Categories
Uncategorized

ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ୨ପୋଲିଂ କର୍ମଚାରୀ ନିଲମ୍ବିତ

ଭୋଟରଙ୍କୁ ପ୍ରଭାବିତ କରିବା ଅଭିଯୋଗରେ ଆଜି ଯାଜପୁର ଜିଲ୍ଲାପାଳ ଦୁଇ ଜଣ ପୋଲିଂ କର୍ମଚାରୀଙ୍କୁ ନିଲମ୍ବନ କରିଛନ୍ତି। ଏହା ସହିତ ସେମାନଙ୍କୁ ଗିରଫ ମଧ୍ୟ କରାଯାଇଛି। ଏହି ଦୁଇ କର୍ମଚାରୀ ହେଲେ ବୈକୁଣ୍ଠନାଥ ମଲ୍ଲିକ ଓ ଜନାର୍ଦ୍ଦନ ପୃଷ୍ଟି। ବୈକୁଣ୍ଠନାଥଙ୍କୁ ବିଞ୍ଝାରପୁରର ୧୯୧ ନମ୍ବର ବୁଥ୍‌ର ପ୍ରିଜାଇଡିଂ ଅଫିସର ଭାବେ  ଓ ଜନାର୍ଦ୍ଦନ, ସୁକିନ୍ଦାର ୧୯୬ ନମ୍ବର ବୁଥ୍‌ରେ ଚତୁର୍ଥ ପୋଲିଂ ଅଫିସର ଭାବେ ନିଯୁକ୍ତ ହୋଇଥିଲେ।

Categories
ଆଜିର ଖବର

ନିର୍ବାଚନ କାର୍ଯ୍ୟରେ ଅବହେଳା ପାଇଁ ୬ ପୋଲିଂ କର୍ମଚାରୀ ନିଲମ୍ବିତ

ନିର୍ବାଚନ କାର୍ଯ୍ୟରେ ଅବହେଳା ଯୋଗୁଁ ୬ ଜଣ ପୋଲିଂ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୩ ଜଣ ପ୍ରିଜାଇଡିଂ ଏବଂ ଅନ୍ୟ ୩ ଜଣ ସେକ୍ଟର ଅଫିସର ରହିଛନ୍ତି। ୬୮ ନମ୍ବର ବୁଥର ପ୍ରିଜାଇଡିଂ ଅଫିସର ଉମାଶଙ୍କର ପାଣିଗ୍ରାହୀ ଏବଂ ସେକ୍ଟର ଅଫିସର ମନୋରଞ୍ଜନ ପାଣିଗ୍ରାହୀ, ୨୩୫ ନମ୍ବର ବୁଥର ପ୍ରିଜାଇଡିଂ ଅଫିସର ପ୍ରିୟବ୍ରତ ସାହୁ ଏବଂ ସେକ୍ଟର ଅଫିସର ପ୍ରଶାନ୍ତ ସେଠୀ, ୧୧୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସର ରାତମ୍ ସେଠୀ ଏବଂ ସେକ୍ଟର ଅଫିସର ପ୍ରଦୀପ ପ୍ରଧାନଙ୍କୁ ବରଗଡ ଜିଲାପାଳ ନିଲମ୍ବନ କରିଛନ୍ତି।