Categories
ଆଜିର ଖବର

କଂଗ୍ରେସର ହାତ ଛାଡିପାରନ୍ତି ସାଲେପୁର ବିଧାୟକ!

କଂଗ୍ରେସ ଛାଡିପାରନ୍ତି ସାଲେପୁର ବିଧାୟକ ପ୍ରକାଶ ବେହେରା  । ଖୁବଶୀଘ୍ର କଂଗ୍ରେସର ହାତ ଛାଡି ପଦ୍ମ ଧରିପାରନ୍ତି ପ୍ରକାଶ । ବିଶ୍ୱସ୍ତ ସୁତ୍ରରୁ ମିଳିଥିବା ସୂଚନା ଅନୁଯାୟୀ, ପ୍ରକାଶ ଦିନେ କିମ୍ବା ଦୁଇ ଦିନ ମଧ୍ୟରେ କଂଗ୍ରେସ ଛାଡି ବିଜେପିରେ ଯୋଗ ଦେଇପାରନ୍ତି । ପୂର୍ବରୁ ପ୍ରକାଶ କଂଗ୍ରେସ ଛାଡି ବିଜେଡିରେ ଯୋଗ ଦେବେ ବୋଲି ଖବର ସାମ୍ନାକୁ ଆସିଥିଲା । ପ୍ରକାଶ ମଧ୍ୟ ଏହାକୁ ସିଧାସଳଖ ଖଣ୍ଡନ କରିନଥିଲେ ମଧ୍ୟ ଏନେଇ ସ୍ପଷ୍ଟ ସଂକେତ ମଧ୍ୟ ଦେଇନଥିଲେ । ଏହାଛଡା ପ୍ରକାଶ ମଧ୍ୟ ବିନା ଦଳୀୟ ଚିହ୍ନରେ ଏକ ବଡ ରାଲି କରିଥିବାର ଦେଖିବାକୁ ମିଳିଥିଲା ପ୍ରକାଶ ହାତ ଛାଡ଼ି ଶଙ୍ଖ ଧରିବା ବଦଳରେ ପଦ୍ମ ଧରିବେ ବୋଲି ଚର୍ଚ୍ଚା ହେଉଛି ।