ଯାଜପୁର ଜିଲ୍ଲା ସୁକିନ୍ଦା ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପ୍ରଫୁଲ୍ଲ ଘଡ଼ାଇଙ୍କ ଉପରୁ ବହିଷ୍କାର ଆଦେଶ ଉଠିଛି। ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ତାଙ୍କ ଉପରୁ ବହିଷ୍କାର ଆଦେଶ ଉଠାଇଛନ୍ତି। ପ୍ରଫୁଲ୍ଲ ଘଡ଼ାଇ ଦଳ ବିରୋଧରେ ଅରୁଚିକର ମନ୍ତବ୍ୟ ଦେଇଥିଲେ। ଯାହାକୁ ନେଇ ଦଳ ଭିତରେ ଅସନ୍ତୋଷ ସୃଷ୍ଟି ହୋଇଥିଲା। ଏହାପରେ ପ୍ରଫୁଲ୍ଲଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଥିଲା। ଶେଷରେ ୨୦୧୪ ସେପ୍ଟେମ୍ୱର ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ତାଙ୍କୁ ଦଳରୁ ବହିଷ୍କାର କରିଥିଲେ। ତେବେ ନିର୍ବାଚନ ପୂର୍ବରୁ ହଠାତ୍ ବିଜେଡ଼ି ହାଇକମାଣ୍ଡଙ୍କ ଏପରି ନିଷ୍ପତ୍ତିକୁ ନେଇ ବିଜେଡି ମହଲରେ ଭିନ୍ନ ଚର୍ଚ୍ଚା ଆରମ୍ଭ ହେଉଛି।
