Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ରେଡ୍‌ ଜୋନ୍‌ରେ ଓଡ଼ିଶାର ତିନୋଟି ଜିଲ୍ଲା, ଅରେଞ୍ଜ ଜୋନ୍‌ରେ ଖୋର୍ଦ୍ଧା ଜିଲ୍ଲା

ନୂଆଦିଲ୍ଲୀ : କରୋନା ମୁକାବିଲା ଲାଗି ଦେଶରେ 40 ଦିନିଆ ଲକ୍‌ଡାଉନ ଜାରି କରାଯାଇଛି। ମେ ତିନି ତାରିଖରେ ଦ୍ବିତୀୟ ପର୍ଯ୍ୟାୟ ଲକ୍‌ ଡାଉନ୍‌ ସମାପ୍ତ ହେବ । ଏହି ଲକ୍‌ ଡାଉନ୍‌ ଯୋଗୁଁ  ଅନେକ ଜିଲ୍ଲାର ସ୍ଥିତିରେ ସୁଧାର ଆସିଛି । ଏହାକୁ ନଜରରେ ରଖି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସ୍ଥିତି ସମୀକ୍ଷା କରି ନୂତନ ତାଲିକା ଘୋଷଣା କରିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସମଗ୍ର ଦେଶକୁ  3ଟି ଜୋନରେ ବିଭକ୍ତ କରିଛନ୍ତି। ଏହି ଜୋନର ତାଲିକା ଆଜି ଜାରି କରାଯାଇଛି । ଏହି  ତାଲିକା ସମସ୍ତ ରାଜ୍ୟର ଶାସନ ସଚିବଙ୍କ ନିକଟକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ପଠାଇଛନ୍ତି।  ଏହି ତାଲିକାରେ  ଓଡ଼ିଶାର ତିନୋଟି  ଜିଲ୍ଲାକୁ ରେଡ୍‌ ଜୋନ ଘୋଷଣା କରାଯାଇଛି।

ଓଡ଼ିଶାର ରେଡ୍‌  ଜୋନରେ ରହିଛି  ଯାଜପୁର, ଭଦ୍ରକ ଓ ବାଲେଶ୍ୱର। ସେହିପରି ଅରେଞ୍ଜ ଜୋନରେ ଖୋର୍ଦ୍ଧା ସମେତ 6ଟି ଜିଲ୍ଲା ଅଛନ୍ତି। ସେଗୁଡିକ ହେଲା ଖୋର୍ଦ୍ଧା, ସୁନ୍ଦରଗଡ଼, କୋରାପୁଟ, ଢେଙ୍କାନାଳ, କଳାହାଣ୍ଡି ଓ କେନ୍ଦ୍ରାପଡ଼ା। ଗ୍ରୀନ୍‌ ଜୋନରେ ରହିଛି 21ଟି ଜିଲ୍ଲା। ପୂର୍ବରୁ ଖୋର୍ଦ୍ଧା ଜିଲ୍ଲା ରେଡ୍ ଜୋନରେ ସାମିଲ କରାଯାଇଥିଲା । କିନ୍ତୁ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇବା ପରେ ଏହାକୁ ଅରେଞ୍ଜ ଜୋନ ତାଲିକାଭୁକ୍ତ କରାଯାଇଛି। ଦେଶରେ 130ଟି ଜିଲ୍ଲାକୁ ରେଡ ଜୋନ ଘୋଷଣା କରାଯାଇଥିବା ବେଳେ ଅରେଞ୍ଜ ଜୋନରେ ରହିଛନ୍ତି 284ଟି ଜିଲ୍ଲା । ସେହିପରି ଗ୍ରୀନ୍‌ ଜୋନ୍‌ରେ ରହିଛନ୍ତି 319ଟି ଜିଲ୍ଲା । (ଏଜେନ୍ସି)