Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ବର : ବଲିଉଡ୍‌ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀ ମୋଦି ଶୋକପ୍ରକାଶ କରିଛନ୍ତି । ଜଣେ ସଫଳ ଯୁବ ଅଭିନେତା ଏତେ ଶୀଘ୍ର ଚାଲିଯିବା ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଟେଲିଭିନ ଓ ଫିଲ୍ମରେ ସେ ଅନେକ ସଫଳତା ସାଉଁଟିଛନ୍ତି । ତାଙ୍କ ବହୁ ସ୍ମରଣୀୟ ଅଭିନୟ ଅନେକଙ୍କୁ ପ୍ରେରଣା ଦେଇଛି ।

ସୁଶାନ୍ତ ରାଜପୁତଙ୍କ ମୃତ୍ୟୁ ନେଇ ଶୋକ ପ୍ରକାଶ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଟୁଇଟ୍‌ କରି ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ନବୀନ । ଅଭିନେତା ସୁଶାନ୍ତ ରାଜପୁତଙ୍କ ହଠାତ୍‌ ମୃତ୍ୟୁ ଅତ୍ୟନ୍ତ ଦୁଃଖଦାୟକ ବୋଲି କହିଛନ୍ତି ନବୀନ । ବହୁ ସିନେ ତାରକା, ରାଜନେତାମାନେ ସୁଶାନ୍ତଙ୍କ ମୃତ୍ୟୁରେ ଟୁଇଟ୍‌ କରି ଶୋକ ପ୍ରକଟ କରିଛନ୍ତି ।

ସୂଚନାଯୋଗ୍ୟ, ବଲିଉଡର ଲୋକପ୍ରିୟ ଅଭିନେତା ସୁଶାନ୍ତ ସିଂ 34 ବର୍ଷ ବୟସରେ ମୁମ୍ବାଇର ବାନ୍ଦ୍ରାସ୍ଥିତ ନିଜ ବାସଭବନରେ ଆତ୍ମହତ୍ୟା କରିଛନ୍ତି । ଆତ୍ମହତ୍ୟାର କାରଣ ଏପର୍ଯ୍ୟନ୍ତ ଜଣାପଡିନାହିଁ ।