Categories
ଆଜିର ଖବର ଜାତୀୟ ଖବର

ଆଜି ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିବେ ନିର୍ବାଚନ ଆୟୋଗ

ନୂଆଦିଲ୍ଲୀ: ସାଧାରଣ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ପାଇଁ ଆସନ୍ତାକାଲି ଠାରୁ ପ୍ରାର୍ଥିପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଲୋକସଭା ସାଧାରଣ ନିର୍ବାଚନ ୨୦୨୪ରେ ମତଦାନ ହେବାକୁ ଥିବା ୧୨ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶର ୮୮ଟି ସଂସଦୀୟ କ୍ଷେତ୍ର ପାଇଁ ଆସନ୍ତାକାଲି ଅର୍ଥାତ ୨୮ ମାର୍ଚ୍ଚ ୨୦୨୪ରେ ବିଜ୍ଞପ୍ତି ପ୍ରକାଶ ପାଇବ । ଦ୍ୱିତୀୟ ପର୍ଯ୍ୟାୟରେ ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ ମଣ୍ଡଳୀରେ ଆଂଶିକ ମତଦାନ ସହିତ ଉପରୋକ୍ତ ୮୮ଟି ସଂସଦୀୟ କ୍ଷେତ୍ରରେ ନିର୍ବାଚନ ଆୟୋଜନ କରାଯିବ। ବାହ୍ୟ ମଣିପୁର ସଂସଦୀୟ କ୍ଷେତ୍ରର ବିଜ୍ଞପ୍ତିକୁ ପ୍ରଥମ ପର୍ଯ୍ୟାୟ ପାଇଁ ଜାରି ଗେଜେଟ୍‌ ବିଜ୍ଞପ୍ତିରେ ସାମିଲ କରାଯାଇଥିଲା। ବାହ୍ୟ ମଣିପୁର ସଂସଦୀୟ ନିର୍ବାଚନ କ୍ଷେତ୍ରର ୧୫ଟି ବିଧାନସଭା କ୍ଷେତ୍ରରେ ୧୯ ଏପ୍ରିଲ ୨୦୨୪ (ପର୍ଯ୍ୟାୟ ୧)ରେ ମତଦାନ ହେବ ଏବଂ ଏହି ସଂସଦୀୟ ନିର୍ବାଚନ ମଣ୍ଡଳୀର ୧୩ଟି ବିଧାନସଭା କ୍ଷେତ୍ରରେ ୨୬ ଏପ୍ରିଲ୍‌ ୨୦୨୪ (ଦ୍ୱିତୀୟ ପର୍ଯ୍ୟାୟ)ରେ ମତଦାନ ହେବ।

ଦ୍ୱିତୀୟ ପର୍ଯ୍ୟାୟରେ ସାମିଲ ରାଜ୍ୟ/କେନ୍ଦ୍ର ଶାସିତ ପ୍ରଦେଶ ହେଉଛି – ଆସାମ, ବିହାର, ଛତିଶଗଡ଼, ଜାମ୍ମୁ ଓ କାଶ୍ମୀର, କର୍ଣ୍ଣାଟକ, କେରଳ, ମହାରାଷ୍ଟ୍ର, ମଧ୍ୟପ୍ରଦେଶ, ତ୍ରିପୁରା, ଉତ୍ତର ପ୍ରଦେଶ ଓ ପଶ୍ଚିମବଙ୍ଗ। ଏହାବ୍ୟତୀତ ମଣିପୁରର ଗୋଟିଏ ସଂସଦୀୟ କ୍ଷେତ୍ର (ବାହ୍ୟ ମଣିପୁର)ର ଗୋଟିଏ ଭାଗ।

ପର୍ଯ୍ୟାୟ ୨ ପାଇଁ କାର୍ଯ୍ୟସୂଚୀ ନିମ୍ନରେ ଦିଆଯାଇଛି –

Categories
ଆଜିର ଖବର ଜାତୀୟ ଖବର ନିର୍ବାଚନ ଖବର

ଲୋକସଭା ନିର୍ବାଚନ-୨୦୨୪: ପ୍ରଥମ ପର୍ଯ୍ୟାୟରେ ୧୦୨ ଟି ଆସନ ପାଇଁ ବିଜ୍ଞପ୍ତି ଜାରି

ନୂଆଦିଲ୍ଲୀ: ଗତ ୧୬ ତାରିଖରେ ୨୦୨୪ ଲୋକସଭା ନିର୍ବାଚନ ପାଇଁ ନିର୍ବାଚନ ଆୟୋଗ ଘୋଷଣା କରିଥିଲେ। ୨୦୨୪ ସାଧାରଣ ନିର୍ବାଚନ ସାତୋଟି ପର୍ଯ୍ୟାୟରେ ଅନୁଷ୍ଠିତ ହେବ ବୋଲି ନିର୍ବାଚନ ଆୟୋଗ ଘୋଷଣା କରିଥିଲେ। ତେବେ ଆଜି ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ବିଜ୍ଞପ୍ତି ଜାରି କରାଯାଇଛି

ଏହି ପ୍ରରିପ୍ରେକ୍ଷୀରେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜିଠାରୁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ପ୍ରଥମ ପର୍ଯ୍ୟାୟରେ ୨୧ଟି ରାଜ୍ୟରେ ୧୦୨ଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ଆସନ୍ତୁ ଜାଣିବା ପ୍ରଥମ ପର୍ଯ୍ୟାୟରେ କେଉଁ ରାଜ୍ୟରେ କେତୋଟି ଆସନରେ ନିର୍ବାଚନ ଅନୁଷ୍ଠିତ ହେବ…..

ଉତ୍ତରପ୍ରଦେଶ- ୮ଟି ଆସନ

ବିହାର- ୫ ଟି ଆସନ

ପଶ୍ଚିମବଙ୍ଗ- ୫ ଟି ଆସନ

ଉତ୍ତରାଖଣ୍ଡ- ୫ ଟି ଆସନ

ଅରୁଣାଚଳ ପ୍ରଦେଶ- ୨ ଟି ଆସନ

ଆସାମ- ୪ ଟି ଆସନ

ମଣିପୁର- ୪ ଆସନ

ମେଘାଳୟ- ୨ ଆସନ

ମିଜୋରାମ- ୨ ଆସନ

ନାଗାଲାଣ୍ଡ- ୨ ଆସନ

ସିକ୍କିମ- ୨ ଆସନ

ତ୍ରିପୁରା- ୨ ଆସନ

ଆଣ୍ଡାମାନରେ ନିକୋବର- ୧ ଆସନ

ଲକ୍ଷ୍ମୀଦୀପ- ୧ ଆସନ

ପୁଡୁଚେରୀ- ୧ ଆସନ

ତାମିଲନାଡୁ-  ୩୯ଟି ଆସନ

ରାଜସ୍ଥାନ- ୧୨ଟି ଆସନ

ମଧ୍ୟପ୍ରଦେଶ- ୬ ଟି ଆସନ

ମହାରାଷ୍ଟ୍ର- ୫ଟି ଆସନ ପାଇଁ ଭୋଟ ଗ୍ରହଣ ହେବ।

ଉଲ୍ଲେଖ ଯୋଗ୍ୟ ଯେ, ଏହି ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ ଏପ୍ରିଲ ୧୯ରେ ଭୋଟ ଗ୍ରହଣ କରାଯିବାକୁ ଥିବାବେଳେ ଫଳାଫଳ ଜୁନ ୪ରେ ଘୋଷଣା କରାଯିବ।

Categories
ଆଜିର ଖବର ରାଜ୍ୟ ଖବର

ଆସନ୍ତା ଦିନେ ଦୁଇ ଦିନ ଭିତରେ ଯୁକ୍ତ ଦୁଇ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ

ଭୁବନେଶ୍ବର : ଆସନ୍ତା ଦିନେ ଦୁଇଦିନ ଭିତରେ ଯୁକ୍ତ ଦୁଇ ନାମ ଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି । ଯୁକ୍ତ ଦୁଇ ନାମଲେଖା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ଦିନେ, ଦୁଇଦିନ ଭିତରେ ଏନେଇ ବିଜ୍ଞପ୍ତି ପ୍ରକାଶ ପାଇବ।

ଜୁଲାଇ 29 ତାରିଖରେ ମାଟ୍ରିକ୍‌ ରେଜଲ୍ଟ ପ୍ରକାଶ ପାଇଥିବାବେଳେ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିବାବେଳେ କରୋନା ଓ ଲକ୍‌ଡାଉନ୍‌ ଯୋଗୁଁ ମାଟ୍ରିକ୍‌ ଖାତା ଦେଖାରେ ବାଧକ ସୃଷ୍ଟି ହୋଇଥିଲା  । ଅପରପକ୍ଷରେ ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ଦୁଇ ରେଜଲ୍ଟ ବାହାରିବ ବୋଲି ସୂଚନା ରହିଛି । ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ରେଜଲ୍ଟ ଅଗଷ୍ଟ ତୃତୀୟ ସପ୍ତାହରେ ପ୍ରକାଶ ପାଇବାର ସୂଚନା ଦେଇଛନ୍ତି ମନ୍ତ୍ରୀ । ସେହିପରି ଅଗଷ୍ଟ ମାସ ଶେଷ ସୁଦ୍ଧା କଳା ବିଭାଗର ରେଜଲ୍ଟ ପ୍ରକାଶ ପାଇବ ବୋଲି ସୂଚନା ରହିଛି ।

ସୂଚନାଯୋଗ୍ୟ, କରୋନା ଯୋଗୁଁ ଲକ୍‌ଡାଉନ୍‌ ହେବା ଫଳରେ ଯୁକ୍ତ ଦୁଇ ପରୀକ୍ଷାରେ ବାଧକ ସୃଷ୍ଟି ହୋଇଥିଲା । ଚଳିତ ଥର ଯୁକ୍ତ ଦୁଇରେ କିଛି ପରୀକ୍ଷା ବାକି ରହିଯାଇଛି ।

Categories
ଆଜିର ଖବର

ରାଜ୍ୟସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶିତ

ଓଡ଼ିଶାର ୩ଟି ରାଜ୍ୟସଭା ଆସନର ଉପ ନିର୍ବାଚନ ପାଇଁ ଆଜି ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ତିନୋଟି ପଦ ପାଇଁ ପୃଥକ ପୃଥକଭାବେ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ଆଶାୟୀ ପ୍ରାର୍ଥୀମାନେ ଆଜିଠାରୁ ନାମାଙ୍କନ ଦାଖଲ କରିପାରିବେ। ଜୁନ୍ ୨୫ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରିହେବ। ଜୁଲାଇ ୫ ତାରିଖରେ ଉପ ନିର୍ବାଚନ ହେବ। ନିର୍ବାଚନ କମିଶନ ୩ଟି ଆସନ ପାଇଁ ଏକକ ବାଲାଟ୍ ପେପରରେ ଭୋଟ୍ ପରିବର୍ତ୍ତେ ପ୍ରତ୍ୟେକ ପ୍ରାର୍ଥୀଙ୍କ ନିମନ୍ତେ ଭିନ୍ନ ଭିନ୍ନ ବାଲାଟ୍‌ ପେପରରେ ଭୋଟ୍ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଚଳିତ ଲୋକସଭା ନିର୍ବାଚନରେ ବିଜୟୀ ହେବା ପରେ ତିନି ସାଂସଦ ସୌମ୍ୟରଞ୍ଜନ ପଟ୍ଟନାୟକ, ଅଚ୍ୟୁତ ସାମନ୍ତ ଓ ପ୍ରତାପ ଦେବ ଇସ୍ତଫା ଦେଇଛନ୍ତି। ଖାଲିପଡ଼ିଥିବା ଏହି ତିନି ସାଂସଦ ସ୍ଥାନରେ ଉପ ନିର୍ବାଚନ ହେବ।

Categories
ଆଜିର ଖବର

ପାଟକୁରା ପାଇଁ ବିଜ୍ଞପ୍ତି ପ୍ରକାଶ,ମେ ୧୯ରେ ନିର୍ବାଚନ

ପାଟକୁରାରେ ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛନ୍ତି ନିର୍ବାଚନ କମିଶନ। ଆସନ୍ତା ମେ ୧୯ ତାରିଖରେ ପାଟକୁରାରେ ନିର୍ବାଚନ ଅନୁଷ୍ଠିତ ହେବ। ସୂଚନାଯୋଗ୍ୟ ଯେ, ବରିଷ୍ଠ ବିଜେଡି ନେତା ତଥା ପାଟକୁରାରୁ ଦୁଇ ଥର ବିଧାୟକ ରହିଥିବା ବେଦ ପ୍ରକାଶ ଅଗ୍ରଓ୍ବାଲଙ୍କ ଅକାଳ ବିୟୋଗ ପରେ ନିର୍ବାଚନ ଆୟୋଗ ନିର୍ବାଚନ ସ୍ଥଗିତ ରଖିଥିଲେ। ଆଜି ପ୍ରକାଶିତ ବିଜ୍ଞପ୍ତି ଅନୁଯାୟୀ ମେ ୧ ତାରିଖରେ ପ୍ରାର୍ଥୀପତ୍ର ଦାଖଲର ଶେଷ ଦିନ ରହିଥିବା ବେଳେ ୨ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ କରାଯିବ ଏବଂ ୪ ତାରିଖ ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନ ରହିଛି। ମେ ୧୯ ରବିବାର ଦିନ ପାଟକୁରାରେ ଭୋଟ ଗ୍ରହଣ ହେବ।

Categories
ଆଜିର ଖବର

ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ବିଜ୍ଞପ୍ତି ପ୍ରକାଶ

ଚଳିତ ସାଧାରଣ ନିର୍ବାଚନର ଚତୁର୍ଥ ପର୍ଯ୍ୟାୟ ବିଜ୍ଞପ୍ତି ପ୍ରକାଶ ପାଇଛି। ମୁଖ୍ୟ ନିର୍ବାଚନ କମିଶନଙ୍କ ପକ୍ଷରୁ ଏହି ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜି ପ୍ରକାଶ ପାଇଥିବା ବିଜ୍ଞପ୍ତି ଅନୁଯାୟୀ ଏହି ସମୟରେ ୬ଟି ସଂସଦୀୟ କ୍ଷେତ୍ର ଏବଂ ୪୨ଟି ବିଧାନସଭା କ୍ଷେତ୍ରରେ ନିର୍ବାଚନ ଅନୁଷ୍ଠିତ ହେବ। ନାମାଙ୍କନ ଦାଖଲ ନିମନ୍ତେ ଏପ୍ରିଲ୍‌ ୯ ପର୍ଯ୍ୟନ୍ତ ଶେଷ ତାରିଖ ରହିଥିବା ବେଳେ ୧୦ ତାରିଖରେ ପ୍ରାର୍ଥୀପତ୍ର ପରୀକ୍ଷା କରାଯିବ। ଏପ୍ରିଲ୍‌ ୧୨ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଏପ୍ରିଲ୍‌ ୨୯ ତାରିଖରେ ଭୋଟ ଗ୍ରହଣ ହେବାର ଥିବା ବେଳେ ମେ ୨୩ ତାରିଖରେ ଭୋଟ ଗଣତି ହେବାର କାର୍ଯ୍ୟକ୍ରମ ରହିଛି। ୬ଟି ଲୋକସଭା କେନ୍ଦ୍ର ମଧ୍ୟରେ ରହିଛି ମୟୁରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା ଏବଂ ଜଗତସିଂହପୁର।