Categories
ଜାତୀୟ ଖବର ବିଶେଷ ଖବର ରାଜ୍ୟ ଖବର ସଂସ୍କୃତି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ: ସମସ୍ତଙ୍କ ଘରୁ ସଂଗ୍ରହ ହେବ ଗୁଆ ଚାଉଳ, ବୁଲିବ ଜଗନ୍ନାଥ ରଥ

ଭୁବନେଶ୍ବର: ଆସନ୍ତା ୧୭ ତାରିଖରେ ଉଦଘାଟିତ ହେବ ବହୁ ପ୍ରତୀକ୍ଷିତ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ। ସେଥିପାଇଁ ପ୍ରଶାସନ ତରଫରୁ ଚାଲିଛି ବ୍ୟାପକ ବନ୍ଦୋବସ୍ତ। ଏହି ଉଦଘାଟନ ପର୍ବରେ ସାଧାରଣ ଲୋକଙ୍କୁ ସାମିଲ କରିବା ପାଇଁ ଓଡିଶାର ପ୍ରତିଟି ଘରୁ ଅରୁଆ ଚାଉଳ ଓ ଗୁଆ ସଂଗ୍ରହ କରାଯିବ।

ଜାନୁଆରି ୫ ତାରିଖରୁ ୩୧୪ଟି ବ୍ଲକର ସବୁ ପଞ୍ଚାୟତରେ ଘରକୁ ଘର ଯାଇ ଏହି ଗୁଆ ଚାଉଳ ସଂଗ୍ରହ କରାଯିବ। ଏଥି ସହ ଗାଁ କୁ ଗାଁ ଜଗନ୍ନାଥ ରଥ ବୁଲିବ। ପ୍ରତ୍ୟେକ ପଞ୍ଚାୟତରୁ ଚାଉଳ ଓ ଗୁଆ ସଂଗୃହୀତ ହେଲା ପରେ ବ୍ଲକର ଏକ ମନ୍ଦିରରେ ରଖାଯିବ।ସେଠାରୁ ପରିକ୍ରମା ପ୍ରକଳ୍ପ ପାଇଁ ସ୍ବତନ୍ତ୍ର ଗାଡିରେ ପୁରୀ ନିଆଯିବ।

ଏଥିସହିତ ପ୍ରତ୍ୟେକ ପଞ୍ଚାୟତରୁ ଲୋକେ ପୁରୀ ଆସିବେ ଓ ପରିକ୍ରମା ପ୍ରକଳ୍ପରେ ସାମିଲ ହେବେ। ସେହିପରି ପ୍ରତି ପଞ୍ଚାୟତରେ ଏଲ୍‌ଇଡି ମାଧ୍ୟମରେ ପରିକ୍ରମା ପ୍ରକଳ୍ପର ଟେଲିକାଷ୍ଟ କରାଯିବ। ଏଥିରେ ୧୫୬ କୋଟି ଟଙ୍କା ବ୍ୟୟ ହେବ। ଏହି ଅର୍ଥକୁ ଗତକାଲି କ୍ୟାବିନେଟ ବୈଠକରେ ମଂଜୁରୀ ମିଳିଛି।

ଉଦଘାଟନୀ ଉତ୍ସବ ସରିବା ପରେ ଅର୍ଥାତ ୧୭ ତାରିଖ ପରେ ପ୍ରତ୍ୟେକ ବ୍ଲକରୁ ବଛାବଛା ଲୋକଙ୍କୁ ପୁରୀ ଆଣି ଜଗନ୍ନାଥ ଦର୍ଶନ ସହ ପରିକ୍ରମା ପ୍ରକଳ୍ପ ଦେଖାଯିବ। ଏଥିପାଇଁ ସରକାର ସ୍ତରରେ ସବୁ ପ୍ରକାରର ବନ୍ଦୋବସ୍ତ କରାଯିବ।

ଅନ୍ୟପଟେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ମଧ୍ୟ ବ୍ୟାପକ କରିବାକୁ ନିଷ୍ପତ୍ତି ହୋଇଛି। ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମକୁ ଗ୍ରାମାଞ୍ଚଳରେ ସଚେତନତା କରିବା ପାଇଁ କାର୍ଯ୍ୟକ୍ରମ ହେବ। ୬୭୯୪ ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିବ।

ସେହିପରି ଜଗନ୍ନାଥ ସଂସ୍କୃତିର ପ୍ରସାର ପାଇଁ ରାଜ୍ୟ ସରକାର ପଦକ୍ଷେପ ଗ୍ରହଣ କରିଛନ୍ତି। ପ୍ରତି ଗାଁରେ ଏହାର ପ୍ରଚାର କରାଯିବ। ସେଥିପାଇଁ ପ୍ରତ୍ୟେକ ପଞ୍ଚାୟତକୁ ୩ ଲକ୍ଷ ଟଙ୍କା ଦିଆଯିବ। ଏଥି ପାଇଁ ୨୦୪ କୋଟି ଟଙ୍କା ଖର୍ଚ୍ଚକୁ କ୍ୟାବିନେଟ୍‌ ବୈଠକରେ ମଂଜୁରୀ ପ୍ରଦାନ କରାଯାଇଛି।

ଏଥିରେ ପ୍ରତି ପଞ୍ଚାୟତରେ ବୈଠକ ହେବ, ଏହି ବୈଠକରେ ସମସ୍ତ ଅଧିକାରୀ ଓ ଜନସାଧାରଣ ଯୋଗ ଦେବେ। ଅଞ୍ଚଳରେ ଭଲ କାମ କରିଥିବା ବ୍ୟକ୍ତିଙ୍କୁ ପୁରସ୍କୃତ କରାଯିବ। ପଞ୍ଚାୟତର ସାମଗ୍ରିକ ବିକାଶର ଫିଲ୍ମ ତିଆରି ହେବ। ଏହାଦ୍ବାରା ଜଗନ୍ନାଥ ସଂସ୍କୃତିର ବ୍ୟାପକ ପ୍ରସାର ହୋଇପାରିବ ବୋଲି ସରକାର ଚିନ୍ତା କରିଛନ୍ତି।

Categories
ଆଜିର ଖବର ଜାତୀୟ ଖବର ରାଜ୍ୟ ଖବର

ଭୋର ୫ଟାରେ ଶୀତ କାକରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ତଦାରଖ କଲେ ପାଣ୍ଡିଆନ

ଭୁବନେଶ୍ବର: ଆଜି ସକାଳେ ୫ଟି (ଟ୍ରାନ୍ସଫର୍ମେସନାଲ୍ ଇନିସିଏଟିଭ୍) ଏବଂ ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି.କେ ପାଣ୍ଡିଆନ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ତଦାରଖ କରିଥିଲେ। ସେ ଭୋର  ୫.୦୦ ରୁ ୭ ଟା ମଧ୍ୟରେ ଏହି ପ୍ରକଳ୍ପର ତଦାରଖ କରିଥିଲେ।

ଶ୍ରୀ ପାଣ୍ଡିଆନ ତୀର୍ଥଯାତ୍ରୀଙ୍କ ଦର୍ଶନ କରିବା ପାଇଁ ଥିବା ବାରିକେଡ ତଥା କ୍ୟୁ ମ୍ୟାନେଜମେଣ୍ଟ ପାଇଁ ସୁବିଧା ଦେଖିଥିଲେ। ଏଥିସହିତ ଲ୍ୟାଣ୍ଡସ୍କେପ୍ କାର୍ଯ୍ୟ, ମଠ ପୁନରୁଦ୍ଧାର, କ୍ୟୁ ମ୍ୟାନେଜମେଣ୍ଟ ସିଷ୍ଟମ, ଦୁଇ ଚକିଆ ପାର୍କିଂ ଅଞ୍ଚଳରେ ଅଗ୍ରଗତି କାର୍ଯ୍ୟ ସମୀକ୍ଷା କରିଥିଲେ।

ଶ୍ରୀ ପାଣ୍ଡିଆନ୍ ଶ୍ରୀ ଦାଣ୍ଡ, ଶ୍ରୀ ଜଗନ୍ନାଥ ବଲ୍ଲଭ ବିହାର ଏବଂ ଶ୍ରୀ ସେତୁ ନିର୍ମାଣ କାର୍ଯ୍ୟର ଅଗ୍ରଗତି ଉପରେ ଯାଞ୍ଚ କରିଥିଲେ। ପାର୍କିଂ ଏବଂ ସୁରକ୍ଷା ବ୍ୟବସ୍ଥା ଉପରେ ଧ୍ୟାନ ଦେଇ ଅଗ୍ରଗତି ସମ୍ପର୍କରେ ଶ୍ରୀ ପାଣ୍ଡିଆନ୍ ଜିଲ୍ଲାପାଳ ତଥା ଏସପି ପୁରୀ, ଏମଡି ଓବିସିସିଙ୍କ ସହିତ ଆଲୋଚନା କରିଥିଲେ।

Categories
ଆଜିର ଖବର ରାଜ୍ୟ ଖବର

ବଡି ଭୋରରୁ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଅନୁଧ୍ୟାନ ପାଇଁ ପୁରୀରେ ପହଁଞ୍ଚିଲେ ପାଣ୍ଡିଆନ

ପୁରୀ: ଆଜି ବିଡ ଭୋରରୁ ପୁରୀରେ ପହଞ୍ଚିଛନ୍ତି 5ଟି ତଥା ଆମ ଓଡିଶା ନବୀନ ଓଡିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ। ସେ ପୁରୀରେ ପହଞ୍ଚି ପ୍ରଥମେ ପରିକ୍ରମା ପ୍ରକଳ୍ପ ବୁଲି ଦେଖିଥିଲେ।ସେଠାରେ ଉପସ୍ଥିତ ଥିବା ଅଧିକାରୀମାନେ ତାଙ୍କୁ କାର୍ଯ୍ୟର ଅଗ୍ରଗତି ଉପରେ ବୁଝାଇଥିଲେ। ଏହା ପରେ ଚାରି ଦ୍ବାରରେ ଲାଗିବାକୁ ଥିବା ନାମ କରଣ ଉପରେ ସେମାନେ ଅବଗତ କରାଇଥିଲେ।

ଏହାପରେ ସେ ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟରେ ଅଧିକାରୀମାନଙ୍କ ସହିତ ଏକ ବୈଠକ କରିଥିଲେ। ଏହି ବୈଠକରେ ପରକ୍ରମା ପ୍ରକଳ୍ପ କାର୍ଯ୍ୟ ଶିଘ୍ର ଶେଷ କରିବା ପାଇଁ ସମସ୍ତ ଅଧିକାରୀଙ୍କୁ ସେ ପରାମର୍ଶ ଦେଇଥିଲେ।

ଏହି ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଜିଲ୍ଲାପାଳ, ପୁରୀ ଏସପିଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ ।