Categories
ଆଜିର ଖବର ରାଜ୍ୟ ଖବର

ବର୍ଷା କ୍ଷୟକ୍ଷତି ରିପୋର୍ଟ ଦେବା ପାଇଁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଲେ ସ୍ବତନ୍ତ୍ର ରିଲିଫ କମିଶନର

ଭୁବନେଶ୍ବର: ରାଜ୍ୟରେ ଦୀର୍ଘଦିନ ଧରି ଲାଗି ରହିଛି ବର୍ଷା। ଏହା ଦ୍ବାରା ଧାନ ଚାଷର ବିପୁଳ କ୍ଷତି ହୋଇଛି ବୋଲି ଅନୁମାନ କରାଯାଇଛି। ଜମିରେ ଆଣ୍ଠୁଏ ପାଣି ଯାଉଥିବାରୁ ଧାନତଳି ଆଉ ଉପରକୁ ଉଠିପାରୁ ନାହିଁ। ଫଳରେ ଚାଷୀ ବର୍ତ୍ତମାନ ବଡ କ୍ଷତିର ସମ୍ମୁଖୀନ ହେବାରେ ଲାଗିଛି। ଏପରି ପରିସ୍ଥିତିକୁ ଅନୁଧ୍ୟାନ କରି କଣ କ୍ଷତି ହୋଇଛି ତାହାର ରିପୋର୍ଟ ଦେବା ପାଇଁ ସରକାର ନିର୍ଦ୍ଦେଶ ଦେଇଛନ୍ତି।

ଏ ନେଇ ରାଜ୍ୟର ସମସ୍ତ ଜିଲ୍ଲାର ଜିଲ୍ଲାପାଳମାନଙ୍କୁ ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ଓଡିଶାର ସ୍ବତନ୍ତ୍ର ରିଲିଫ କମିଶନର ନିର୍ଦ୍ଦେଶ ଦେଇଛନ୍ତି। ଏହି ଲଗାଣ ବର୍ଷା ଯୋଗୁଁ ଚାଷଜମି, ଘରବାରି ଏବଂ ଅନ୍ୟାନ୍ୟ ଚାଷ ଉପରେ କଣ ପ୍ରଭାବ ପଡିଛି ତାହାର ଆକଳନ କରିବା ପାଇଁ କୁହାଯାଇଛି। ଯଥାଶିଘ୍ର ଏହି ରିପୋର୍ଟ ଦାଖଲ କରିବା ପାଇଁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।

Categories
ଆଜିର ଖବର ରାଜ୍ୟ ଖବର

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ, ତିନିଦିନ ଧରି ପ୍ରବଳ ବର୍ଷା, ୱାର୍ଣ୍ଣିଂ ଜାରୀ

ଭୁବନେଶ୍ବର: ଆସନ୍ତାକାଲି ବୁଧବାର ଦିନ ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଦେଖାଦେଇଛି। ବର୍ତ୍ତମାନ ସୃଷ୍ଟି ହୋଇଥିବା ଟ୍ରପଲାଇନ ଧିରେ ଧିରେ ସକ୍ରିୟ ହେବାରେ ଲାଗିଛି। ତାହା ଲଘୁଚାପକୁ ପରିବର୍ତ୍ତନ ହେବ ବୋଲି ଅନୁମାନ କରାଯାଉଛି। ଏହାଫଳରେ ରାଜ୍ୟରେ ପୁଣି ବର୍ଷା ଲାଗିରହିବ ବୋଲି କୁହାଯାଇଛି।

ବର୍ତ୍ତମାନ ଟ୍ରପଲାଇନ ଯୋଗୁଁ ସାରା ରାଜ୍ୟରେ ପ୍ରବଳ ବର୍ଷା ଲାଗିରହିଛି। ଆଜି ପ୍ରବଳ ବର୍ଷା ନେଇ ୧୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ସେହିପରି କିଛି ସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷ କରି ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡା, ସୁନ୍ଦରଗଡ, ବରଗଡ଼, ସମ୍ବଲପୁର,ଦେବଗଡ଼, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ନବରଙ୍ଗପୁର, କଳାହାଣ୍ଡି, କୋରାପୁଟ ଏବଂ ରାୟଗଡା ଜିଲ୍ଲାକୁ ସତର୍କ କରାଯାଇଛି ।

ସେହିଭଳି ଆସନ୍ତାକାଲି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୪ଟି ଜିଲ୍ଲା ସୁନ୍ଦରଗଡ, ଝାରସୁଗୁଡା, ସମ୍ବଲପୁର ଏବଂ ବରଗଡ଼କୁ ସତର୍କତା ଜାରି କରାଯାଇଛି। ଏହି ୪ଟି ଜିଲ୍ଲାରେ ୭୦ରୁ ୨ଶହ ମିଲିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ ପ୍ରବଳ ବର୍ଷା ନେଇ ୧୫ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି। ୯ ତାରିଖ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ।

Categories
ଆଜିର ଖବର ଜାତୀୟ ଖବର

ଗରମରୁ ଶୀଘ୍ର ମିଳିବ ମୁକ୍ତି: ଏହି ତାରିଖରେ ଆସିବ ମୌସୁମୀ, ପୂର୍ବାନୁମାନ କଲା IMD

ନୂଆଦିଲ୍ଲୀ: ଭାରତ ପାଣିପାଗ ବିଭାଗ (ଆଇଏମଡି) କହିଛି ଯେ, ଦକ୍ଷିଣ ପଶ୍ଚିମ ମୌସୁମୀ ଆସନ୍ତା ମେ ୩୧ ତାରିଖରେ କେରଳ ଛୁଇଁବ। ଦକ୍ଷିଣ-ପଶ୍ଚିମ ମୌସୁମୀ ସାଧାରଣତଃ ଜୁନ୍ ୧ ତାରିଖରେ କେରଳରେ ପ୍ରବେଶ କରେ। ଏହା ପରେ ଏହା ଉତ୍ତର ଦିଗକୁ ଗତି କରେ ଏବଂ ଜୁଲାଇ ୧୫ ତାରିଖରେ ସମଗ୍ର ଦେଶକୁ ସ୍ପର୍ଶ କରେ।

ନ୍ୟୁଜ୍ ଏଜେନ୍ସି ପିଟିଆଇ ଅନୁଯାୟୀ, ଆଇଏମଡି କହିଛି ଯେ, ଚଳିତ ବର୍ଷ ଦକ୍ଷିଣ-ପଶ୍ଚିମ ମୌସୁମୀ ମେ ୩୧ ତାରିଖରେ କେରଳରେ ପହଞ୍ଚିବ ବୋଲି ଆଶା କରାଯାଉଛି। ଆଇଏମଡି ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ବୁଧବାର ଦିନ କହିଛନ୍ତି ଯେ, “ଏହା ଶୀଘ୍ର ନୁହେଁ। ଏହା ସାମାନ୍ୟ ତାରିଖର ପାଖାପାଖି ସମୟରେ ଆସିପାରେ। କାରଣ ସାଧାରଣତଃ କେରଳରେ ମୌସୁମୀ ଜୁନ ୧ ତାରିଖରେ ପ୍ରବେଶ କରେ।”

ଏଥର ସାମାନ୍ୟ ଠାରୁ ଅଧିକ ବର୍ଷା ସମ୍ଭାବନା:

ଏଥି ସହିତ ପାଣିପାଗ ବିଭାଗ ୨୦୨୪ରେ ହାରାହାରି ମୌସୁମୀ ବର୍ଷା ଠାରୁ ଅଧିକ ବର୍ଷା ହେବା ପୂର୍ବାନୁମାନ କରିଛି, ଯାହା ଦେଶର କୃଷି କ୍ଷେତ୍ର ପାଇଁ ଏକ ଖୁସି ଖବର। ଗତ ବର୍ଷ ଅନିୟମିତ ପାଗ ଦ୍ୱାରା କୃଷି କ୍ଷେତ୍ର ପ୍ରଭାବିତ ହୋଇଥିଲା। ପୃଥିବୀ ବିଜ୍ଞାନ ମନ୍ତ୍ରଣାଳୟର ସଚିବ ଏମ.ରବିଚନ୍ଦ୍ରନ କହିଛନ୍ତି ଯେ, ମୌସୁମୀ ସାଧାରଣତଃ ଜୁନ୍ ୧ ତାରିଖରେ କେରଳରେ ପହଞ୍ଚି ସେପ୍ଟେମ୍ବର ମଧ୍ୟଭାଗରେ ଫେରିଯାଏ। ଚଳିତ ବର୍ଷ ହାରାହାରି ବୃଷ୍ଟିପାତ ୧୦୬ ପ୍ରତିଶତ ହେବ ବୋଲି ଆଶା କରାଯାଉଛି।

Categories
ଆଜିର ଖବର ରାଜ୍ୟ ଖବର

Breaking News: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ପ୍ରବଳ ବର୍ଷା

ଭୁବନେଶ୍ବର: ଯାହା ପାଣିପାଗ ବିଭାଗ ଆଶଙ୍କା କରୁଥିଲା ତାହା ସତ ପ୍ରମାଣିତ ହୋଇଛି। ଶେଷରେ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ। ଏହା ଉତ୍ତର-ପଶ୍ଚିମ ପାର୍ଶ୍ଵବର୍ତ୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ତତସଂଲଗ୍ନ ଦକ୍ଷିଣ-ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳସ୍ଥ ସମୁଦ୍ର ମଧ୍ୟରେ ସୃଷ୍ଟି ହୋଇଛି।

ଏହା ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏଁ ବ୍ୟାପିଛି ବୋଲି ଭୁବନେଶ୍ବର ପାଣିପାଗ ବିଭାଗ କହିଛି। ତେବେ ଏହି ଲଘୁଚାପ ଯୋଗୁଁ ରାଜ୍ୟରେ ତିନିଦିନ ଧରି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଏହି ଲଘୁଚାପ ପରବର୍ତ୍ତି ସମୟରେ କଣ ହେବ ତାହା ଜଣାପଡି ନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ଭୁବନେଶ୍ବରରେ ବାତ୍ୟା ପରି ଅବସ୍ଥା, ପ୍ରବଳ ବର୍ଷା ଯୋଗୁଁ ରାସ୍ତାଘାଟରେ ଉପୁଡି ପଡିଛି ଗଛ

ଭୁବନେଶ୍ବର: ଗତକାଲିର ପ୍ରବଳ ବର୍ଷା ଯୋଗୁଁ ଭୁବନେଶ୍ବରର ଅବସ୍ଥା ସାଂଘାତିକ ହୋଇପଡିଛି। ରାସ୍ତାଘାଟରେ ପାଣି ଜମି ଏକ ବନ୍ୟା ପରି ପରିସ୍ଥିତି ସୃଷ୍ଟି ହୋଇଛି। ବହୁ ସମୟ ଧରି ରାସ୍ତାରେ ଯାତାୟାତ ପୁରା ଠପ ହୋଇପଡିଥିଲା। ପ୍ରବଳ ବର୍ଷା ସହିତ ଭୟଙ୍କର ବଜ୍ରପାତ ଲୋକଙ୍କୁ ଅସ୍ତବ୍ୟସ୍ତ କରାଇଦେଇଥିଲା।

ସେହିପରି ଏହି ବର୍ଷାରେ ରାଜଧାନୀର ବିଭିନ୍ନ ସ୍ଥାନରେ ଗଛ ଉପୁଡି ରାସ୍ତାଘାଟ ବନ୍ଦ ହୋଇପଡିଥିବା ମଧ୍ୟ ଜଣାପଡିଛି। ଗତକାଲି ରାତିରୁ ଓଡ୍ରାଫ ଟିମ ଏବଂ ଅଗ୍ନିଶମ ବିଭାଗର କର୍ମଚାରୀ ରାସ୍ତା ସଫା କରିବା କାମରେ ନିୟୋଜିତ ଅଛନ୍ତି।

ଗତକାଲି ରାତିରେ ଭୁବନେଶ୍ବରର ଖଣ୍ଡଗିରି, ଘାଟିକିଆ, ସହିଦନଗର, ଭୀମଟାଙ୍ଗୀ, ଡୁମଡୁମା, ପୁରୁଣା ଭୁବନେଶ୍ବର, ପଟିଆ ପ୍ରଭୃତି ଅଞ୍ଚଳରେ ଗଛ ଉପୁଡି ପଡିଛି। ବଡବଡ ଗଛ ଉପୁଡି ରାସ୍ତା ଉପରେ ପଡିରହିଛି। ଏହି ବର୍ଷାରେ ରାଜଧାନୀର ଅବସ୍ଥା ଏମିତି ହେବ ବୋଲି କାହାର ବିଶ୍ବାସ ହେଉ ନାହିଁ।

Categories
ଆଜିର ଖବର ରାଜ୍ୟ ଖବର

ଆସୁଛି ପଶ୍ଚିମାଝଡ, ଆସନ୍ତାକାଲିଠାରୁ ଏହି ଜିଲ୍ଲାରେ ହେବ ବର୍ଷା

ଭୁବନେଶ୍ବର:  ଆସୁଛି ଆଉ ଏକ ପଶ୍ଚିମାଝଡ। ଏହାର ପ୍ରଭାବରେ ରାଜ୍ୟରେ ଆସନ୍ତା ୧୫ ତାରିଖରୁ ବିଜୁଳି-ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।

ସେତିକି ନୁହେଁ ଏହାର ପ୍ରଭାବ ୧୬ ଏବଂ ୧୭ ରେ ମଧ୍ୟ ରହିବ ବୋଲି କୁହାଯାଇଛି। ଫଳରେ ଏହି ଦୁଇଦିନ ଧରି ରାଜ୍ୟରେ କେତେକ ସ୍ଥାନରେ ବିଜୁଳି-ଘଡଘଡି-ବର୍ଷା ସହ ଝଡ-ପବନ ସମ୍ଭାବନା ରହିଛି।

ଏହାର ପ୍ରଭାବରେ କନ୍ଧମାଳ, ନୟାଗଡ, କେନ୍ଦୁଝର, ସୁନ୍ଦରଗଡ, ଅନୁଗୁଳ, ବୌଦ୍ଧ ଏବଂ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ କହିଛି।

Categories
ଆଜିର ଖବର ରାଜ୍ୟ ଖବର

BREAKING: ଆସନ୍ତାକାଲି ରାଜ୍ୟର ଏହି ଜିଲ୍ଲାରେ ବର୍ଷା ସମ୍ଭାବନା

ଭୁବନେଶ୍ବର: ଆସନ୍ତାକାଲି ଦୋଳ ପୂର୍ଣ୍ଣିମା। ସାରା ଓଡିଶାର ପୁରପଲ୍ଲୀ ଉତ୍ସବ ମୁଖର ହୋଇ ଉଠିବ। ହେଲେ ଏହି ଉତ୍ସବକୁ ଫିକା ପକାଇଦେବ ବର୍ଷା। ଅଦିନିଆ ବର୍ଷା। ଏହିପରି ଏକ ଆଗୁଆ ସୂଚନା ଦେଇଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗ।

ବିଭାଗର ସୂଚନା ଅନୁସାରେ ଆସନ୍ତା କାଲି ଠାରୁ ରାଜ୍ୟରେ ପଶ୍ଚିମା ଝଡ ପ୍ରଭାବ ଆରମ୍ଭ ହେବ। ଏହା ଦ୍ବାରା ନଅଟି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବ। ସେହି ଜିଲ୍ଲାଗୁଡିକ ହେଲା ଝାରସୁଗୁଡା, ସୁନ୍ଦରଗଡ, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ,ନୂଆପଡା, ନବରଙ୍ଗପୁର ଏବଂ କଳାହାଣ୍ଡି ଜିଲ୍ଲା। ଏହି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହଳୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

Categories
ଆଜିର ଖବର ରାଜ୍ୟ ଖବର

ଆଜି ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆଜି ରାଜ୍ୟର କେତେକ ସ୍ଥାନରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମାଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହଛି। ଗତକାଲି କେତେକ ସ୍ଥାନରେ ପାଗ ମେଘୁଆ ରହିବା ସହିତ କିଛି ସ୍ଥାନରେ ବର୍ଷା ମଧ୍ୟ ହୋଇଥିଲା। ଆଜି ମଧ୍ୟ ରାଜ୍ୟରେ ଏଭଳି ପାଗ ରହିବା ସମ୍ଭାବନା ଅଛି। ଦକ୍ଷିଣ ଓଡ଼ିଶାର ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତିରେ ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି। ଶୁକ୍ରବାରଠାରୁ ପାଗ ଶୁଖିଲା ଓ ଖରାଟିଆ ରହିବ। ପରବର୍ତ୍ତୀ ଦୁଇଦିନ ଭିତରେ ରାତି ତାପମାତ୍ରା ୨-୩ ଡିଗ୍ରୀ କମିପାରେ।

Categories
ଆଜିର ଖବର ରାଜ୍ୟ ଖବର

ଟ୍ୱିନସିଟିକୁ ବର୍ଷା ସତର୍କ ସୂଚନା : ଦିନ 12ଟା 30 ଯାଏଁ ବର୍ଷା ସମ୍ଭାବନା

ଭୁବନେଶ୍ୱର : ରାଜ୍ୟ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ଭୁବନେଶ୍ୱର ଏବଂ କଟକକୁ ବର୍ଷା ସତର୍କ ସୂଚନା ଜାରି କରାଯାଇଛି । ଉଭୟ ସହରରେ ଅପରାହ୍ନ 12.30 ପର୍ଯ୍ୟନ୍ତ ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୂମାନ ଲଗାଯାଇଛି । ଉଭୟ ସହରରେ ଘଣ୍ଟାପ୍ରତି ପ୍ରାୟ 2ରୁ 3 ସେମି ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ଘରୁ ନ ବାହାରିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ପ୍ରଦାନ କରାଯାଇଛି ।

ବର୍ଷା ଯୋଗୁଁ ରାସ୍ତାରେ ଗାଡ଼ିଗୁଡ଼ିକ ସ୍ପଷ୍ଟ ଭାବେ ଦେଖାଯିବନାହିଁ। ଟ୍ରାଫିକ୍ ଜାମ୍ ମଧ୍ୟ ହୋଇପାରେ। ତେଣୁ ଗାଡ଼ି ଧୀରେ ଚଲାଇବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବର୍ଷା ଓ ଘଡ଼ଘଡ଼ିକୁ ଦୃଷ୍ଟିରେ ରଖି ଯଥା ସମ୍ଭବ ଘରୁ ନ ବାହାରିବାକୁ କୁହାଯାଇଛି। ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଗଭୀର ଅବପାତରେ ପରିଣତ ହୋଇ ସ୍ଥଳଭାଗ ଛୁଇଁବା ପରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିଛି। ଲଗାଣ ବର୍ଷା ଯୋଗୁଁ କେତେକ ସ୍ଥାନରେ ପୋଲ ଧୋଇଯିବା ସହ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି।

Categories
ଆଜିର ଖବର ରାଜ୍ୟ ଖବର

ପାଞ୍ଚୋଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ବର : ରାଜ୍ୟର 5ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାଗୁଡିକ ମଧ୍ୟରେ ରହିଛି ଗଜପତି, ମାଲକାନଗିରି, କୋରାପୁଟ, ରାୟଗଡା ଓ କନ୍ଧମାଳ ଜିଲ୍ଲା । ସେହିପରି ଘୂର୍ଣ୍ଣିଝଡ ଓ ବଜ୍ରପାତ ନେଇ 17ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରିଛି  ବାଲେଶ୍ବର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କନ୍ଧମାଳ, କଳାହାଣ୍ଡି, ଅନୁଗୁଳ, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି ହୋଇଛି ।

Categories
ଆଜିର ଖବର ରାଜ୍ୟ ଖବର

ପ୍ରବଳ ବର୍ଷିବ, ସାତଟି ଜିଲ୍ଲାକୁ ରେଡ-ୱାର୍ଣ୍ଣିଂ

ଭୁବନେଶ୍ୱର : ଉତ୍ତର ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି  । ପଶ୍ଚିମ ଓଡ଼ିଶାର ସାତଟି ଜିଲ୍ଲା ପାଇଁ ରେଡ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ସେଗୁଡ଼ିକ ହେଲା ବରଗଡ଼, ନୂଆପଡ଼ା, ବଲାଙ୍ଗୀର, କଳାହାଣ୍ଡି, ସମ୍ବଲପୁର, ଝାରସୁଗୁଡ଼ା ଓ ଦେବଗଡ଼ ।ଲଘୁଚାପ ପ୍ରଭାବରେ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ତେଣୁ ଭୂସ୍ଖଳନ, ଅକସ୍ମାତ ବନ୍ୟା, ତଳିଆ ଅଞ୍ଚଳରେ ପାଣି ଜମିଯିବା, କଚ୍ଚା ରାସ୍ତା ଓ ଘର ଭୁଶୁଡ଼ି ପଡ଼ିବା ଭଳି ଦୁର୍ବିପାକର ଆଶଙ୍କା ଥିବାରୁ ଲୋକଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି ।

ଏହା ବ୍ୟତୀତ ସୋନପୁର, ବୌଦ୍ଧ, ଅନୁଗୁଳ, ସୁନ୍ଦରଗଡ଼ ଓ କେନ୍ଦୁଝର ଆଦି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ଅରେଞ୍ଜ ଏବଂ ମୟୂରଭଞ୍ଜ, ଜଗତସିଂହପୁର, ଯାଜପୁର ଓ ଢେ଼ଙ୍କାନାଳରେ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି କେନ୍ଦ୍ର । ଏହା ସହ ଅଶାନ୍ତ ସମୁଦ୍ରକୁ ଯିବାକୁ କେନ୍ଦ୍ର ପକ୍ଷରୁ ମତ୍ସ୍ୟଜୀବୀମାନଙ୍କୁ ବାରଣ କରାଯାଇଛି । କେନ୍ଦ୍ରର ସୂଚନା ଅନୁଯାୟୀ ଲଘୁଚାପ ପ୍ରଭାବରେ ସାରା ଓଡ଼ିଶାରେ ପାଗ ମେଘୁଆ ରହିଥିବା ବେଳେ ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଓ ଢେ଼ଙ୍କାନାଳ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଯାଇଛି । ଆସନ୍ତା 24 ଘଣ୍ଟା ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଆଡ଼କୁ ଗତି କରି ଅଧିକ ସ୍ପଷ୍ଟ ଚିହ୍ନିତ ଲଘୁଚାପରେ ପରିଣତ ହେବ । ପ୍ରଭାବରେ ଆଜି ବର୍ଷାର ପରିମାଣ ବଢ଼ିବ ଓ ପଶ୍ଚିମ ଓଡ଼ିଶାର ଉପରୋକ୍ତ ସାତୋଟି ଜିଲ୍ଲାରେ ଅତିପ୍ରବଳ ବର୍ଷା ହେବ  ।

Categories
ଆଜିର ଖବର ରାଜ୍ୟ ଖବର

19ରେ ଆଉ ଏକ ଲଘୁଚାପ ଆଶଙ୍କା : 7ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ରାଜ୍ୟରେ ମୌସୁମୀ କାରଣରୁ ବର୍ଷା ଜାରି ରହିଥିବା ବେଳେ 19 ତାରିଖ ସୁଦ୍ଧା ଏକ ଲଘୁଚାପର ଆଶଙ୍କା କରିଛି ପାଣିପାଗ ବିଭାଗ । ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଥିବା ଏହି ଲଘୁଚାପ ପ୍ରଭାବରେ 3/4 ଦିନ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି । କୋରାପୁଟ, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, କଟକ, ବାଲେଶ୍ୱର, ମୟୂରଭଞ୍ଜ, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୁଳରେ ସ୍ୱାଭାବିକଠାରୁ ଅଧିକ ବର୍ଷା ହୋଇଥିବା ବେଳେ ଅନ୍ୟାନ୍ୟ ଜିଲ୍ଲା ମାନଙ୍କରେ ବର୍ଷା ସ୍ବାଭାବିକ ରହିଛି । ସେହିପରି ମଙ୍ଗଳବାର 7ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ସମ୍ବଲପୁର, ବରଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲ୍ଲାକୁ ଏହି ସତର୍କ ସୂଚନା ଜାରି କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

8ଟି ଜିଲ୍ଲାକୁ ପ୍ରବଳ ବର୍ଷା ସତର୍କ ସୂଚନା

ଭୁବନେଶ୍ବର : ଆସନ୍ତା 24 ଘଣ୍ଟାରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଦକ୍ଷିଣ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ହେବା ଆଶଙ୍କା ରହିଛି । ରାଜ୍ୟରେ 8ଟି ଜିଲ୍ଳାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ବଲାଙ୍ଗିର, କଳାହାଣ୍ଡି, ସୋନପୁର, ବରଗଡ଼, ନୂଆପଡ଼ା, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ହେବାର ସତର୍କ ସୂଚନା ଜାରି କରାଯାଇଛି । ଏନେଇ ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଉଲ୍ଲେଖଯୋଗ୍ୟ ଯେ ଗତ 11 ତାରିଖ ରେ ଓଡ଼ିଶାକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲା ।ଏହା ଫଳରେ ରାଜ୍ୟରେ ପ୍ରବଳ ବର୍ଷା ହେବା ନେଇ ଆଶଙ୍କା ରହିଛି ।

Categories
ଆଜିର ଖବର ରାଜ୍ୟ ଖବର

7ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ୱର : ରାଜ୍ୟରେ ତାପମାତ୍ରା ହ୍ରାସ ପାଇବା ସହ ବହୁତ ଶୀଘ୍ର ମୌସୁମୀ ଓଡ଼ିଶା ଛୁଇଁବା ନେଇ ସୂଚନା ରହିଛି । ଏହାସହ ସ୍ଥାନେ ସ୍ଥାନେ କାଳବୈଶାଖୀ ମଧ୍ୟ ହେଉଛି । ସେହିପରି ଆଜି 7ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ବାଲେଶ୍ୱର, କନ୍ଧମାଳ, ରାୟଗଡ଼ା, ଗଞ୍ଜାମ, ଖୋର୍ଦ୍ଧା, ପୁରୀ ଓ ଗଜପତି ଜିଲ୍ଲା ପାଇଁ ଏହି ସତର୍କ ସୂଚନା ଜାରି କରାଯାଇଛି । ଏହି ଜିଲ୍ଲାରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

ଓଡିଶାର 16ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ

ଭୁବନେଶ୍ବର : ଆସନ୍ତା ୨୪ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ସମସ୍ତ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ହେବାର ଆଶଙ୍କା ରହିଛି । କଳାହାଣ୍ଡି, ବରଗଡ଼, ସୋନପୁର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ବର୍ଷା ସହ ଘଣ୍ଟାକୁ ୪୦ରୁ ୫୦ କିମି ବେଗରେ ପବନ ବହିବା ନେଇ ପାଣିପାଗ ବିଭାଗ ପକ୍ଷରୁ ଆଶଙ୍କା ପ୍ରକାଶ ପାଇଛି । ବିହାରରୁ ଛତିଶଗଡ଼ ପର୍ଯ୍ୟନ୍ତ ସୃଷ୍ଟ ଟ୍ରପ୍‌ ଲାଇନ୍ କାରଣରୁ 16ଟି ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି । ଆସନ୍ତାକାଲି ସକାଳ 8.30 ପର୍ଯ୍ୟନ୍ତ ଏହି ସତର୍କ ସୂଚନା ଜାରି କରାଯାଇଛି । ଝାରସୁଗୁଡା, ସମ୍ବଲପୁର, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ବାଲେଶ୍ବର, ଭଦ୍ରକ, କଟକ , ନୟାଗଡ, ମାଲକାନଗିରି, କୋରାପୁଟ ଓ ରାୟଗଡା ଜିଲ୍ଲାକୁ ଏହି ସତର୍କ ସୂଚନା ଜାରି କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

16ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର : ରାଜ୍ୟରେ ପାଗ ଆଂଶିକ କୋହଲା ରହିଥିବା ବେଳେ 16ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । କେନ୍ଦୁଝର, ମୟୂରଭଞ୍ଜ, ବୌଦ୍ଧ, ଯାଜପୁର, ବାଲେଶ୍ୱର, ଖୋର୍ଦ୍ଧା, ଭଦ୍ରକ, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, ପୁରୀ, ଅନୁଗୁଳ, କଟକ, ଢେଙ୍କାନାଳ ଏବଂ ନୟାଗଡ଼ ଜିଲ୍ଲାକୁ ବର୍ଷା ପାଇଁ ସତର୍କ ସୂଚନା ଜାରି କରାଯାଇଛି । ଆରବ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ଘୂର୍ଣ୍ଣିଝଡ ନିସର୍ଗ କାରଣରୁ ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ପାଗ ଆଂଶିକ ମେଘୁଆ ରହିବ ବୋଲି କୁହାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

16ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର : ରାଜ୍ୟ ଆଞ୍ଚଳିକ ପାଣିପାଗ ବିଜ୍ଞାନ ବିଭାଗ ପକ୍ଷରୁ ରାଜ୍ୟର 16ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ଏହା ସହିତ 40ରୁ 50 କିମି ବେଗରେ ପବନ ବହିବା ନେଇ ସତର୍କ ସୂଚନା ଜାରି କରାଯାଇଛି । ଝାରଖଣ୍ଡରେ ସୃଷ୍ଟ ଘୂର୍ଣ୍ଣି ବଳୟ ପ୍ରଭାବରୁ ମୟୁରଭଞ୍ଜ, କେନ୍ଦୁଝର ଏବଂ ବାଲେଶ୍ବରରେ ପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହା ବ୍ୟତିତ ଭଦ୍ରକ, ଯାଜପୁର, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, ସମ୍ବଲପୁର, ଗଜପତି, ଗଞ୍ଜାମ, କନ୍ଧମାଳ, ନବରଙ୍ଗପୁର, କୋରାପୁଟ, କଟକ ଏବଂ ଖୋର୍ଦ୍ଧାରେ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

10ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର : ପାଣିପାଗ ବିଭାଗ ପକ୍ଷରୁ 10ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ଆଜି ରାତି 9ଟା ସୁଦ୍ଧା ବର୍ଷା ଓ ବଜ୍ରପାତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । ଏହା ସହିତ ଏହି ସମୟରେ 50 କିମି ବେଗରେ ପବନ ବହିବାର ମଧ୍ୟ ସମ୍ଭାବନା ରହିଛି ।

ସତର୍କ ସୂଚନା ଜାରି କରାଯାଇଥିବା ଜିଲ୍ଲା ଗୁଡିକ ହେଉଛନ୍ତି କଳାହାଣ୍ଡି, ରାୟଗଡା, କନ୍ଧମାଳ, ବଲାଙ୍ଗିର, ନୂଆପଡା, ନବରଙ୍ଗପୁର, ଗଞ୍ଜାମ, ଗଜପତି, ନୟାଗଡ ଓ କୋରାପୁଟ । ଏହି ଜିଲ୍ଲା ମାନଙ୍କରେ ପ୍ରବଳ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Categories
ଆଜିର ଖବର ରାଜ୍ୟ ଖବର

7ଟି ଜିଲ୍ଳାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର : ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆଗକୁ ଆହୁରି ତାପମାତ୍ରା ବଢ଼ିବା ନେଇ ଆଶଙ୍କା ମଧ୍ୟ ରହିଛି । ଏହାସହ ବିଭିନ୍ନ ସ୍ଥାନରେ କାଳବୈଶାଖୀ ମଧ୍ୟ ହେଉଛି । ଆଜି ୭ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ବର୍ଷା ସହ ବଜ୍ରପାତର ସତର୍କ ସୂଚନା ପ୍ରଦାନ କରାଯାଇଛି । ସତର୍କସୂଚନା ଜାରି କରାଯାଇଥିବା 7 ଜିଲ୍ଲା ହେଉଛି କେନ୍ଦ୍ରାପଡ଼ା, ଢ଼େଙ୍କାନାଳ, ଭଦ୍ରକ, ଯାଜପୁର, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱର । ଏହି ସବୁ ଜିଲ୍ଲାଗୁଡ଼ିକରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ଥିବାରୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । (ଏଜେନ୍ସି)

Categories
ଆଜିର ଖବର ରାଜ୍ୟ ଖବର

5 ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର : ଦିନକୁ ଦିନ ରାଜ୍ୟରେ ତାପମାତ୍ରା ବଢ଼ିବାରେ ଲାଗିଛି । ଆଗକୁ ଆହୁରି ତାତି ବଢ଼ିବ ବୋଲି ମଧ୍ୟ ସୂଚନା ରହିଛି । ଏହାସହ ସ୍ଥାନେ ସ୍ଥାନେ କାଳବୈଶାଖୀ ମଧ୍ୟ ହେଉଛି । ଆଜି ୫ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବା ଆଶଙ୍କା ରହିଥିବା ନେଇ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । ଏହି 5 ଜିଲ୍ଲା ଗୁଡ଼ିକ ହେଉଛି ଝାରସୁଗୁଡ଼ା, ସମ୍ବଲପୁର, ବରଗଡ଼, ନୂଆପଡ଼ା ଓ ବଲାଙ୍ଗିର । ଏହି ସବୁ ଜିଲ୍ଲାକୁ ବତ୍ରପାତ ନେଇ ସତର୍କ କରିଛି ପାଣିପାଗ ବିଭାଗ ।

Categories
ଆଜିର ଖବର ରାଜ୍ୟ ଖବର

ଅପରାହ୍ନ 5.30 ଯାଏଁ 16ଟି ଜିଲ୍ଲାକୁ ବଜ୍ରପାତ ସତର୍କ ସୂଚନା

ଭୁବନେଶ୍ବର : ରାଜ୍ୟ ପାଣିପାଗ ବିଭାଗ ପକ୍ଷରୁ 16ଟି ଜିଲ୍ଲାକୁ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଛି । ଅପରାହ୍ନ 5.30 ଯାଏଁ 16ଟି ଜିଲ୍ଲାକୁ ଏହି ସତର୍କ ସୂଚନା ଜାରି କରାଯାଇଛି । ସୁନ୍ଦରଗଡ, ସମ୍ବଲପୁର, ନୂଆପଡା, ଦେବଗଡ, ଭଦ୍ରକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡା, ବାଲେଶ୍ବର, କେନ୍ଦୁଝର, ଅନୁଗୁଳ, କଟକ, ପୁରୀ ଏବଂ ମୟୁରଭଞ୍ଜରେ ବର୍ଷା ଓ ବଜ୍ରପାତ ସତର୍କ ସୂଚନା ଜାରି କରାଯାଇଥିବା ବେଳେ ପୁରୀ ଓ ଭୁବନେଶ୍ବର ବାସୀଙ୍କୁ ମଧ୍ୟ ସତର୍କ ରହିବା ପାଇଁ କୁହାଯାଇଛି ।