Categories
ଆଜିର ଖବର ଜାତୀୟ ଖବର

ପୂର୍ବତଟ ରେଳପଥ ମଧ୍ୟରେ ପ୍ରଭାବିତ ହେଉଥିବା ଟ୍ରେନ ସମ୍ବନ୍ଧରେ ଗୁରୁତ୍ବପୂର୍ଣ୍ଣ ସୂଚନା

ଭୁବନେଶ୍ବର: ଉତ୍ତର, କେନ୍ଦ୍ରୀୟ ଓ ଦକ୍ଷିଣ ପଶ୍ଚିମ ରେଳପଥ ପରିସୀମା ମଧ୍ୟରେ ସଂରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ କରାଯିବା ପାଇଁ ପୂର୍ବତଟ ରେଳପଥକୁ ଏବଂ ଏହାର ପରିସୀମାରୁ ଛାଡିବାକୁ ଥିବା କେତେକ ଟ୍ରେନ ବାତିଲ, ଆଂଶିକ ବାତିଲ ଓ ମାର୍ଗ ପରିବର୍ତ୍ତନ ହୋଇ ଚଳାଚଳ କରିବ।

ଉତ୍ତର ରେଳପଥର ହଜରତ ନିଜାମୁଦ୍ଦିନ-ପାଲୱାଲ ଷ୍ଟେସନ ମଧ୍ୟରେ, କେନ୍ଦ୍ରୀୟ ରେଳପଥର ସୋଲାପୁର ରେଳମଣ୍ଡଳରେ ଏବଂ ଦକ୍ଷିଣ ପଶ୍ଚିମ ରେଳପଥର ବାଙ୍ଗାଲୋର ରେଳମଣ୍ଡଳରେ ରେଳ ଭିତ୍ତିଭୂମି କାର୍ଯ୍ୟକ୍ଷମ କରିବା ପାଇଁ ସଂରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ପୂର୍ବତଟ ରେଳପଥକୁ ଆସୁଥିବା ଏବଂ ଏହାର ପରିସୀମାରୁ ଛାଡିବାକୁ ଥିବା କେତେକ ଟ୍ରେନ ବାତିଲ, ଆଂଶିକ ବାତିଲ ଓ ମାର୍ଗ ପରିବର୍ତ୍ତନ ହୋଇ ଚଳାଚଳ କରିବାକୁ ରେଳ ମନ୍ତ୍ରଣାଳୟ ପକ୍ଷରୁ ନିମ୍ନ ଅନୁଯାୟୀ ସ୍ଥିର କରାଯାଇଅଛି।

ବାତିଲ ହେବାକୁ ଥିବା ଟ୍ରେନ:      

୦୧୮୦୭/୧୨୮୦୮ ବିଶାଖାପାଟଣା-ନିଜାମୁଦ୍ଦିନ-ବିଶାଖାପାଟଣା ସମତା ଏକ୍ସପ୍ରେସ ଭୟ ରାୟଗଡା-ଟିଟିଲାଗଡ଼-ରାଇପୁର ବିଶାଖାପାଟଣା ଠାରୁ ଫେବୃୟାରୀ ମାସ ୨୭ ତାରିଖ ଦିନ ଏବଂ ନିଜାମୁଦ୍ଦିନ ଠାରୁ ୨୯ ତାରିଖ ଦିନ ଉଭୟ ଦିଗରୁ ବାତିଲ ରହିବ।

ଆଂଶିକ ବାତିଲ ହେବାକୁ ଥିବା ଟ୍ରେନ: 

୧୮୫୧୯/୧୮୫୨୦ ବିଶାଖାପାଟଣା-ମୁମ୍ବାଇ ଏଲ.ଟି.ଟି.-ବିଶାଖାପାଟଣା ଏକ୍ସପ୍ରେସ ବିଶାଖାପାଟଣା ଠାରୁ ଫେବୃୟାରୀ ମାସ ୧୮ ରୁ ୨୫ ତାରିଖ ଏବଂ ଏଲ.ଟି.ଟି. ଠାରୁ ଫେବୃୟାରୀ ମାସ ୧୯ ରୁ ୨୬ ତାରିଖ ମଧ୍ୟରେ ଉଭୟ ଦିଗରୁ ପୁନେ ଓ ଏଲ.ଟି.ଟି ମଧ୍ୟରେ ବାତିଲ ରହିବ ଏବଂ ଏହା ସିକନ୍ଦରାବାଦ-ଲଟୁର ରୋଡ଼-କୁର୍ଦୁଭାଡ଼ି-ଦୋଣ୍ଡ ଷ୍ଟେସନ ମାର୍ଗରେ ଚଳାଚଳ କରିବ।

ଭୁବନେଶ୍ୱର ଠାରୁ ୧୬ ତାରିଖରେ ଛାଡିବାକୁ ଥିବା ଏବଂ ବାଙ୍ଗାଲୋର ଠାରୁ ୧୭ ତାରିଖରେ ଛାଡିବାକୁ ଥିବା ୧୮୪୬୩/୧୮୪୬୪ ଭୁବନେଶ୍ୱର-ବାଙ୍ଗାଲୋର-ଭୁବନେଶ୍ୱର ପ୍ରଶାନ୍ତି ଏକ୍ସପ୍ରେସ ଉଭୟ ଦିଗରୁ ଭୁବନେଶ୍ୱର ଓ ସତ୍ୟସାଇ ପ୍ରଶାନ୍ତି ନିଳୟମ ମଧ୍ୟରେ ଚଳାଚଳ କରିବ ଏବଂ ସତ୍ୟସାଇ ପ୍ରଶାନ୍ତି ନିଳୟମ ଓ ବାଙ୍ଗାଲୋର ମଧ୍ୟରେ ବାତିଲ ରହିବ।

ମିରଟ ସିଟି-ଖୁରଜା-ଆଗ୍ରା କ୍ୟାଣ୍ଟ ମାର୍ଗ ଦେଇ ପରିବର୍ତ୍ତିତ ମାର୍ଗରେ ଚଳାଚଳ କରିବାକୁ ଥିବା ଟ୍ରେନ :

୧୮୪୭୮/ ୧୮୪୭୭ ହରିଦ୍ୱାର-ପୁରୀ-ହରିଦ୍ୱାର କଳିଙ୍ଗ ଉତ୍କଳ ଏକ୍ସପ୍ରେସ ହରିଦ୍ୱାର ଠାରୁ ଫେବୃୟାରୀ ମାସ ୨୬, ୨୮, ୨୯ ଓ ମାର୍ଚ୍ଚ ମାସ ପହିଲା ଦିନ ଏବଂ ପୁରୀ ଠାରୁ ଫେବୃୟାରୀ ମାସ ୨୬ ଓ ୨୮ ତାରିଖ ଦିନ ପରିବର୍ତ୍ତିତ ମାର୍ଗ ମିରଟ ସିଟି-ଖୁରଜା-ଆଗ୍ରା କ୍ୟାଣ୍ଟ ମାର୍ଗରେ ଚଳାଚଳ କରିବ।

ସିକନ୍ଦରାବାଦ-ବିକାରାବାଦ-ଲାଟୁର ରୋଡ଼-କୁର୍ଦୁଭାଡ଼ି-ଦୌଣ୍ଡ ମାର୍ଗ ଦେଇ ପରିବର୍ତ୍ତିତ ମାର୍ଗରେ ଚଳାଚଳ କରିବାକୁ ଥିବା ଟ୍ରେନ :      

୧୧୦୨୦/୧୧୦୧୯ ଭୁବନେଶ୍ୱର-ମୁମ୍ବାଇ-ଭୁବନେଶ୍ୱର କୋଣାର୍କ ଏକ୍ସପ୍ରେସ ଫେବୃୟାରୀ ମାସ ୧୮ ରୁ ୨୫ ତାରିଖ ମଧ୍ୟରେ ଉଭୟ ପାର୍ଶ୍ୱରୁ ପରିବର୍ତ୍ତିତ ମାର୍ଗ କନ୍ଦରାବାଦ-ବିକାରାବାଦ-ଲାଟୁର ରୋଡ଼-କୁର୍ଦୁଭାଡ଼ି-ଦୌଣ୍ଡ ମାର୍ଗ ଦେଇ ଚଳାଚଳ କରିବ।

୨୨୮୮୧/୨୨୮୮୨ ପୁନେ-ଭୁବନେଶ୍ୱର-ପୁନେ ଏକ୍ସପ୍ରେସ ଭୁବନେଶ୍ୱର ଠାରୁ ଫେବୃୟାରୀ ମାସ ୧୮ ଓ ୨୫ ତାରିଖ ଏବଂ ପୁନେ ଠାରୁ ୨୦ ତାରିଖ ଦିନ ଉଭୟ ପାର୍ଶ୍ୱରୁ ପରିବର୍ତ୍ତିତ ମାର୍ଗ କନ୍ଦରାବାଦ-ବିକାରାବାଦ-ଲାଟୁର ରୋଡ଼ ଓ କୁର୍ଦୁଭାଡ଼ି ମାର୍ଗ ଦେଇ ଚଳାଚଳ କରିବ। (ଏଜେନ୍ସି)