Categories
ଆଜିର ଖବର ରାଜ୍ୟ ଖବର

ପାରଳା ଗଜପତିଙ୍କ ପରଲୋକ : ମୁଖ୍ୟମନ୍ତ୍ରୀ ଏବଂ ପୁରୀ ରାଜାଙ୍କ ଶୋକ

ସମୀକ୍ଷା ବ୍ୟୁରୋ
ଭୁବନେଶ୍ବର : ଗଜପତି ଜିଲା ପାରଳାଖେମୁଣ୍ଡି ମହାରାଜା ଗୋପୀନାଥ ଗଜପତି ନାରାୟଣ ଦେଓଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଶୋକ ପ୍ରକାଶ କରିଛନ୍ତି । ଓଡ଼ିଶା ରାଜ୍ୟ ଗଠନରେ ପାରଳାଖେମୁଣ୍ଡି ରାଜପରିବାରର ଅବଦାନ ଅତୁଳନୀୟ ବୋଲି ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ପ୍ରକାଶ କରିଛନ୍ତି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଗଜପତିଙ୍କ ପରଲୋକରେ ଶୋକ ପ୍ରକାଶ କରିଛନ୍ତି । ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନ ଠାରୁ ଓଡ଼ିଆ ଭାଷା, ସାହିତ୍ୟ, ସଂସ୍କୃତିର ବିକାଶ ପାଇଁ ତାଙ୍କ ପରିବାରର ଯୋଗଦାନ ଅତୁଳନୀୟ । ତାଙ୍କ ପରଲୋକ ଓଡ଼ିଶା ପାଇଁ ବଡ଼ କ୍ଷତି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।