Categories
ଆଜିର ଖବର

ନୂଆପଡ଼ାରେ ମୁଖ୍ୟମନ୍ତ୍ରୀ : ୩୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ସହ ଉଦ୍‌ଘାଟନ

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନୂଆପଡ଼ା ଗସ୍ତ କରିଛନ୍ତି । ସେ ଏଠାରେ ବିଭିନ୍ନ ପ୍ରକଳ୍ପନର ଉଦ୍‌ଘାଟନ ଓ ଶିଳାନ୍ୟାସ କରିଛନ୍ତି । ଏଠାରେ ମୁଖ୍ୟମନ୍ତ୍ରୀ ୨୩୭.୩୫ କୋଟି ଟଙ୍କାର ୩୯ଟି ପ୍ରକଳ୍ପର ଭିତ୍ତିପ୍ରସ୍ଥର ସ୍ଥାପନ ସହ ଉଦ୍‌ଘାଟନ କରିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ବୋଧନ  ଦେଇ କହିଥିଲେ  ଯେ, ’କାଳିଆ’ ଯୋଜନାରେ ୩୦ ଲକ୍ଷରୁ ଅଧିକ ଚାଷୀ ସହାୟତା ପାଇଲେଣି, ଏପ୍ରିଲ୍‌ ୧ରେ ଦ୍ବିତୀୟ କିସ୍ତି ‘କାଳିଆ ଟଙ୍କା’ ମିଳିବ ବୋଲି ମଧ୍ୟ କହିଛନ୍ତି । ଏହାଛଡ଼ା ଚାଷୀଙ୍କୁ ବିନା ସୁଧରେ ଋଣ ଦିଆଯାଉଛି ଓ କେନ୍ଦ୍ର ସରକାର ୬ ହଜାର ପରିବର୍ତ୍ତେ ୧୦ ହଜାର ଟଙ୍କା ଦେବା ପାଇଁ ଦାବି କରିଥିଲେ ।