Categories
ଆଜିର ଖବର

ଉତ୍ତରପ୍ରଦେଶର ବାରାବାଙ୍କୀ ଜିଲ୍ଲାରେ ବିଷାକ୍ତ ମଦ ପିଇ ୬ ମୃତ

ଉତରପ୍ରଦେଶରେ ପୁଣି ଥରେ ବିଷାକ୍ତ ମଦ ପିଇ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ଲକ୍ଷ୍ନୌ ନିକଟବର୍ତ୍ତୀ ବାରାବାଙ୍କୀ ଜିଲ୍ଲାରେ ବିଷାକ୍ତ ମଦ ପିଇ ୬ଜଣ ପ୍ରାଣ ହରାଇଛନ୍ତି। ଏହାସହ ୧୫ରୁ ଅଧିକ ଲୋକ ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି। ତେବେ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଇପାରେ ବୋଲି ଅନୁମାନ କରାଯାଉଛି। ଏହି ବିଷାକ୍ତ ମଦ ମୃତ୍ୟୁ ଘଟଣାରେ ଗୋଟିଏ ପରିବାରର ୪ଜଣଙ୍କ ଜୀବନ ଯାଇଛି। ସେହିପରି ଆଉ ଏକ ପରିବାରର ୨ଜଣ ପ୍ରାଣ ହରାଇଛନ୍ତି। ଏହି ଘଟଣା ପାଇଁ ଏସ୍‌ଓ ରାଜେଶ କୁମାର ସିଂ ଓ ସର୍କଲ ଅଫିସ୍‌ରଙ୍କୁ ନିଲମ୍ବନ କରାଯାଇଛି।

Categories
ଆଜିର ଖବର

ଭଦ୍ରକରେ ବିଷାକ୍ତ ମଦମୃତ୍ୟୁ : ୫ମୃତ, ୨୩ ଆହତ

ଭଦ୍ରକ ଜିଲା ତିହିଡି ବ୍ଲକ ଦଉଲତପୁର ଗ୍ରାମରେ ବିଷାକ୍ତ ମଦ ପିଇ ୩ଜଣଙ୍କ ମୃତ୍ୟୁ ହୋଇଛି। ଏହାସହ ୨୩ ଜଣ ଅସୁସ୍ଥ ମଧ୍ୟ ହୋଇଛନ୍ତି। ମୃତ ବ୍ୟକ୍ତିମାନେ ସାଧୁଚରଣ ନାୟକ, ଶଙ୍କର୍ଷଣ ଦାସ ଓ ରାମଚନ୍ଦ୍ର ପଢ଼ିଆରୀ ବୋଲି ଜଣାପଡିଛି। ଦୁଇ ଜଣଙ୍କ ମୃତଦେହ ଜିଲା ଚିକିତ୍ସାଳୟରେ ବ୍ୟବଛେଦ ପାଇଁ ରଖା ଯାଇଥିବା ବେଳେ ଜଣଙ୍କ ମୃତଦେହ ଗ୍ରାମରେ ପଡ଼ିରହିଛି। ଆହତ ମାନଙ୍କୁ  ଗୁରୁତର ଅବସ୍ଥାରେ ପ୍ରଥମେ ତିହିଡି ଓ ପରେ ସେମାନଙ୍କ ସ୍ବାସ୍ଥ୍ୟାବସ୍ଥା ଅଧିକ ଖରାପ ହେବାରୁ ସେମାନଙ୍କୁ କଟକକୁ ସ୍ଥାନାନ୍ତର କରାଯାଇଛି। ତେବେ ଏହି ଘଟଣାର ପ୍ରତିବାଦରେ ସ୍ଥାନୀୟ ଲୋକମାନେ ପିରହାଟ ବଜାରର ଭଦ୍ରକ-ଚାନ୍ଦବାଲି ରାସ୍ତାକୁ ଅବରୋଧ କରିଥିବା ଜଣାପଡିଛି। ତେବେ ଅସୁସ୍ଥଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି। ବର୍ତ୍ତମାନ ସୁଦ୍ଧା ୨୩ଜଣ ଅସୁସ୍ଥ ହୋଇଥିବା ଜଣାପଡିଛି। ସୂଚନାଯୋଗ୍ୟ ଯେ, ଦୌଲତପୁର ଗ୍ରାମର ୫ ଜଣ ବ୍ୟକ୍ତି ବିଷାକ୍ତ ମଦ ପିଇ ସୋମବାର ବିଳମ୍ବିତ ରାତିରେ ଅସୁସ୍ଥ ହୋଇ ପଡିଥିଲେ। ସେମାନଙ୍କ ମଧ୍ୟରୁ ଜଣଙ୍କର ଗ୍ରାମରେ ମୃତ୍ୟୁ ହୋଇଥିବା ବେଳେ ୨ଜଣଙ୍କ ମେଡିକାଲରେ ମୃତ୍ୟୁ ହୋଇଯାଇଛି। ଅନ୍ୟ୨ଜଣ ବର୍ତ୍ତମାନ କଟକ ମେଡିକାଲରେ ଚିକିତ୍ସିତ ହେଉଛନ୍ତି।