ବୁଧବାର ଦିନ ରୁଷୀୟ ପାର୍ଲାମେଣ୍ଟ୍ ଗୋଟାଏ ବିବାଦୀୟ ଆଇନ୍ ପାସ୍ କରିଛି। ଦେଶ, ସମାଜ, ସରକାର ବା ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ଙ୍କ ସମେତ କୌଣସି ସରକାରୀ କର୍ମଚାରୀଙ୍କୁ ଅସମ୍ମାନ ହେବା ପରି ଅନ୍ଲାଇନ୍ ପୋଷ୍ଟ୍ କରୁଥିବା ଲୋକଙ୍କୁ ଏହି ଆଇନ୍ ବଳରେ ଜରିମାନା ଓ ଜେଲ୍ ଦଣ୍ଡ ଦିଆଯାଇ ପାରିବ। ଅନ୍ଲାଇନ୍ ବ୍ୟବହାରକାରୀମାନଙ୍କ ପାଇଁ ଭାରତୀୟ ମୁଦ୍ରାରେ ପ୍ରାୟ ୧, ୦୬ଲକ୍ଷ ଟଙ୍କା ଜରିମାନା ରଖାଯାଇଥିବା ବେଳେ ଥରକୁ ଥର ଏ ଭଳି ପୋଷ୍ଟ୍ କରୁଥିବା ବ୍ୟକ୍ତିବିଶେଷଙ୍କ ଲାଗି ଏହାର ଦୁଇଗୁଣା ଜରିମାନା ପଡ଼ିବ। ଏବଂ ୧୫ ଦିନ ପାଇଁ ଜେଲ୍ ଦଣ୍ଡର ମଧ୍ୟ ବ୍ୟବସ୍ଥା କରାଯାଇଛି । ସେହିପରି କୌଣସି ମିଥ୍ୟା ଖବର ପ୍ରସାରଣ କରୁଥିବା ଗଣମାଧ୍ୟମ ଓ୍ବେବସାଇଟ୍କୁ ମଧ୍ୟ ଏହି ଆଇନ୍ ବଳରେ ଋଷୀୟ ସରକାରୀ ଅଧିକାରୀମାନେ ବ୍ଲକ୍ କରିବାର ବ୍ୟବସ୍ଥା ରହିଛି ।
