତିନି ଜଣ ପ୍ରାଣ ହରାଇଛନ୍ତି । ମିର୍ଜାପୁରରେ ରାସ୍ତା ଦାଢରେ ଶୋଇଥିବା ଶ୍ରମିକଙ୍କ ଉପରେ ଡମ୍ପର ମାଡି ଯାଇଥିଲା । (ଏଜେନ୍ସି)