Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଭିଜିଲାନସ ଜାଲରେ ପଡିଲେ ହାଇସ୍କୁଲ ପ୍ରଧାନ ଶିକ୍ଷକ, ବିଭିନ୍ନ ସ୍ଥାନରେ ଚଢାଉ

କଟକ: ଆଜି ଭିଜିଲାନସ ଜାଲରେ ଫସିଛନ୍ତି ଜଣେ ହାଇସ୍କୁଲ ପ୍ରଧାନ ଶିକ୍ଷକ। ସେ ଲାଞ୍ଚ ନେଉଥିବା ବେଳେ ଭିଜିଲାନସ ଅଫିସର ତାଙ୍କୁ ଧରିଛନ୍ତି। ତାଙ୍କ ପାଖରୁ ଲାଞ୍ଚ ଟଙ୍କା ଜବତ କରାଯିବା ସହିତ ପାଞ୍ଚୋଟି ସ୍ଥାନରେ ଚଢାଉ ଚାଲିଛି। ତେବେ ଚଢାଉ ଜାରୀ ରହିଥିବାରୁ ସବିଶେଷ ତଥ୍ୟ ମିଳିପାରି ନାହିଁ।

ଘଟଣାରୁ ଜଣାପଡିଛି ଯେ, କେନ୍ଦ୍ରାପଡା ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଜଣେ ଶିକ୍ଷକଙ୍କର ଗୃହ ଋଣର ଦ୍ବୀତିୟ କିସ୍ତି କରାଇ ଦେବା ପାଇଁ ଲାଞ୍ଚ ମାଗିଥିଲେ। ପାଞ୍ଚ ହଜାର ଟଙ୍କା ଦେଲେ ଦ୍ବୀତିୟ କିସ୍ତି କରାଇଦେବି ବୋଲି କହିଥିଲେ। ସଂପୃକ୍ତ ଶିକ୍ଷକ ଭିଜିଲାନସ ସହିତ ଯୋଗାଯୋଗ କରିବା ପରେ ସମସ୍ତ ପ୍ରସ୍ତୁତି କରାଗଲା। ତାଙ୍କୁ ପାଞ୍ଚ ହଜାର ଟଙ୍କା ଦେବା ବେଳେ ଭିଜିଲାନସ ମାଡି ବସିଲା।

ସେହି ପ୍ରଧାନ ଶିକ୍ଷକଙ୍କ ନାମ ହେଉଛି  ନିରଂଜନ ଅତି। ତାଙ୍କ ନିକଟରୁ ରଂଗବୋଲି ଟଙ୍କା ଜବତ ସହିତ ତାଙ୍କର ଘର ଅଫିସରେ ଚଢାଉ ଚାଲିଛି।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ମାଣବସାରେ ମା ଲକ୍ଷ୍ମୀ କଲେ କୋପ, ଭୁବନେଶ୍ବର ମୁଖ୍ୟ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନସ

ଭୁବନେଶ୍ବର: ଆଜି ମାଣବସା ଗୁରୁବାରରେ ମା ଲକ୍ଷ୍ମୀ ଆସିବା ପାଇଁ ସମସ୍ତେ ପୂଜାପାଠ
କରନ୍ତି। ହେଲେ ଯାହା ଉପରେ ମା କୋପ କରନ୍ତି ତାଙ୍କର ସର୍ବସ୍ବ ନେଇଯାଆନ୍ତି। ଆଜି ସେହିପରି ଘଟଣା ଭୁବନେଶ୍ବରର ମୁଖ୍ୟ ଯୋଗାଣ ଅଧିକାରୀଙ୍କ କ୍ଷେତ୍ରରେ ତାହା ହିଁ ଘଟିଛି। ସେ ହେଉଛନ୍ତି ପ୍ରଶାନ୍ତ କୁମାର ଗନ୍ତାୟତ। ଆଜି ସକାଳୁ ଭିଜିଲାନସ ଆଠଟି ସ୍ଥାନରେ ଚଢାଉ କରିଛି।

ତାଙ୍କ ପାଖରେ ଆୟ ବର୍ହିଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଏହି ଚଢାଉ କରିଛି। ତାଙ୍କର ଭୁବନେଶ୍ବରର ଚନ୍ଦ୍ରଶେଖରପୁର, ପାଣ୍ଡରା, ଲକ୍ଷ୍ମୀସାଗର ଏବଂ ତିନିନମ୍ବର ରେ ଥିବା ଘରେ ଚଢାଉ ଜାର ରହିଛି। ସେହିପରି ତାଙ୍କର ଭୁବନେଶ୍ବର ଅଫିସ ଚ୍ୟାମ୍ବର, ବ୍ରହ୍ମପୁର ଏବଂ ଗଂଜାମର କେତେକ ସ୍ଥାନରେ ଚଢାଉ ଜାରୀ ରହିଛି।

ବର୍ତ୍ତମାନ ସୁଦ୍ଧା ତାଙ୍କ ଘରୁ ବହୁ ସୁନା ଅଳଙ୍କାର ବାହାରିବା ସହିତ କୋଟି କୋଟି ଟଙ୍କାର ବିଲିଡିଂ ଭିଜିଲାନସ ଜବତ କରିଛି। ବର୍ତ୍ତମାନ ସୁଦ୍ଧା ଚଢାଉ ଜାରୀ ରହିଥିବାରୁ ଏ ନେଇ ସବିଶେଷ ତଥ୍ୟ ଜଣାପଡି ନାହିଁ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଆଠ ବର୍ଷ ଧରି ଫେରାର ଥିଲେ ପୂର୍ବତନ ବିଡିଓ, ଆଜି ଦିଲ୍ଲୀରେ ଧରିଲା ଭିଜିଲାନସ

ଭୁବନେଶ୍ବର: ସେ ବିଡିଓ ଥିଲେ। କାମ ନ ହୋଇ ପ୍ରାୟ 25 ଲକ୍ଷ ଟଙ୍କା ବିଲ କରିଦେଇଥିଲେ। ଏ କଥା ଜଣାପଡିବା ପରେ ସେ ହୋଇଗଲେ ଫେରାର। ଆଠ ବର୍ଷ ଧରି ଫେରାର ହେବା ପରେ ଆଜି ନୂଆ ଦିଲ୍ଲୀରେ ମାଡିବସିଛି ଭିଜିଲାନସ। ସେ ହେଉଛନ୍ତି କୋରାପୁଟ ନାରାୟଣପାଟଣା ର ପୂର୍ବତନ ବିଡିଓ ରମେଶ ଚନ୍ଦ୍ର ସାହୁ।

ରମେଶଙ୍କୁ ଧରିବା ପରେ ଭିଜିଲାନସ ସ୍ଥାନୀୟ ପଟିୟାଲା କୋର୍ଟରେ ହାଜର କରାଇ ରିମାଣ୍ଡରେ ଭୁବନେଶ୍ବରକୁ ଆଣୁଛନ୍ତି। ସେ ଏହି ଆଠ ବର୍ଷ ଭିତରେ ବହୁ ସ୍ଥାନ ପରିବର୍ତ୍ତନ କରି ଲୁଚି ରହିଥିଲେ। ସେ ଆସାମର ଥିବା ଖବର ପାଇଁ ଭିଜିଲାନସ ଧରିବା ପାଇଁ ସେଠାକୁ ଯାଇଥିଲେ। ହେଲେ ସେ ଜାଣିପାରି ସେଠାରୁ ଖସି ପଲେଇଗଲେ। ସେଠାରୁ ସେ ଦିଲ୍ଲୀ ଆସୁଥିବାର ଜାଣି ଭିଜିଲାନସ ସେଠାରେ ଛକି ରହି ଧରିଥିଲା।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ଭିଜିଲାନ୍ସ ଜାଲରେ ଫଶିଲେ ଆରଡବ୍ଲୁ ଡିଭିଜନର କିରାଣୀ

କଟକ : ଭିଜିଲାନ୍ସ ଜାଲରେ ଫଶିଲେ ସୁନ୍ଦରଗଡ଼ ଆରଡବ୍ଲୁ ଡିଭିଜନର କନିଷ୍ଠ କିରାଣୀ। ତାଙ୍କ ନାମ ହେଲା ନନ୍ଦିକିଶୋର ନାଥ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କର ଏକକାଳୀନ ୬ଟି ସ୍ଥାନରେ ଚଢାଉ ଚାଲିଛି। ଏହି ଚଢାଉରେ ୩ ଜଣ ଡିଏସପି , ୯ ଇନସ୍ପେକ୍ଟର, ଜଣେ ଏସଆଇ, ୨ଜଣ ଏଏସଆଇ ସାମିଲ ଅଛନ୍ତି ।

ଯେଉଁ ସ୍ଥାନରେ ଚାଢାଉ ଚାଲିଛି ସେଗୁଡିକ ହେଲା ଭୁବନେଶ୍ୱର, ବରଗଡ଼, ରାଉରକେଲା ଓ ସମ୍ବଲପୁରର। ଭୁବନେଶ୍ୱର ଲକ୍ଷ୍ମୀସାଗର ସାଇକୃପା ଏନକ୍ଲେଭରେ ଥିବା ୧୦୫ ନମ୍ବର ପ୍ଲଟ୍‌ରେ ଚାଲିଛି ଚଢାଉ। ସେହିପରି ବରଗଡ଼ ଭିଏସଏସ ନଗରରେ ଥିବା ପୈତୃକ ଘର, ପାନପୋଷ ହକି ଛକରେ ଥିବା ସରକାରୀ କ୍ବାର୍ଟର୍ସ, ସୁ୍ନଦରଗଡ଼ରେ ଥିବା ଅଫିସ ଚାମ୍ବର, ସମ୍ବଲପୁର ଅଁଇଠାପାଲୀସ୍ଥିତ ଘର, ଏବଂ ସମ୍ପର୍କୀୟଙ୍କ ଘରେ ଚାଲିଛି ଭିଜିଲାନ୍ସ ରେଡ୍ ।

Categories
ଅପରାଧ ଆଜିର ଖବର ରାଜ୍ୟ ଖବର

ତହସିଲ ସେକ୍ସନ ଅଫିସର ୧୫,୦୦୦ ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ

ଭୁବନେଶ୍ବର: ଆଜି ତହସିଲର ସେକ୍ସନ ଅଫିସରଙ୍କୁ ଧରିଛି ଭିଜିଲାନ୍ସ। ସେ ଲାଞ୍ଚ ନେଉଥିବା ବେଳେ ଛକି ରହିଥିବା ଭିଜିଲାନସ ତାଙ୍କୁ ମାଡି ବସିଥିଲେ। ସେ ହେଉଛନ୍ତି ବଲାଙ୍ଗିର ଜିଲ୍ଲା ବେଲପଡା ତହସିଲର ସେକ୍ସନ ଅଫିସର ଶ୍ରୀଯୁକ୍ତ ଯୁଗୋଳ କିଶୋର ରାଉତ।

ସୂଚନା ଅନୁସାରେ ଶ୍ରୀଯୁକ୍ତ ରାଉତ ଜଣେ ବ୍ୟକ୍ତିଙ୍କଠାରୁ ଜମିଜମା କାଗଜ ଠିକ କରିଦେବା ପାଇଁ ୧୫,୦୦୦ ଟଙ୍କା ଲାଞ୍ଚ ମାଗିଥିଲେ। ପୂର୍ବ ପ୍ରସ୍ତୁତି ଅନୁସାରେ ଅଭିଯୋଗକାରୀଙ୍କ ରଂଗବୋଳା ଟଙ୍କା ପ୍ରଦାନ କରାଯାଇଥିଲା। ସେ ଅଧିକାରୀଙ୍କୁ ଟଙ୍କା ଦେବା ପରେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରି ଲାଞ୍ଚ ଟଙ୍କା ଜବତ କରିଛନ୍ତି। ଭିଜିଲାନ୍ସ ତାଙ୍କୁ ଗିରଫ କରିବା ସହିତ ଅଧିକ ତଦନ୍ତ ଚାଲିଥିବାର ଜଣାପଡିଛି।