Categories
ଆଜିର ଖବର ରାଜ୍ୟ ଖବର

ରାଜ୍ୟରେ ସଫଳ ହେଲା ପ୍ଲାଜ୍‌ମା ଥେରାପୀ

ଭୁବନେଶ୍ବର : ରାଜ୍ୟରେ ସଫଳ ହେଲା ପ୍ଲାଜମା ଥେରାପୀ । 6 ଗୁରୁତର କରୋନା ଆକ୍ରାନ୍ତଙ୍କ ମଧ୍ୟରୁ 4ଜଣଙ୍କ ସ୍ବାସ୍ଥ୍ୟାବସ୍ଥାରେ ଉନ୍ନତି ଘଟିଛି । ଏହି ଚାରି ଗୁରୁତର ଆକ୍ରାନ୍ତ ଖୁବଶୀଘ୍ର ହସ୍ପିଟାଲରୁ ଡିସ୍‌ଚାର୍ଜ ହେବେ ବୋଲି ସୂଚନା ରହିଛି । ସୁସ୍ଥ ହେଉଥିବା ଏହି ଚାରି ଆକ୍ରାନ୍ତଙ୍କର ଆଉ ଅକ୍ସିଜେନ୍‌ ସପୋର୍ଟର ଆବଶ୍ୟକ ନାହିଁ ବୋଲି ସୂଚନା ରହିଛି । ଅନ୍ୟ 2ଜଣଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ରହିଛି । ତେବେ ଦୁହେଁ ଖୁବ ଶୀଘ୍ର ବିପଦମୁକ୍ତ ହେବେ ବୋଲି ସମ୍ଭାବନା ରହିଛି ।

ସୂଚନାଯୋଗ୍ୟ, ଗତ ଜୁଲାଇ 15 ତାରିଖରେ ରାଜ୍ୟରେ ପ୍ଲାଜମା ଥେରାପିକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସିଂ ଜରିଆରେ ଉଦ୍‌ଘାଟନ କରିଥିଲେ । ରାଜ୍ୟର 4ଟି ପ୍ରମୁଖ ଚିକିତ୍ସା ଅନୁଷ୍ଠାନ ଯଥା କଟକ ଏସ୍‌ସିବି ମେଡିକାଲ କଲେଜ, ଅଶ୍ବିନୀ ହସ୍ପିଟାଲ, ଆଇଏମ୍‌ଏସ୍ ସମ୍ ହସ୍ପିଟାଲ ଓ କିମ୍‌ସ ହସ୍ପିଟାଲରେ ପ୍ରାଥମିକ ପର୍ଯ୍ୟାୟରେ ଏହାକୁ ଆରମ୍ଭ କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

ଆଜିଠୁ ରାଜ୍ୟରେ ଆରମ୍ଭ ହେବ ପ୍ଳାଜମା ଥେରାପି

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ବଢ଼ି ଚାଲିଛି । ମୁକାବିଲା ପାଇଁ ଆଜି ଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି । ଭୁବନେଶ୍ୱରର ସମ୍, କିମସ୍ ଓ କଟକର ଅଶ୍ୱିନୀ ହସ୍ପିଟାଲରେ ଆଜିଠାରୁ ପ୍ଲାଜମା ଥେରାପି ଆରମ୍ଭ କରାଯିବ। କଟକ ଏସସିବି ମେଡିକାଲକୁ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ଭାବେ କାମ କରିବ ।

ରାଜ୍ୟରେ ଦୈନିକ ପରୀକ୍ଷଣ 9 ହଜାରକୁ ବୃଦ୍ଧି କରାଯିବା ନେଇ ନିଷ୍ପତ୍ତି ନିଆଟାଇଛି। କରୋନାରୁ ସୁସ୍ଥ ହେଉଥିବା ରୋଗୀଙ୍କ ରକ୍ତ ସଂଗ୍ରହ କରାଯାଇ ଗୁରୁତର କରୋନା ରୋଗୀଙ୍କୁ ଯୋଗାଇ ଦିଆଯିବ। ଫଳରେ ଅନେକ ଜୀବନ ବଞ୍ଚିପାରିବ।  ଲୋକମାନେ ଯେପରି ସୁବିଧାରେ ଟେଷ୍ଟ କରିପାରିବେ ସେଥିପାଇଁ ଅଧିକ ଘରୋଇ ଚିକିତ୍ସାଳୟକୁ ମଧ୍ୟ ଅନୁମତି ଦିଆଯିବ । କୋଭିଡ୍‌ ରୋଗୀଙ୍କ ସୁବିଧା, ନିରାପତ୍ତା ଉପରେ ବିଶେଷ ଗୁରୁତ୍ବ ଦିଆଯିବ। ସେହିପରି 5ଟି ଫୋକସ୍‌ ଜିଲ୍ଲାର ତଦାରଖ ବ୍ୟବସ୍ଥା ସୁଦୃଢ କରିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।

Categories
ଆଜିର ଖବର ରାଜ୍ୟ ଖବର

ଓଡ଼ିଶାରେ ଆରମ୍ଭ ହେବ ପ୍ଲାଜମା ଥେରାପି, ଏହିସବୁ ହସ୍ପିଟାଲରେ ମିଳିବ ଚିକିତ୍ସା

ଭୁବନେଶ୍ୱର: ଓଡ଼ିଶାରେ କରୋନା ସ୍ଥିତକୁ ଦେଖି ରାଜ୍ୟ ସରକାର ପ୍ଲାଜମା ଥେରାପିକୁ ଆପଣେଇବାକୁ ଯାଉଛନ୍ତି। ଆଜି ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ହୋଇଛି। ପ୍ଲାଜମା ଥେରାପିରେ ଚିକିତ୍ସା ପଦ୍ଧତି ନିରୂପଣ ପାଇଁ ଏକ ବୈଷୟିକ କମିଟି ଗଠନ କରାଯିବ। ଏହି କମିଟି ଚିକିତ୍ସା ପଦ୍ଧତି ନିରୂପଣ ଓ ସଫଳ ରୂପାୟନ ପାଇଁ ମାର୍ଗଦର୍ଶିକା ପ୍ରସ୍ତୁତ କରିବ। ରାଜ୍ୟର ଚାରୋଟି ପ୍ରମୁଖ ହସ୍ପିଟାଲରେ ଆରମ୍ଭ କରାଯିବ ଏହି ପ୍ଲାଜମା ଥେରାପି। କଟକ ଏସ୍‌ସିବି, ଅଶ୍ୱିନୀ, ଭୁବନେଶ୍ୱରରେ ସମ୍‌ ଓ କିମ୍ସରେ ଏହି ଚିକିତ୍ସା ବ୍ୟବସ୍ଥା କରାଯିବ। ଏଥିସହ ପ୍ଲାଜମା ବ୍ୟାଙ୍କ ପ୍ରତିଷ୍ଠା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି।

ସୂଚନାଯୋଗ୍ୟ ଓଡ଼ିଶାରେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 7 ହଜାର 545 ଥିବାବେଳେ ମୃତ୍ୟୁ ସଂଖ୍ୟା 27କୁ ବୃଦ୍ଧି ହୋଇଛି । ଏବେସୁଦ୍ଧା ରାଜ୍ୟରେ 2008ଟି ସକ୍ରିୟ ମାମଲା ରହିଛି ।

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ମହାରାଷ୍ଟ୍ରରେ ବିଫଳ ପ୍ଲାଜ୍‌ମା ଥେରାପୀ : ପ୍ରାଣ ହରାଇଲେ 53 ବର୍ଷୀୟ ବ୍ୟକ୍ତି

ମୁମ୍ବାଇ : କରୋନା ଚିକିତ୍ସାରେ ନୂତନ ସମ୍ଭାବନା ସୃଷ୍ଟି କରିଥିବା ପ୍ଲାଜ୍‌ମା ଥେରାପୀ ବିଫଳ ହୋଇଛି । ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ଗତକାଲି ପ୍ଲାଜ୍‌ମା ଥେରାପୀ ଚିକିତ୍ସା ସମ୍ପର୍କରେ ସୂଚନା ଦେଇଥିବା ବେଳେ ଶୁକ୍ରବାର ପ୍ଲାଜ୍‌ମା ଥେରାପୀ ବିଫଳ ହୋଇଥିବା ନେଇ ଖବର ଆସିଛି । ଲୀଲାବତୀ ହସ୍ପିଟାଲର ଚେୟାରମ୍ୟାନ୍‌ ଡ. ରବିଶଙ୍କର ଟ୍ବିଟ୍‌ କରି ଏହି ସୂଚନା ଦେଇଛନ୍ତି । ଲୀଲାବତୀ ହସ୍ପିଟାଲରେ ଚିକିତ୍ସିତ ହେଉଥିବା 53 ବର୍ଷୀୟ ବ୍ୟକ୍ତିଙ୍କମର ପ୍ଲାଜ୍‌ମା ଥେରାପୀରେ ଚିକିତ୍ସା କରାଯାଉଥିବା ବେଳେ ସେ ଶୁକ୍ରବାର ଦିନ ପ୍ରାଣ ହରାଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ, ଏହା ପୂର୍ବରୁ ସମସ୍ତ ରାଜ୍ୟ ମାନଙ୍କୁ ପ୍ଲାଜ୍‌ମା ଥେରାପୀରେ ଚିକିତ୍ସା ନକରିବା ପାଇଁ ଆଇସିଏମ୍‌ଆର ପକ୍ଷରୁ ଚେତାବନୀ ଦିଆଯାଇଥିଲା । (ଏଜେନ୍ସି)

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

କରୋନା ଚିକିତ୍ସାରେ ନୂତନ ସମ୍ଭାବନା : ମୁମ୍ବାଇରେ ପ୍ରଥମ ପ୍ଲାଜମା ଚିକିତ୍ସା ସଫଳ

ମୁମ୍ବାଇ : ଦେଶରେ କରୋନା ମୁକାବିଲାର ଏକ ବୃହତ୍ତର ସଫଳତା ମିଳିଛି । ଦେଶର ପ୍ରଥମ ପ୍ଲାଜ୍‌ମା ଚିକିତ୍ସା ସଫଳ ହୋଇଛି । ମୁମ୍ବାଇରେ ଦେଶର ପ୍ରଥମ ପ୍ଲାଜ୍‌ମା ଚିକିତ୍ସା ବ୍ୟବସ୍ଥା ସଫଳ ହୋଇଥିବା ନେଇ ମହାରାଷ୍ଟ୍ର ସ୍ବାସ୍ଥ୍ୟମନ୍ତ୍ରୀ ରାଜେଶ ଟୋପେ ସୂଚନା ଦେଇଛନ୍ତି । ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଏହି ପ୍ଲାଜ୍‌ମା ଚିକିତ୍ସା ସଫଳ ହୋଇଥିବା ଜଣାପଡିଛି । ଏହା ସହିତ ବିଓ୍ବାଇଏଲ୍‌ ନାୟାର ହସ୍ପିଟାଲରେ ଦ୍ବିତୀୟ ପ୍ଲାଜ୍‌ମା ପରୀକ୍ଷଣ ଜାରି ରହିଥିବା ନେଇ ଟୋପେ ପ୍ରକାଶ କରିଛନ୍ତି । କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ବ୍ୟବସ୍ଥା ଉପରେ ରୋକ୍‌ ଲଗାଯାଇଥିଲେ ମଧ୍ୟ ମହାରାଷ୍ଟ୍ର ଏ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିବାକୁ ଯାଉଛି । (ଏଜେନ୍ସି)

Categories
ଆଜିର ଖବର ଜାତୀୟ ଖବର ସ୍ବାସ୍ଥ୍ୟ

ପ୍ଲାଜମା ଥେରାପୀର ବ୍ୟବହାର ନକରିବା ପାଇଁ ସ୍ବାସ୍ଥ୍ୟ ମନ୍ତ୍ରାଳୟର ଚେତାବନୀ

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମିତଙ୍କୁ ଚିକିତ୍ସା କରିବା ପାଇଁ ପ୍ଲାଜ୍‌ମା ଥେରାପୀର ବ୍ୟବହାର କରାଯାଉଛି । ତେବେ ଏହାକୁ ନେଇ ଆଜି ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏକ ସ୍ପଷ୍ଟୀକରଣ ପ୍ରଦାନ କରାଯାଇଛି । ପ୍ଲାଜ୍‌ମା ଥେରାପୀ କେବଳ ବେଆଇନ୍‌ ନୁହେଁ ବରଂ କ୍ଷତିକାରକ ବୋଲି ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । କରୋନା ଚିକିତ୍ସା ଭାବରେ ପ୍ଲାଜ୍‌ମା ଥେରାପୀ ବର୍ତ୍ତମାନ ସୁଦ୍ଧା ସିଦ୍ଧ ହୋଇନଥିବାରୁ ଏହାକୁ ବ୍ୟବହାର କରିବା ପାଇଁ କଟକଣା ଜାରି କରାଯାଇଛି । ଏହା ବର୍ତ୍ତମାନ ପରୀକ୍ଷାମୂଳକ ସ୍ଥିତିରେ ରହିଛି । ଆଇସିଏମ୍‌ଆର୍‌ ପକ୍ଷରୁ ସ୍ପଷ୍ଟୋକ୍ତି ନ ମିଳିବା ପର୍ଯ୍ୟନ୍ତ ପ୍ଲାଜ୍‌ମା ଥେରାପୀର ବ୍ୟବହାର କରାନଯାଉ ବୋଲି ସ୍ବାସ୍ଥ୍ୟ ସଚିବ ଲବ ଅଗ୍ରଓ୍ବାଲ କହିଛନ୍ତି । (ଏଜେନ୍ସି)