Categories
ଆଜିର ଖବର ଖେଳ

ନ୍ୟୁଜିଲ୍ୟାଣ୍ଡ ଟି20 ଏବଂ ଦିନିକିଆ ସିରିଜ୍‌ରୁ ବାଦ ପଡିଲେ ଧଓ୍ବନ୍‌

ମୁମ୍ବାଇ : ଆହତ କାରଣରୁ ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଶୃଙ୍ଖଳାରୁ ବାଦ ପଡିଛନ୍ତି ଶିଖର ଧଓ୍ବନ୍‌ । ସଦ୍ୟ ସମାପ୍ତ ଅଷ୍ଟ୍ରେଲିଆ ସିରିଜ୍‌ରେ ଆହତ ହେବା କାରଣରୁ ଧଓ୍ବନ୍‌ଙ୍କୁ ଟି20 ଏବଂ ଦିନିକିଆ ସିରିଜ୍‌ରୁ ବାଦ ପଡିଛନ୍ତି । ରାଜକୋଟ ଦିନିକିଆରେ ଧଓ୍ବନ୍‌ଙ୍କ ପଞ୍ଜରାରେ ବଲ୍‌ ବାଜିଥିବା ବେଳେ ସେ ଆହତ ହୋଇଥିଲେ ଏବଂ ପରବର୍ତ୍ତୀ ସମୟରେ ଫିଲ୍‌ଡିଂ କରିନଥିଲେ । ଫିଜିଓ ତୃତୀୟ ଦିନିକିଆ ପାଇଁ ଫିଟ୍‌ ଘୋଷଣା କରିବା ପରେ ଧଓ୍ବନ୍‌ ଖେଳିଥିବା ବେଳେ ଫିଲ୍‌ଡିଂ କରି ଆହତ ହୋଇଥିଲେ । ଆହତ ହେବା ପରେ ଧଓ୍ବନ୍‌ ବ୍ୟାଟିଂ କରିନଥିଲେ । ଜାନୁୟାରୀ 24ରୁ 5 ମ୍ୟାଚ୍‌ ବିଶିଷ୍ଟ ଟି20 ମ୍ୟାଚ୍‌ ଆରମ୍ଭ ହେବାକୁ ଯାଉଥିବା ବେଳେ ଧଓ୍ବନ୍‌ଙ୍କ ବଦଳ ଖେଳାଳି ଭାବରେ ସଞ୍ଜୁ ସାମ୍‌ସନ୍‌, ମୟଙ୍କ ଅଗ୍ରଓ୍ବାଲ କିମ୍ବା ପୃଥ୍ବୀ ଶଙ୍କୁ ଦଳରେ ସାମିଲ କରାଯାଇପାରେ । (ଏଜେନ୍ସୀ)