ଭୁବନେଶ୍ବର : ରାଜ୍ୟରେ ଆଉ 73 ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସକାଳୁ 96 ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ 73 ଜଣ ସୁସ୍ଥ ହୋଇଛନ୍ତି । 73 ଆକ୍ରାନ୍ତଙ୍କ ମଧ୍ୟରୁ 28 ଜଣ ବୌଦ୍ଧ ଜିଲ୍ଲାରୁ ରହିଛନ୍ତି । ପୁରୀରୁ 11, କେନ୍ଦ୍ରାପଡାରୁ 10, କଟକରୁ 9 ଜଣ, ଖୋର୍ଦ୍ଧାରୁ 7 ଜଣ, ମାଲକାନଗିରି ଏବଂ ଅନୁଗୁଳରୁ 2 ଜଣ ଲେଖାଏଁ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ 1050 ଜଣ ସୁସ୍ଥ ହୋଇଥିବା ବେଳେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା 760 ରହିଛି ।
Tag: negative
ଆନ୍ଧ୍ରପ୍ରଦେଶ : ଆନ୍ଧ୍ର ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିଛି । ଆନ୍ଧ୍ର ରାଜଭବନର ଚାରିଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ରାଜ୍ୟପାଳଙ୍କ ନମୁନା ନିଆଯାଇଥିଲା । ଚାରି ଆକ୍ରାନ୍ତଙ୍କ ମଧ୍ୟରେ ରାଜ୍ୟପାଳଙ୍କ ମୁଖ୍ୟ ସୁରକ୍ଷା ଅଧିକାରୀ, ରାଜଭବନ ମେଡିକାଲର ଜଣେ ଷ୍ଟାଫ ନର୍ସ, ଜଣେ ହାଉସ୍ କିପିଂ ଷ୍ଟାଫ ଓ ରୋଷେୟା ରହିଛନ୍ତି । ତେବେ ଏହି ଆକ୍ରାନ୍ତମାନଙ୍କର କୌଣସି ଟ୍ରାଭେଲ ହିଷ୍ଟ୍ରି ନଥିବାରୁ ଓ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ସିଧାସଳଖ ଆସିଥିବାର ସୂଚନା ରହିଥିଲା । ସମସ୍ତ କରୋନା ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
ପଜିଟିଭ୍ ଆସିବାପରେ ରାଜଭବନକୁ ବିଶୋଧନ କରାଯାଇଥିଲା । ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନଙ୍କ ସରକାରୀ ବାସଭବନ ବିଜୟଓ୍ବାଡାରେ ରହିଥିବାବେଳେ ଏହି ଅଞ୍ଚଳଟି ଏବେ କରୋନା ହଟସ୍ପଟ୍ ରହିଛି। ଏଠାରେ 100ରୁ ଅଧିକ କରୋନା ସଂକ୍ରମିତ ରହିଛନ୍ତି। ସୂଚନାଯୋଗ୍ୟ ରାଜ୍ୟରେ 1000ରୁ ଉର୍ଦ୍ଧ୍ବ କରୋନା ସଂକ୍ରମିତ ରହିଥିବାବେଳେ ମୃତ୍ୟୁ ସଂଖ୍ୟା 31ରେ ପହଞ୍ଚିଛି।