Twenty eight NEET aspirants of our district left for Bhubaneswar today morning on arrangement of district admn. They were provided masks, hand sanitizer, food packets and water bottles. Wish all of them success in their endeavour
Tag: neet
ଭୁବନେଶ୍ବର, ନିଟ୍ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଥିଲେ ମଧ୍ୟ କେନ୍ଦ୍ର ଶୁଣିଲା ନାହିଁ। ବର୍ତ୍ତମାନ କୋଭିଡ ପରିସ୍ଥିତିରେ ପରୀକ୍ଷାର୍ଥୀଙ୍କ ସ୍ବାସ୍ଥ୍ୟ ପ୍ରାଥମିକତା। ସେଥିପାଇଁ ନବୀନ କେନ୍ଦ୍ରଙ୍କୁ ଚିଠି ଲେଖିବା ସହିତ ପ୍ରଧାନମନ୍ତ୍ରୀଙ୍କୁ ଫୋନ ଯୋଗେ ମଧ୍ୟ କଥା ହୋଇଥିଲେ। ହେଲେ କେନ୍ଦ୍ର ଶୁଣି ନାହିଁ ବୋଲି ଏକ ଅଭିମାନ ଭରା କଣ୍ଠରେ ନବୀନ ବିଜେଡି ବିଧାୟକମାନଙ୍କୁ କହିଥିଲେ।
ଆଜି ନବୀନ କୋଭିଡ ମୁକାବିଲା ନେଇ ବିଜେଡି ବିଧାୟକଙ୍କ ସହିତ ଭିଡିଓ କଂନଫ୍ରେସିଂ ମାଧ୍ୟମରେ ଏକ ବୈଠକ କରିଥିଲେ। ଏହି ବୈଠକରେ ମୁଖ୍ୟମନ୍ତ୍ରୀ କେନ୍ଦ୍ରର ଏପରି ଆଭିମୁଖ୍ୟ ସଂପର୍କରେ ବିଧାୟକଙ୍କୁ ଅବଗତ କରାଇଥିଲେ। ତେବେ ଏହି ପରୀକ୍ଷା ବର୍ତ୍ତମାନ ହେଉଥିବାରୁ ବିଧାୟକମାନେ ତାଙ୍କ ଅଞ୍ଚଳର ପରୀକ୍ଷାର୍ଥିଙ୍କୁ ସହଯୋଗ କରନ୍ତୁ ବୋଲି ନବୀନ ପରାମର୍ଶ ଦେଇଛନ୍ତି।
ପୂର୍ବରୁ ରାଜ୍ୟ ସରକାର ଏହି ପରୀକ୍ଷାର୍ଥୀଙ୍କ ପାଇଁ ମାଗଣାରେ ପରିବହନ ଓ ରହିବାର ବ୍ୟବସ୍ଥା କରିଛନ୍ତି।
ଭୁବନେଶ୍ବର : ନିଟ୍ ଓ ଜେଇଇ ପରୀକ୍ଷା ଘୁଞ୍ଚାଇବାକୁ ଚିଠି ଲେଖିଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷା ଘୁଞ୍ଚାଇବାକୁ ଅନୁରୋଧ କରି ଚିଠି ଲେଖିଛନ୍ତ ନବୀନ । ଏନେଇ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କକୁ ଚିଠି ଲେଖିଛନ୍ତି ନବୀନ । କରୋନା ଯୋଗୁଁ ପରୀକ୍ଷା କେନ୍ଦ୍ର ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି ନବୀନ । ସେହିପରି ଦୁର୍ଗମ ଅଞ୍ଚଳରୁ ଯାଇ ଦୂରରେ ପରୀକ୍ଷା ଦେବା ଅସୁବିଧା ହେବ । ଅପରପକ୍ଷରେ ବିଭିନ୍ନସ୍ଥାନରେ ସଟ୍ଡାଉନ୍ ଓ ଲକ୍ ଡାଉନ୍ ମଧ୍ୟ ଯାତାୟାତରେ ସମସ୍ୟା କରିବ ବୋଲି ଚିଠିରେ ଉଲ୍ଲେଖ ରହିଛି। ଏହି ସମସ୍ତ ଅସୁବିଧାକୁ ଦୃଷ୍ଟିରେ ରଖି ନିଟ୍ ଓ ଜେଇଇ ପରୀକ୍ଷାକୁ ଘୁଞ୍ଚାଯାଉ ବୋଲି ନବୀନ ଅନୁରୋଧ କରିଛନ୍ତି ।
ସୂଚନାଯୋଗ୍ୟ, ପୂର୍ବରୁ ଆଦିତ୍ୟ ଠାକ୍ରେ ଓ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଧ୍ୟ ନିଟ୍ ଓ ଜେଇଇ ପରୀକ୍ଷା ସ୍ଥଗିତ ରଖବାକୁ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି । ଆସନ୍ତା ସେପ୍ଟେମ୍ବରରେ ଅନୁଷ୍ଠିତ ହେବାକୁ ଥିବା ନିଟ୍ ଏବଂ ଜେଇଇକୁ ସ୍ଥଗିତ ରଖିବା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଅନୁରୋଧ କରଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ । ଉଲ୍ଲେଖଯୋଗ୍ୟ ଯେ ଏହା ପୂର୍ବରୁ ଲୋକସଭାରେ ବିରୋଧୀ ଦଳ ନେତା ରହିଥିବା ଅଧୀର ରଞ୍ଜନ ଚୌଧୁରୀ ମଧ୍ୟ ନିଟ୍ ସ୍ଥଗିତ ରଖିବା ନେଇ ପ୍ରଧାନମନ୍ତ୍ରୀଙ୍କୁ ପତ୍ର ଲେଖିଥିଲେ ।
ନୂଆଦିଲ୍ଲୀ : ଆସନ୍ତା ଜୁଲାଇ ମାସ ପର୍ଯ୍ୟନ୍ତ ଜେଇଇ ଏବଂ ନିଟ୍ ପ୍ରବେଶିକା ପରୀକ୍ଷାକୁ ଘୁଞ୍ଚାଇ ଦିଆଯାଇଛି । କେନ୍ଦ୍ର ମାନବ ସମ୍ବଳ ବିଭାଗ ପକ୍ଷରୁ ମଙ୍ଗଳବାର ଏହି ଘୋଷଣା କରାଯାଇଛି । ଜେଇଇର ମେନ୍ସ ପରୀକ୍ଷା ଜୁଲାଇ18-23 ମଧ୍ୟରେ ହେବାକୁ ଥିବା ବେଳେ ଜେଇଇର ଆଡଭାନ୍ସଡ୍ ପ୍ରବେଶିକା ପରୀକ୍ଷା ଅଗଷ୍ଟ ମାସରେ ଅନୁଷ୍ଠିତ ହେବ । ସେହିପରି ମେଡିକାଲ୍ ପ୍ରବେଶିକା ପରୀକ୍ଷା ନିଟ୍କୁ ଜୁଲାଇ 26କୁ ଘୁଞ୍ଚାଇ ଦିଆଯାଇଛି । ବିଭାଗୀୟ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ମଙ୍ଗଳବାର ଏହି ସୂଚନା ପ୍ରଦାନ କରିଛନ୍ତି । ଉଲ୍ଳେଖଯୋଗ୍ୟ ଯେ, ଦେଶର ପ୍ରାୟ 15 ଲକ୍ଷ ଛାତ୍ରଛାତ୍ରୀ ନିଟ୍ ପ୍ରବେଶିକା ପରୀକ୍ଷା ଦେବେ ଏବଂ 9 ଲକ୍ଷ ଛାତ୍ରଛାତ୍ରୀ ଜେଇଇ ମେନ୍ସ ପରୀକ୍ଷାରେ ଅବତୀର୍ଣ୍ଣ ହେବେ । (ଏଜେନ୍ସି)
ନୂଆଦିଲ୍ଲୀ : କରୋନା ଭାଇରସ୍ କାରଣରୁ ମେଡିକାଲ୍ ପ୍ରବେଶିକା ପରୀକ୍ଷା (ନିଟ୍) ସ୍ଥଗିତ ରଖିବାର ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର । ଦେଶବ୍ୟାପୀ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ପକ୍ଷରୁ ଘୋଷଣା କରାଯାଇଛି । ଆସନ୍ତା ମେ 3 ତାରିଖରେ ନିଟ୍ ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିଲା । ବର୍ତ୍ତମାନ ଦେଶରେ 21 ଦିନ ବ୍ୟାପୀ ଲକ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ ଶୁକ୍ରବାର ସରକାରଙ୍କ ପକ୍ଷରୁ ଏହି ଘୋଷଣା କରାଯାଇଛି । (ଏଜେନ୍ସି)