Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

BREAKING NEWS: ପଦ୍ମପୁର ଉପନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ

ଭୁବନେଶ୍ୱର: ଆଜି ନିର୍ବାଚନ କମିଶନର ପଦ୍ମପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା କରିଛନ୍ତି।  ସେହି ଅନୁସାରେ ଆସନ୍ତା ଡିସେମ୍ବର ୫ ତାରିଖରେ ପଦ୍ମପୁର ଉପନିର୍ବାଚନ ହେବ ବୋଲି ଘୋଷଣା ହୋଇଛି। ଏହି ଉପନିର୍ବାଚନ ପାଇଁ ନଭେମ୍ବର ୧୦ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ।

ଘୋଷଣା ଅନୁସାରେ ନଭେମ୍ବର ୧୭ ତାରିଖରେ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ୧୮ ତାରିଖରେ ପ୍ରାର୍ଥିପତ୍ର ଯାଞ୍ଚ ଓ ୨୧ ତାରିଖରେ ନାମାଙ୍କନ ପ୍ରତ୍ୟାହରର ଶେଷ ତାରିଖ ରହିଛି। ଡିସେମ୍ବର ୫ରେ ଭୋଟିଂ ହେବାକୁ ଥିବାବେଳେ ୮ ତାରିଖରେ ଭୋଟ ଗଣତି ହେବ। ବିଜେଡି ବିଧାୟକ ବିଜୟ ରଞ୍ଜନ ସିଂଂ ବରିହାଙ୍କ ଦେହାନ୍ତ ପରେ ଏହି ଆସନ ଖାଲିପଡ଼ିଛି।