Categories
ଆଜିର ଖବର

ଗୋଟିଏ ଦିନ ପରେ ସର୍ବସାଧାରଣଙ୍କ ପାଇଁ ଖୋଲିବ ଶ୍ରୀମନ୍ଦିର, ପ୍ରଶାସନ ତରଫରୁ ପ୍ରସ୍ତୁତି ଆରମ୍ଭ

ପୁରୀ, ଆସନ୍ତା୧୬ ତାରିଖରୁ ସର୍ବସାଧାରଣଙ୍କ ଦର୍ଶନ ପାଇଁ ଶ୍ରୀ ଜଗନ୍ନାଥ ମନ୍ଦିର ଖୋଲିବାର ନିଷ୍ପତ୍ତି ହୋଇଛି। ସେହି ଅନୁଯାୟୀ ଓ କୋଭିଡ ମହାମାରୀକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ଦ୍ୱାରା ଭକ୍ତମାନଙ୍କ ସୁବିଧା ନିମନ୍ତେ ଶେଡ୍, ସାନିଟାଇଜେସନ୍ ସୁବିଧା ସହ ଅନ୍ୟାନ୍ୟ ଆବଶ୍ୟକୀୟ ବ୍ୟବସ୍ଥା କରାଯାଉଛି ।

୧୬ ତାରିଖରୁ ପ୍ରଥମେ ପୁରୀବାସୀଙ୍କୁ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। ଅଗଷ୍ଟ ୨୧ ତାରିଖ ଏବଂ ୨୨ ତାରିଖରେ ସପ୍ତାହନ୍ତ ସଟଡାଉନ ଥିବାରୁ ଏହି ଦିନ ଶ୍ରୀମନ୍ଦିରରେ ପ୍ରବେଶ ନିଷେଧ କରାଯାଇଛି। ପ୍ରତ୍ୟେକ ସପ୍ତାହନ୍ତ ସଟଡାଉନ ଏବଂ ପର୍ବପର୍ବାଣିରେ ଶ୍ରୀମନ୍ଦିରରେ ପ୍ରବେଶ ପାଇଁ ଅନୁମତି ନାହିଁ।

ଆସନ୍ତା ୨୩ ତାରିଖ ଠାରୁ ସମସ୍ତ ଶ୍ରଦ୍ଧାଳୁଙ୍କୁ ଦର୍ଶନ ପାଇଁ ଅନୁମତି ମିଳିଛି। ତେବେ ସେଥିପାଇଁ ଶ୍ରଦ୍ଧାଳୁମାନେ ଉଭୟ ଡୋଜ ଟୀକା ନେଇଥିବା ଆବଶ୍ୟକ କିମ୍ବା ୯୬ ଘଣ୍ଟା ପୂର୍ବର ଆରଟିପିସିଆର ନେଗେଟିଭ ରିପୋର୍ଟ ଦେଖେଇବା ଅନିବାର୍ଯ୍ୟ। ସକାଳ ୭ ଟାରୁ ସନ୍ଧ୍ୟା ୭ ଟା ଯାଏଁ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଅନୁମତି ମିଳିଛି। କୋଭିଡ କଟକଣାକୁ ମାନି ଭକ୍ତମାନେ ମହାପ୍ରଭୁଙ୍କ ଦର୍ଶନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ 5 ହଜାର ଟଙ୍କା

ପୁରୀ : ଲକ୍ ଡାଉନ୍‌ ପାଇଁ ଆର୍ଥିକ ସ୍ଥିତି ବିଗିଡି ଥିବାରୁ ଶ୍ରୀମନ୍ଦିର ସେବାୟତଙ୍କୁ ମିଳିବ ଆର୍ଥିକ ସହାୟତା । ପ୍ରତି ସେବାୟତ ପରିବାରକୁ ମିଳିବ 5 ହଜାରଟଙ୍କା । ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସେବାୟତଙ୍କ ପରିବାରକୁ ସହାୟତା । ସେବାୟତ ବ୍ୟାଙ୍କ ଖାତାକୁ ସିଧାସଳଖ ଟଙ୍କା ଟ୍ରାନ୍ସଫର୍‌ ହେବ । ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ହୋଇଥିବା ସୂଚନା । ଶ୍ରୀମନ୍ଦିର ନୀତି ପ୍ରଶାସକ ଜିତେନ୍ଦ୍ର ସାହୁ ଏନେଇ ସୂଚନା ଦେଇଛନ୍ତି ।

ଲକ୍‌ ଡାଉନ୍‌ ଯୋଗୁଁ ଶ୍ରୀମନ୍ଦିରକୁ ଯାତ୍ରୀଙ୍କ ପ୍ରବେଶ ଉପରେ କଟକଣା ଜାରି ହୋଇଛି । ଭକ୍ତମାନେ ମନ୍ଦିର ଆସୁନଥିବାରୁ ଏହାର ସିଧା ପ୍ରଭାବ ସେବାୟତଙ୍କ ଉପରେ ପଡିଛି । ଏନେଇ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସେବାୟତଙ୍କୁ ସାହାଯ୍ୟ କରିବା ଲାଗି ନିଷ୍ପତ୍ତି ନିଆଯାଇଛି ।